Home ଓଡ଼ିଶା ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୨୨ ଜାନୁଆରୀ ରବିବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପଡିଆ :- ଆସନ୍ତା ୨୬ ତାରିଖରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ ହେବାକୁ ଯାଉଛି। ଏହି ଅବସରରେ ମାଲକାନଗିରି ଜିଲ୍ଲା ସୀମାବର୍ତ୍ତୀ ପଡିଆ ବ୍ଳକ ସଦର ମହକୁମାରେ ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ବ୍ଲକ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପଡିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାମକୃଷ୍ଣ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ୨୬ ତାରିଖରେ ପୂର୍ବଭଳି ପ୍ୟାରେଡ ସହ ତ୍ରିରଙ୍ଗା ପତାକା ଉତ୍ତୋଳନ କରାଯିବ ବୋଲି କୁହାଯାଇଛି । ଏଥିସହ ଚଳିତ ବର୍ଷ ଦେଶାତ୍ମବୋଧକ ସଙ୍ଗୀତଗାନ, ନାଚ ଓ ନାଟକ ପରିବେଷଣ ପାଇଁ ପ୍ରସ୍ତୁତ ହେବା ପାଇଁ ବିଡିଓ ଶ୍ରୀ ନାୟକ କହିଛନ୍ତି । ଅନ୍ୟପଟେ ବିଭିନ୍ନ ବିଭାଗରେ ହୋଇଥିବା ବ୍ଲକ ସ୍ତରୀୟ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି । ଏଥିସହ ଉପସ୍ଥିତ ଲୋକଙ୍କୁ ମିଷ୍ଟାନ୍ନ ବଣ୍ଟନ ସହ ଖେଳ ପଡିଆରେ ଲୋକଙ୍କ ପାଇଁ ସୁବ୍ୟବସ୍ଥା ଦିଗରେ ଦୃଷ୍ଟି ଦିଆଯିବାକୁ କୁହାଯାଇଛି । ଅନ୍ୟପଟେ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ପୋଲିସ ପକ୍ଷରୁ ଆବଶ୍ୟକୀୟ ବ୍ୟବସ୍ଥା କରାଯିବା ନେଇ ମଧ୍ୟ ଆଲୋଚନା ହୋଇଥିଲା । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ପଡିଆ ବ୍ଲକ ଅଧ୍ୟକ୍ଷା ଯମୁନା ମୂଷାକୀ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ ପ୍ରତିନିଧି ଚୀନାମ ରାବିଡ଼ କୁମାର, ପଡିଆ ଥାନା ଅଧିକାରୀ ଅଶୋକ କୁମାର ବିଶୋୟୀ, ବିରେନ୍ଦ୍ର ସିଂ ସମେତ ବ୍ଲକ ଓ ପଞ୍ଚାୟତ ସ୍ତରୀୟ ବିଭିନ୍ନ ଅଧିକାରୀ ମାନେ ଉପସ୍ଥିତ ଥିଲେ । Categories: ଓଡ଼ିଶା, ମାଲକାନଗିରି, ହୋମ୍ Related Content ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ by Proprietor Abhimanyu Maharana September 12, 2026 ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ by Proprietor Abhimanyu Maharana September 12, 2026 ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ - ଉଲ୍ଲାସ ଜନସଚେତନତା ପଦଯାତ୍ରା by Proprietor Abhimanyu Maharana September 12, 2026 ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ by Proprietor Abhimanyu Maharana September 12, 2026 ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ by Proprietor Abhimanyu Maharana September 12, 2026 ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ by Proprietor Abhimanyu Maharana September 11, 2026