
୧୬ ଫେବୃଆରୀ ,ଗୁରୁବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରାୟଗଡା :- ରାୟଗଡା ବିଜେଡି ପକ୍ଷରୁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଚାଉଲ ଯୋଜନା ରେ ରାଜ୍ୟ ର ଗରିବ ପରିବାର କୁ ମୁଣ୍ଡ ପିଛା ପାଞ୍ଚ କିଲୋ ଚାଉଳ ରୁ ବଞ୍ଚିତ କରାଯାଇଥିବା ନିଷ୍ପତ୍ତି କୁ ବିରୋଧରେ ଆଜି ରାୟଗଡ଼ା ଜିଲ୍ଲାପାଲ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ରାୟଗଡ଼ା ଜିଲ୍ଲାପାଳ ଙ୍କୁ ପ୍ରଦାନ କରାଯାଇଛି । ଜିଲ୍ଲା ସଭାପତି ସୁଧୀର କୁମାର ଦାସ ଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମ ରେ ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ସରସ୍ୱତୀ ମାଝି, ସ୍ୱତନ୍ତ୍ର ଉର୍ଣ୍ଣୟନ ପରିଷଦ ଅଧ୍ୟକ୍ଷା ଅନୁସୂୟା ମାଝୀ , ଜିଲ୍ଲା ପରିଷଦ ସଭ୍ୟ ଧବେଳେଶ୍ୱର ନାଇଡୁ , ବିଜୁ ଯୁବ ଜନତା ଦଳ ସଭାପତି ଦେବାଶିଷ ଖାଡଙ୍ଗା ଙ୍କ ସହ ଶତାଧିକ ବିଜେଡି କର୍ମୀ ଉପସ୍ଥିତ ଥିଲେ । କେନ୍ଦ୍ର ସରକାର ଏହି ନିଷ୍ପତ୍ତି କୁ ପ୍ରତ୍ୟାହାର ନ କରିଲେ ଆନ୍ଦୋଳନ କୁ ଜୋର ଦାର କରାଯିବ ବୋଲି ରାୟଗଡା ବିଜେଡି ପକ୍ଷରୁ ଚେତାବନୀ ଦିଆଯାଇଛି .

