ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ : ପାଇକମାଳ ରେ ହେଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

୧୧ ଫେବୃଆରୀ,ଶନିବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବରଗଡ଼ :- ବରଗଡ଼ ଜିଲ୍ଲା ପାଇକମାଳ ରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭବରେ ଉନ୍ନୀତ କରାଯାଇଛି .ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି .

ସୂଚନା ଯୋଗ୍ୟ ଯେ ଗତ ଉପନିର୍ବାଚନ ସମୟରେ ପାଇକମାଳ ର ଜନତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ପାଇକମାଳ ରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବୀ କରିଥିଲେ . ଏବଂ ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବି କୁ  ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗ କୁ ନିର୍ଦ୍ଦେଶ ଦେଇଥିଲେ.

ଏହାଦ୍ୱାରା ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବା ସହିତ ଜନସାଧାରଣଙ୍କୁ ଅଧିକ୍ ଉନ୍ମତ ସ୍ୱାସ୍ଥ୍ୟ ସେବା ମିଳିପାରିବ .ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତ ହେବେ. ପାଇକମାଳ ର ଜନସାଧାରଣ ସେ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ରେ ଉନ୍ନତି ପାଇଁ ଦୀର୍ଘ ଦିନ ହେଲା ଦାବୀ କରିଆସୁଥିଲେ .

Exit mobile version