Home ଓଡ଼ିଶା କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ପିଲାମାନଙ୍କୁ ଦେଲେ ଧରଣୀଧର ବିଶ୍ବବିଦ୍ୟାଳୟର ଅନୁମୋଦନ ପତ୍ର ୪୭୦୩ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ରାଜ୍ୟର ବିକାଶରେ କେନ୍ଦୁଝରର ରହିଛି ଗୁରୁତ୍ବପୂର୍ଣ୍ଣ ଅବଦାନ ଚାଷୀ, ମହିଳା ଓ ଯୁବସମାଜ ଆମର ତ୍ରିଶକ୍ତି, ଆମ ପ୍ରଗତିର ସାରଥୀ – ମୁଖ୍ୟମନ୍ତ୍ରୀ ୧୩ ଫେବୃଆରୀ ସୋମବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କେନ୍ଦୁଝର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଗସ୍ତ କରି ସେଠାରେ ନବନିର୍ମିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲର ଲୋକାର୍ପଣ କରିଛନ୍ତି। ହଜାର ହଜାର ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ଆନନ୍ଦ ଉଲ୍ଲାସ ମଧ୍ୟରେ ମୁଖ୍ୟମନ୍ତ୍ରୀ ଏହା ଉଦ୍ଘାଟନ କରି ଯେତେବେଳେ ପଚାରିଲେ ‘ଆପଣମାନେ ଖୁସି ତ ?’ ସେତେବେଳେ ବହୁଗୁଣିତ ଉତ୍ସାହର ସହ ପ୍ରତିଧ୍ବନିତ ହୋଇଥିଲା ‘ହଁ’ । ତା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ମୁଁ ବି ବହୁତ ଖୁସି । ଏହାପରେ ଧରଣୀଧର କଲେଜକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଶ୍ବବିଦ୍ୟାଳୟ ମାନ୍ୟତା ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ସ୍ବୟଂ ଏହି ମାନ୍ୟତା ପତ୍ର ପିଲାମାନଙ୍କୁ ଦେବାକୁ ଚାହାନ୍ତି ବୋଲି ଶ୍ରୀ ପାଣ୍ଡିଆନ ପ୍ରକାଶ କରିଥିଲେ। ଆନନ୍ଦ, ଉଲ୍ଲାସ ମଧ୍ୟରେ ଛାତ୍ରଛ୍ରତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଇଥିଲେ ଏବଂ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ବିଶ୍ବବିଦ୍ୟାଳୟ ମାନ୍ୟତାର ନିର୍ଦ୍ଦେଶନାମା ଦେଖାଇଥିଲେ । କେନ୍ଦୁଝରରେ ମେଡିକାଲ କଲେଜ ସହ ଏକ କ୍ୟାନସର ଚିକିତ୍ସା କେନ୍ଦ୍ର ଓ ନର୍ସିଂ କଲେଜ ପାଇଁ ଭିତ୍ତିଭୂମି ଦିଆଯାଇଛି ଏବଂ ଏହା ଖୁବଶୀଘ୍ର ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ବାରା ଡାକ୍ତର ଅଭାବ ଦୂର ହେବା ସହିତ ଜିଲ୍ଲାରେ ଉନ୍ନତମାନର ଚିକିତ୍ସା ସୁବିଧା ମିଳିପାରିବ ଏବଂ ଜିଲ୍ଲାବାସୀ ଆଉ କଟକ-ଭୁବନେଶ୍ବର ଯାଇ ହଇରାଣ ହେବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ସବୁ ଜୀବନ ମୋ ପାଇଁ ମୂଲ୍ୟବାନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ନୀତିରେ ରାଜ୍ୟର ସ୍ବାସ୍ଥ୍ୟସେବାର ବିକାଶ କରାଯାଉଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାରା ରାଜ୍ୟରେ ୮ ଲକ୍ଷ ୩୦ ହଜାର ୭୭୩ ଲୋକ ଉପକୃତ ହୋଇଥିବା ବେଳେ ଏଥିପାଇଁ ୧୮୨୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି । କେବଳ କେନ୍ଦୁଝରରେ ୨୪ ହଜାର ଲୋକ ଉପକାର ପାଇଛନ୍ତି ଏବଂ ୪୭ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ସେ କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝର ପାଇଁ ୪୭୦୩ କୋଟି ଟଙ୍କାର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ୧୧୦୩ କୋଟି ଟଙ୍କାର ୧୩୮ଟି ପ୍ରକଳ୍ପ ପାଇଁ ଭିତ୍ତିଭୂମି ଦିଆଯାଇଥିବା ବେଳେ, ୮୬୮ କୋଟି ଟଙ୍କାର ୯୮ଟି ପ୍ରକଳ୍ପ ଉଦ୍ଘାଟନ କରାଯାଇଥିଲା ଏବଂ ୨୭୩୧ କୋଟି ଟଙ୍କାର ୨୩ଟି ନୂଆ ପ୍ରକଳ୍ପ ପାଇଁ ଘୋଷଣା ରହିଛି । ଜିଲ୍ଲାରେ ୧୪,୩୭୨ ମିଶନ ଶକ୍ତି ଗୋଷ୍ଠୀ ଜରିଆରେ ୧.