ସଂସ୍କୃତ ଶିକ୍ଷକ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

୧୧ ଫେବୃଆରୀ,ଶନିବାର ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ଭୁବନ ବ୍ଲକ ଅନ୍ତର୍ଗତ ଧଳପଡା ପଂଚାୟତ ଅନଳ ଗ୍ରାମସ୍ଥିତ ଶ୍ରୀମା ଅରବିନ୍ଦ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଡମ୍ବରୁଧର ସାହୁ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଭୁବନ ବ୍ଲକ ୨ ନମ୍ବର ଜୋନ ଜିଲ୍ଲା ପରିଷଦ ସଭ୍ୟ ରମେଶ ଚନ୍ଦ୍ର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ସଂସ୍କୃତ ଶିକ୍ଷକ ଙ୍କ କର୍ମମୟ ଜୀବନ ସଂପର୍କରେ ଆଲୋକପାତ କରିବା ସହ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ । ସମ୍ମାନୀତ ଅତିଥି ଭାବେ ବାଲିଗୋରଡ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ଉପେନ୍ଦ୍ର କୁମାର ପଣ୍ଡା , ପୂର୍ବତନ ପ୍ରଧାନଶିକ୍ଷକ ଅକ୍ଷୟ ନାୟକ, ପୂର୍ବତନ ଶିକ୍ଷକ ରମେଶ ଚନ୍ଦ୍ର ନାୟକ , ମଧୁସୁଦନ ଦାସ , ଲକ୍ଷ୍ମୀଧର ସାହୁ ପ୍ରମୁଖ ଯୋଗଦେଇଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।

Exit mobile version