୧४ ଫେବୃଆରୀ ମଙ୍ଗଳବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନ :- ଭୁବନ ସହର ଉପକଣ୍ଠସ୍ଥ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ର ୩୩ ତମ ବାର୍ଷିକଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପରିଚାଳନା କମିଟି ସଭାପତି ପ୍ରଭାତ କୁମାର ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଢେଙ୍କାନାଳ ସାଂସଦ ମହେଶ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ୱଳ୍ପ ଦରମାରେ ଶିଶୁ ମନ୍ଦିରର ଗୁରୁଜୀ , ଗୁରୁମା ଙ୍କ ଉନ୍ନତ ମାନର ଶିକ୍ଷାଦାନ ଓ ପଠନ ଶୈଳୀକୁ ଉଚ୍ଚ ପ୍ରଶଂସା କରିଥିଲେ ଏବଂ ସାରା ରାଜ୍ୟରେ ଶିଶୁ ମନ୍ଦିର ନିଜର ସ୍ୱତନ୍ତ୍ର ସ୍ଥାନ ହାସଲ କରିପାରିଛି ବୋଲି ମତବ୍ୟକ୍ତ କରିଥିଲେ । 
ମୁଖ୍ୟବକ୍ତା ଭାବେ ବିଦ୍ୟାଭାରତୀ ର ସହମନ୍ତ୍ରୀ ପୂର୍ବକ୍ଷେତ୍ର ହେମନ୍ତ କୁମାର ପାଣିଗ୍ରାହୀ “ ଶିଶୁ ଗଠନ ଦିଗରେ ଗୁଣାତ୍ମକ ଶିକ୍ଷା” ସଂପର୍କରେ ମାର୍ଗଦର୍ଶନ କରିଥିଲେ । ସମ୍ମାନୀତ ଅତିଥି ଭାବେ ନଗରପାଳ ଶୁଭେନ୍ଦୁ କୁମାର ସାହୁ , ପୁରୀ ଗୋବର୍ଦ୍ଧନ ପୀଠ ଆଦିତ୍ୟ ବାହିନୀ ମହାସଚିବ ପଣ୍ଡିତ ମାତୃପ୍ରସାଦ ମିଶ୍ର ଯୋଗଦେଇଥିଲେ । ପ୍ରଧାନ ଆଚାର୍ଯ୍ୟା ଇନ୍ଦୁଲତା ସାହୁ ବାର୍ଷିକ ବିବରଣୀ ପାଠ ମାଧ୍ୟମରେ ବିଦ୍ୟାଳୟର ସଫଳତା ସହିତ ଅଭାବ ଅସୁବିଧା ସଂପର୍କରେ ଅତିଥି ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।