୬୦ ଲକ୍ଷ ମହିଳା ସ୍ବାବଲମ୍ବୀ ହୋଇପାରିଛନ୍ତି । ସେମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୩୭୮ କୋଟି ଟଙ୍କାର ସୁଧବିହୀନ ଋଣ ପ୍ରଦାନ ବ୍ୟବସ୍ଥା କରାଯାଇଛି । ବାଂଶପାଳର ବଣପୁଷ୍ପ ସ୍ବୟଂ ସହାୟକ ଗୋଷ୍ଠୀକୁ ମୁଖ୍ୟମନ୍ତ୍ରୀ ୨୦ ଲକ୍ଷ ଟଙ୍କାର ଋଣ ଚେକ୍ ଆକାରରେ ପ୍ରଦାନ କରିଥିଲେ ଏବଂ ଘଷିପୁରାର ବିଜୟା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୫,୭୫୭ ଟଙ୍କାର ସୁଧ ରିହାତି ପ୍ରଦାନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତିର ମା ମାନେ ରାଜ୍ୟର ସୁନାମ ବୃଦ୍ଧି କରିଛନ୍ତି । ସେମାନଙ୍କୁ ଉଦ୍ୟୋଗୀ କରିବା ମୋର ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ଯେ ଏହି ଅର୍ଥରେ ସେମାନେ ଭଲ ବିଜିନେସ୍ କରି ନିଜର, ନିଜ ପରିବାରର ଓ ନିଜ ଅଞ୍ଚଳର ଆର୍ଥିକ ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀ, ମହିଳା ଓ ଯୁବସମାଜ ଆମ ରାଜ୍ୟର ତ୍ରିଶକ୍ତି । ଏମାନେ ହିଁ ଆମ ରାଜ୍ୟର ପ୍ରଗତୀର ସାରଥୀ ଏବଂ ଏକ ବିକଶିତ ଓଡିଶାର ସ୍ବପ୍ନକୁ ପୂରଣ କରିବାରେ ଏହି ତ୍ରିଶକ୍ତି ହିଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ । ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ନୂଆ ମେଡିକାଲ କଲେଜର ଅଡିଟୋରିଅମରେ ଛାତ୍ରଛାତ୍ରୀ ମାନଙ୍କ ସହ ଭାବ ଆଦାନପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅର୍ଥ ତଥା ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନିରଞ୍ଚନ ପୂଜାରୀ, କେନ୍ଦୁଝର ସାଂସଦ ଶ୍ରୀମତୀ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ଶ୍ରୀ ବଦ୍ରୀ ନାରାୟଣ ପାତ୍ର, କେନ୍ଦୁଝର ବିଧାୟକ ଶ୍ରୀ ମୋହନ ଚରଣ ମାଝୀ, ଆନନ୍ଦପୁର ବିଧାୟକ ଶ୍ରୀ ଭାଗିରଥୀ ସେଠୀ ଓ ତେଲକୋଇ ବିଧାୟକ ଶ୍ରୀ ପ୍ରେମାନନ୍ଦ ନାଏକ, ଚମ୍ପୁଆ ବିଧାୟକ ଶ୍ରୀମତୀ ମିନାକ୍ଷୀ ମହନ୍ତ, କେନ୍ଦୁଝର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ଜଗନ୍ନାଥ ନାୟକ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସାଗରିକା ସାହୁ ପ୍ରମୁଖ ଯୋଗ ଦେଇ ନିଜ ନିଜର ଅଭିଭାଷଣ ରଖିଥିଲେ । Categories: ଓଡ଼ିଶା, କେନ୍ଦୁଝର, ମହାନଗର, ହୋମ୍ Related Content ବିଦ୍ୟୁତ୍ ଚୋରି ମାମଲାର ସହଜ ସମାଧାନ ପାଇଁ ତୃତୀୟ ଜାତୀୟ ଲୋକ ଅଦାଲତରେ ସାମିଲ ହେଲା ଟିପିଡବ୍ଲୁଓଡିଏଲ୍ by Proprietor Abhimanyu Maharana September 9, 2026 ନୂଆ ଓଡ଼ିଆ ଚଳଚ୍ଚିତ୍ର "ଜଙ୍ଖ" ର ଟାଇଟିଲ ଘୋଷଣା by Proprietor Abhimanyu Maharana September 9, 2026 ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା by Proprietor Abhimanyu Maharana September 9, 2026 ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ by Proprietor Abhimanyu Maharana September 9, 2026 Odisha Society Of UK Celebrates 47th Anniversary by Proprietor Abhimanyu Maharana September 9, 2026 କମ୍ପାନୀ ସେକ୍ରେଟାରିଜ୍ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍ଯାପିତ by Proprietor Abhimanyu Maharana September 9, 2026