1. ଫେବୃଆରୀ ୨୦ରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଦଶଦିନ ଧରି ଚାଲିବ
2. ମୋଟ ୧୨୧ଟି ଷ୍ଟଲରେ ବିଭିନ୍ନ ସାମଗ୍ରୀର ପ୍ରଦର୍ଶନ ହେବ
3. ସନ୍ଧ୍ୟା ୬.୩୦ରୁ ୮.୩୦ ପର୍ଯ୍ୟନ୍ତ ବିଭିନ୍ନ ଜନଜାତି ନୃତ୍ୟ ପ୍ରଦର୍ଶନର ବ୍ୟବସ୍ଥା

୨୦ ଫେବୃଆରୀ,ସୋମବାର (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ସ୍ଥାନୀୟ ୟୁନିଟ୍-୧ସ୍ଥିତ ଆଦିବାସୀ ପଡ଼ିଆଠାରେ ଆଦିବାସୀ ମେଳା ଓ ସାଂସ୍କୃତିକ ଉତ୍ସବ-୨୦୨୩କୁ ଉଦ୍ଘାଟନ କରିଛନ୍ତି । ଆଜିର ଉଦ୍ଘାଟନୀ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ବିଭାଗୀୟ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଉପଦେଷ୍ଟା ଶ୍ରୀ ପ୍ରଦୀପ ମାଝୀ, ବିଏମ୍ସି ମେୟର ସୁଲୋଚନା ଦାସ, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ଆର୍. ବାଲକ୍ରିଷ୍ଣନ୍, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-‘ଟି’) ଶ୍ରୀ ଭି.କେ. ପାଣ୍ଡିଆନ୍, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର କମିଶନର ତଥା ଶାସନ ସଚିବ ରୂପାରୋଶନ ସାହୁ, ଏସ୍ସିଏସ୍ଟିଆର୍ଟିଆଇର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ, ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ବିଶ୍ୱରଞ୍ଜନ ସାସମଲ, ଓପିଇଏଲ୍ଆଇପିର ପ୍ରୋଗ୍ରାମ ଡାଇରେକଫର ପି. ଅର୍ଥନାରୀ ପ୍ରମୁଖ ପାଛୋଟି ନେଇଥିଲେ ।
