ଜାମୁକୋଳି ଗୋଶାଳା ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଗୋରୁ ମାନଙ୍କ ରକ୍ଷଣା ବେକ୍ଷଣ ସମ୍ପର୍କରେ ପଚାରି ବୁଝିଲେ, ଉତ୍ତମ ଯତ୍ନ ନେବା ପାଇଁ ପରାମର୍ଶ ଦେଲେ

ବାଛୁରୀର ନାମ ରଖିଲେ କ୍ରିଷ୍ଣା : ଗୋଶାଳାର ସମ୍ପ୍ରସାରଣ କରାଯିବ

୨୧ ଜାନୁଆରୀ ଶନିବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜଟଣୀର ଜାମୁକୋଳି ଅଞ୍ଚଳରେ ଥିବା ଭୁବନେଶ୍ୱର ମହାନଗର ନିଗମ ଅଧୀନସ୍ଥ ଗୋଶାଳା ପରିଦର୍ଶନ କରି ଗୋରୁ ମାନଙ୍କ ରକ୍ଷଣା ବେକ୍ଷଣ ଓ ସେମାନଙ୍କ ପାଇଁ ଥିବା ବ୍ୟବସ୍ଥା ସମ୍ପର୍କରେ ପ୍ରତ୍ୟକ୍ଷ ଅନୁଧ୍ୟାନ କରିଛନ୍ତି । ଗାଈ ମାନଙ୍କର ଉପଯୁକ୍ତ ଯତ୍ନ ନେବା ପାଇଁ କର୍ମଚାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ଗାଈ ମାନଙ୍କ ପାଇଁ ଥିବା ବିଭିନ୍ନ ବ୍ୟବସ୍ଥା, ଦିଆ ଯାଉଥିବା ଗୋ ଖାଦ୍ୟ ସବୁ ବୁଲି ଦେଖିଥିଲେ ଏବଂ କିଛି ଗାଈ ମାନଙ୍କୁ ଫଳ ଓ ପନିପରିବା ମଧ୍ୟ ଖାଇବାକୁ ଦେଇଥିଲେ ।ଏକ ନବ ଜନ୍ମିତ ବାଛୁରୀ କୁ ଦେଖି ମୁଖ୍ୟମନ୍ତ୍ରୀ ଏହାର ନାମ କଣ ବୋଲି ପଚାରି ଥିଲେ । ତାହାର ନାମ ଦିଆ ଯାଇ ନାହିଁ ବୋଲି ଜାଣିବା ପରେ ମୁଖ୍ୟମନ୍ତ୍ରୀ ତା’ର ନାମ ରଖିଥଲେ କ୍ରିଷ୍ଣା । ସୂଚନା ଯୋଗ୍ୟ ଯେ ଜାମୁକୋଳି ଠାରେ ୨୦୧୮ ମସିହାରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ୫.୫ ଏକର ପରିମିତ ଜମିରେ ଏକ ଗୋଶାଳା ସ୍ଥାପନ କରା ଯାଇଛି । ଏହାକୁ ୨୦.୫ ଏକର ପରିମିତ ଅଞ୍ଚଳକୁ ସମ୍ପ୍ରସାରିତ କରିବାକୁ ପ୍ରସ୍ତାବ ରହିଛି ।ଏଥିରେ ବର୍ତ୍ତମାନ ୯୦୬ ଟି ଗାଈ ଗୋରୁ ଅଛନ୍ତି । ସହରର ବୁଲା ଗାଈ ଗୋରୁ ମାନଙ୍କୁ ମୁଖ୍ୟତଃ ଏଠାରେ ରଖାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସହିତ ୫ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ ଗୋଶାଳା ପରିଦର୍ଶନ କରିଥିଲେ । ଭୁବନେଶ୍ୱର ମହାନଗର ନିଗମ ମେୟର, ଉତ୍ତର ବିଧାୟକ, ପୂର୍ବତନ ବିଧାୟକ, ମହାନଗର ନିଗମ ର commissioner ପ୍ରମୁଖ ଉପସ୍ଥତ ଥିଲେ ।

Exit mobile version