Home ଓଡ଼ିଶା ବୁଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ୧୭ ଫେବୃଆରୀ ,ଶୁକ୍ରବାର,୨୦୨୩ (ଓଡ଼ିଶା ତାଜାନ୍ୟୁଜ )ମାଲକାନଗିରି :- ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ ବୁଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଉନ୍ନବିଂଶ ତମ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି।ଉକ୍ତ ଉତ୍ସବରେ ଅବସରପ୍ରାପ୍ତ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର କୁମାର ମହାରଣା ସଭାପତିତ୍ୱ କରିଥିବା ବେଳେ ମାଲକାନଗିରି ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ର ମୁଖ୍ୟ ଅଧ୍ୟାପକ ଡ଼ଃ ରଞ୍ଜନ କୁମାର ସ୍ୱାଇଁ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ଶିକ୍ଷାର୍ଥୀ ମାନଙ୍କ ପଞ୍ଚ ଲକ୍ଷଣ ସମ୍ପର୍କରେ ଆଲୋଚନା କରିଥିଲେ। ମାଲକାନଗିରି ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ଼ାଃ ଧନେଶ୍ୱର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଅନେକେ ସଦୁପଦେଶ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ମାଲକାନଗିରି ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ରନାଥ ଧର ,ସି. ଆର. ସି .ସି ବିନୋଦବିହାରୀ ଦାସ ,ଡି. ସି .ପି .ଓ ନାରାୟଣ ଚନ୍ଦ୍ର ଦାସ ,କାଉନସିଲର ଜ୍ୟୋସ୍ନା ପଲେଇ, ଏସ .ଏମ .ସି ସଭାପତି ଜ୍ୟୋସ୍ନା ସରକାର,ବିଦ୍ୟାଳୟର ପୁରାତନ ଛାତ୍ର ସରୋଜ ପାତ୍ର ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରି ଉତ୍ସାହିତ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେଛାତ୍ରୀମାନଙ୍କ ଦ୍ୱାରା ପ୍ରାରମ୍ଭିକ ସଙ୍ଗୀତ ଗାନ ପରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ଅତିଥି ପରିଚୟ ଓ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ।ପରିଶେଷରେ ଶିକ୍ଷୟିତ୍ରୀ ଅଙ୍ଗୁରବାଳ l ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ।ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଓଡିଶୀ ,ସମ୍ବଲପୁରୀ, ଆଦିବାସୀ ନୃତ୍ୟ ଓ ବାଲ୍ୟ ବିବାହ, ନିଶା ନିବାରଣ ,ପରିବେଶ ପ୍ରଦୂଷଣ ଆଧାରିତ ସଚେତନତା ମୂଳକ ନାଟକ ପରିବେଷଣ କରାଯାଇଥିଲା ଯାହାକି ଉପସ୍ଥିତ ଅଭିଭାବକ ଓ ଗ୍ରାମବାସୀ ଙ୍କ ମନ କିଣିନେଇଥିଲା ।ବିଦ୍ୟାଳୟ ର ସମସ୍ତ ବରିଷ୍ଠ ଶିକ୍ଷକ ଓ ଶିକ୍ଷୟତ୍ରୀଗଣ ସକ୍ରିୟ ଅଂଶ ଗ୍ରହଣ କରି ବାର୍ଷିକ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ। Categories: ଓଡ଼ିଶା, ମାଲକାନଗିରି, ହୋମ୍ Related Content ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ by Proprietor Abhimanyu Maharana September 12, 2026 ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ by Proprietor Abhimanyu Maharana September 12, 2026 ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ - ଉଲ୍ଲାସ ଜନସଚେତନତା ପଦଯାତ୍ରା by Proprietor Abhimanyu Maharana September 12, 2026 ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ by Proprietor Abhimanyu Maharana September 12, 2026 ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ by Proprietor Abhimanyu Maharana September 12, 2026 ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ by Proprietor Abhimanyu Maharana September 11, 2026