୧୬ ଫେବୃଆରୀ ,ଗୁରୁବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପୁରୀ :- ସଡ଼କ ସୁରକ୍ଷା ଏକ ସାମୁହିକ ଦାୟିତ୍ୱ।ବିଭିନ୍ନ ବିଭାଗ ପରସ୍ପର ମଧ୍ୟରେ ସୁସମନ୍ୱୟ ରଖି କାର୍ଯ୍ୟ କଲେ ଏହାର ସୁଫଳ ମିଳିବା ସହ ଅନେକ ଜୀବନ ରକ୍ଷା ହୋଇ ପାରିବ ବୋଲି ସଡକ ସୁରକ୍ଷା ର ସୁପ୍ରିମକୋର୍ଟ ମନିଟରିଂ କମିଟିର ସେକ୍ରେଟାରୀ ସଞ୍ଜୟ ମିତ୍ତଲ ମତବ୍ୟକ୍ତ କରିଛନ୍ତି।ଆଜି ପୂର୍ବାହ୍ନରେ ସର୍କିଟ ହାଉସ ଠାରେ ପରିବହନ ବିଭାଗ ପକ୍ଷରୁ ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଶ୍ରୀ ମିତ୍ତଲ ପ୍ରତି ରାଜ୍ୟର ସଡକ ସୁରକ୍ଷା ପାଇଁ ସୁପ୍ରିମକୋର୍ଟ ମାର୍ଗଦର୍ଶିକା ଜାରି କରିଛନ୍ତି।
ଏହାକୁ ଅନୁପାଳନ କରାଗଲେ ନିଶ୍ଚିତ ଭାବେ ଦୁର୍ଘଟଣା ହ୍ରାସ ପାଇବା ସହ ସଡକର ସ୍ୱାସ୍ଥ୍ୟ ମଧ ସୁସ୍ଥ ରହିବ।ଜାତୀୟ ରାଜପଥ କର୍ତ୍ତୃପକ୍ଷ, ପୂର୍ତ୍ତ ବିଭାଗ, ପୋଲିସ ବିଭାଗ, ପରିବହନ ବିଭାଗ ସ୍ୱାସ୍ଥ୍ୟ ବିଭାଗର ମିଳିତ ସହଯୋଗ ପାଇଁ ସେ ବିଶେଷ ଭାବେ ପରାମର୍ଶ ଦେଇଥିଲେ।ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଡା କନୱର ବିଶାଲ ସିଂ ସଡକ ସୁରକ୍ଷା ପାଇଁ ନିୟମିତ ଯୁଗ୍ମ ଧରପଗଡ ଜାରି ରହିଛି।ଲୋକ ମାନଙ୍କୁ ସଚେତନ କରାଯାଉଛି। ଲୋକ ମାନଙ୍କ ସୁରକ୍ଷା ପାଇଁ ଏହି ଭଳି କାର୍ଯ୍ୟାନୁଷ୍ଠାନ ନିରନ୍ତର ଜାରି ରହିବ ବୋଲି ସେ କହିଥିଲେ।ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ରାସ୍ତା ଦୁର୍ଘଟଣା କୁ ସମ୍ପୂର୍ଣ୍ଣ ରୋକାଯାଇ ନ ପାରିଲେ ମଧ୍ୟ ଏହାର ମାତ୍ରା ହ୍ରାସ କରିବା ଜରୁରୀ।
