Home ଓଡ଼ିଶା ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନକୁ ପ୍ରକୃତି ମିତ୍ର ସମ୍ମାନ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୧୩ ଫେବୃଆରୀ ସୋମବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ସରିଆଁ ଗ୍ରାମର ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନକୁ ” ପ୍ରକୃତି ମିତ୍ର” ସମ୍ମାନରେ ସମ୍ମାନିତ କରାଯାଇଛି । ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଆନୁକୂଲ୍ୟରେ ଭବାନୀପାଟଣା ସ୍ଥିତ ଟାଉନ ହଲ ଠାରେ ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ ମେହେରଙ୍କ ଅଧ୍ୟକ୍ଷତାରେ ପଡୋଶୀ ଯୁବ ସାଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା , ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ପାଳ ସୁବ୍ରତ କୁମାର ନାଏକ,ଜିଲ୍ଲା କ୍ରୀଡ଼ା ଅଧିକାରୀ ରମେଶ ଚନ୍ଦ୍ର ପାଢ଼ୀ, ବିଶିଷ୍ଟ ବାଗ୍ମୀ ସତ୍ୟନାରାୟଣ ମୁଣ୍ଡଛିନା,ଶିକ୍ଷାବିତ ଡ଼. ଉମେଶ ଚନ୍ଦ୍ର ଶତପଥୀ,,କଳାହାଣ୍ଡି ବିଶ୍ୱବିଦ୍ୟାଳୟର ସିପିଜିପି ମେଜର ଡ଼. ଜୟଦେବ ସାହୁ,ନୂଆପଡା ଜିଲା ଯୁବ ଅଧିକାରୀ ଆଶିଷ କୁମାର ଠାକୁର ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । କାର୍ଯ୍ୟକ୍ରମକୁ ପ୍ରତାପ ଚନ୍ଦ୍ର ଦାସ ସୁଚାରୁରୂପେ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲାର ସମସ୍ତ ବ୍ଲକର ବିଭିନ୍ନ କ୍ଲବ,ମହିଳା ମଣ୍ଡଳ,ସ୍କୁଲ ,କଲେଜ ,କଳାହାଣ୍ଡି ବିଶ୍ଵ ବିଦ୍ୟାଳୟ,ଏନସିସି ଏନଏସଏସର ପ୍ରାୟ ୮୦୦ ଛାତ୍ର ସଦସ୍ୟ ଯୋଗଦାନ କରିଥିଲେ । ଏହି ପରିପ୍ରେକ୍ଷୀରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷ ଏବଂ ଅନୁଷ୍ଠାନକୁ ପ୍ରକୃତି ବନ୍ଧୁ, ପ୍ରକୃତି ମିତ୍ର,ଶ୍ରେଷ୍ଠ ଯୁବ ଅନୁଷ୍ଠାନ ପୁରସ୍କାର ଓ ୫ଟି କ୍ଲବକୁ କ୍ରୀଡ଼ା ସାମଗ୍ରୀ ପ୍ରଦାନ କରାଯାଇଥିଲା । ସେଥି ମଧ୍ୟରୁ ନର୍ଲା ବ୍ଲକ ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନ ସରିଆଁ କୁ” ପ୍ରକୃତି ମିତ୍ର” ଓ ନର୍ଲା ବ୍ଲକ ପୂର୍ବତନ ଜାତୀୟ ଯୁବ ସ୍ବେଚ୍ଛାସେବୀକା ଉତ୍କଳିକା ସାହୁ ଙ୍କୁ” ପ୍ରକୃତି ବନ୍ଧୁ ” ସମ୍ମାନରେ ସମ୍ମାନିତ କରାଯାଇଛି । ଏହି ଅନୁଷ୍ଠାନ ପୂର୍ବରୁ ବୃକ୍ଷରୋପଣ, ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ,ପଶୁପକ୍ଷୀଙ୍କ ବାସସ୍ଥଳି ନିର୍ମାଣ, ଜଳ ସଂରକ୍ଷଣ ଏବଂ କରୋନା ସମୟରେ ମାସ୍କ ସାନିଟାଇଜର ବଣ୍ଟନ , ରକ୍ତଦାନ ଶିବିର ଏବଂ ଅନ୍ୟାନ୍ୟ ସଚେତନତା କାର୍ଯ୍ୟକ୍ରମ ମଧ୍ୟ କରିଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଉପଦେଷ୍ଟା ସ୍ୱାଧୀନ ଭୋଇ , ସମ୍ପାଦକ ମିଲନ କୁମାର ଭୋଇ , ଉପ ସଭାପତି ସୁକଦେଵ ସାହୁ, କ୍ଲବର ସଦସ୍ୟ ଅସୀମ ଭୋଇ, ସୁନନ୍ଦ ଭୋଇ, ପ୍ରତ୍ୟୁଷ ଭୋଇ , ଅଜିତ ସାହୁ ,ପପୁ ସାହୁ ପ୍ରମୁଖ ଉପସ୍ଥିତ ରହି ସମ୍ମାନ ଗ୍ରହଣ କରିଥିଲେ । Categories: ଓଡ଼ିଶା, କଳାହାଣ୍ଡି, ହୋମ୍ Related Content ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026 ବିଧାୟକ ରୁପେଶ ପାଣିଗ୍ରାହି, ଗଜପତି ଜିଲ୍ଲାର ୯୦ ବର୍ଷର ବହୁ ପୁରାତନ ଭବାନୀ ହୋଟେଲ ପରିଦର୍ଶନ କରି ସହଯୋଗର ପ୍ରତିଶ୍ରୁତି ଦେଲେ by Proprietor Abhimanyu Maharana September 14, 2026