Home ଓଡ଼ିଶା ଭୁବନ ମହିଳା ହାୟର ସେକେଣ୍ଡାରୀ ସ୍କୁଲର ଅଭିଭାବକ ଓ ଶିକ୍ଷକ ସମ୍ମିଳନୀ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୨୯ ଜାନୁଆରୀ,ରବିବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ଭୁବନ ମହିଳା ହାୟର ସେକେଣ୍ଡାରୀ ସ୍କୁଲରେ ଜିଲ୍ଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଅଭିଭାବକ ଓ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଅଧ୍ୟାପକ ଶାନ୍ତନୁ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ବୈଠକରେ ସିଆରସିସି ଆନନ୍ଦ ଚନ୍ଦ୍ର ମେହେଣା ଯୋଗଦେଇ ନିୟମାବଳୀ ସଂପର୍କରେ ଆଲୋକପାତ କରିଥିଲେ । ଏହି ସମ୍ମିଳନୀରେ ସ୍କୁଲରେ ଉପଲବ୍ଧ ସମସ୍ତ ସୁବିଧା , ସୁଯୋଗ ସହ ଏନଏସଏସ , ଯୁବ ରେଡକ୍ରସ , ମେଧାବୃତି , ସ୍କାଉଟ ଆଣ୍ଡ ଗାଇଡ୍ସ ଓ କ୍ରୀଡା ସଂପର୍କରେ ଅଧ୍ୟାପକ , ଅଧ୍ୟାପିକା ମାନେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ଛାତ୍ରୀ ମାନଙ୍କର ଶ୍ରେଣୀ ଗୃହରେ ପାଠପଢା ସହ ଘରେ କିପରି ଶୃଙ୍ଖଳିତ ଜୀବନଯାପନ କରି ଜଣେ ସଫଳ ନାଗରୀକ ହୋଇପାରିବେ ସେଥିପାଇଁ ଅଭିଭାବକ ମାନଙ୍କର ମହତ୍ୱପୂର୍ଣ୍ଣ ଯୋଗଦାନର ଆବଶ୍ୟକତା ରହିଛି ବୋଲି ଶ୍ରୀଯୁକ୍ତ ମିଶ୍ର ମତବ୍ୟକ୍ତ କରିଥିଲେ । ଏହି ଅବସରରେ ମୋ ସ୍କୁଲ ଅଭିଯାନ କମିଟି ଗଠନ କରାଯାଇଥିଲା । ଅଭିଭାବକ ମାନେ ସିଧାସଳଖ ସ୍କୁଲ ସହ ଯୋଗାଯୋଗ କରି ସମସ୍ତ ବିଷୟରେ ଆଲୋଚନା ଓ ପରାମର୍ଶ ଦେଇପାରିବେ ବୋଲି କୁହାଯାଇଥିଲା । ବରିଷ୍ଠ କିରାଣୀ ବିଜୟ କୁମାର ପୃଷ୍ଟି ଧନ୍ୟବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, ଢେଙ୍କାନାଳ, ହୋମ୍ Related Content ଏକ ଯକ୍ଷ୍ମାମୁକ୍ତ ଭାରତ - କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ by Proprietor Abhimanyu Maharana September 18, 2026 ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ by Proprietor Abhimanyu Maharana September 18, 2026 ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା by Proprietor Abhimanyu Maharana September 18, 2026 ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ by Proprietor Abhimanyu Maharana September 18, 2026 ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ by Proprietor Abhimanyu Maharana September 18, 2026 ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ - ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି by Proprietor Abhimanyu Maharana September 18, 2026