ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

୨୯ ଜାନୁଆରୀ,ରବିବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଦୁଇଟି ପର୍ଯ୍ୟାୟରେ ଆୟୋଜିତ ହୋଇ ଉଦଯାପିତ ହୋଇଯାଇଛି । ସଂଯୁକ୍ତା ନାୟକ ଏହି କାର୍ଯ୍ୟକ୍ରମର ସଂଯୋଜିକା ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ସଭାପତି ଆସନ ଗ୍ରହଣ କରିଥିଲେ ।

ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରତ୍ୟୁଷ ରଞ୍ଜନ ଶତପଥୀ, ସମ୍ମାନିତ ଅତିଥି ରୂପେ ଅବସରପ୍ରାପ୍ତ ପ୍ରାଧ୍ୟାପକ ସୁରେଶକୁମାର ଦାସ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼.ମଧୁସୂଦନ ମହାପାତ୍ର ଯୋଗଦେଇ ପ୍ରଶିକ୍ଷଣ ଶିବିରର ଅପରିହାର୍ଯ୍ୟତା ସମ୍ପର୍କରେ ବୁଝାଇ ଥିଲେ। ଉପସ୍ଥିତ ଅତିଥି ମାନେ ପ୍ରଶିକ୍ଷାର୍ଥିନୀ ମାନଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିଥିଲେ। ତାଲିମ୍ ଶିବିରର ଉପାଦେୟତା ଛାତ୍ରୀ ମାନେ ବଖାଣି ନିଜ ଅନୁଭୂତି କହିଥିଲେ ।

Exit mobile version