• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
April 6, 2023
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ
Share on FacebookShare on TwitterWhatsapp

ସମସ୍ତଙ୍କ ସହଯୋଗରେ ଉତ୍ସବକୁ ଆକର୍ଷଣୀୟ କରିବାକୁ ଉନ୍ନୟନ କମିଶନରଙ୍କ ଗୁରୁତ୍ୱ

୫ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଭୁବନେଶ୍ୱର :- ଆଗାମୀ ଅପ୍ରେଲ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଏକ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ୧୯୪୮ ମସିହା ଅପ୍ରେଲ୍‌ ୧୩ ତାରିଖରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ଭୁବନେଶ୍ୱରରେ ରାଜଧାନୀ ପ୍ରତିଷ୍ଠାର ଶିଳାନ୍ୟାସ କରିଥିଲେ । ଚଳିତ ବର୍ଷ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠାର ପ୍ଲାଟିନମ୍‌ ଜୟନ୍ତୀ ପାଳନ କରାଯାଉଥିବାରୁ ଏହି ଉତ୍ସବକୁ ସରସ ସୁନ୍ଦର, ଆନନ୍ଦ ଉଲ୍ଲାସ ଏବଂ ଅଧିକ ଆକର୍ଷଣୀୟ ସହକାରେ ପାଳନ କରିବାକୁ ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ସମସ୍ତଙ୍କର ସହଯୋଗ କାମନା କରିଥିଲେ  ।

ଏହି ବୈଠକରେ ସୂଚନା ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ପୁଲିସ୍‌ କମିଶନର ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଭୁବନେଶ୍ୱର ମହାନଗର ନିଗମ କମିଶନର ଶ୍ରୀ ବିଜୟ ଅମୃତା କୁଲାଙ୍ଗେ,ବିଡିଏ ଉପାଧକ୍ଷ ଶ୍ରୀ ବଲୱନ୍ତ ସିଂ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ସଚିନ ରାମଚନ୍ଦ୍ର ଯାଦବ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସ,  ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ କେ. ସୂଦର୍ଶନ ଚକ୍ରବର୍ତ୍ତୀ, ବି.ଏମ୍‌.ସି. ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୂର ବିକାଶ,  ଭୁବନେଶ୍ୱର ଡିସିପି ଶ୍ରୀ ପ୍ରତୀକ ସିଂ, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଫୁଲ୍ଲ କୁମାର ସ୍ୱାଇଁ, ସୂଚନା ଓ ଲୋକସଂପର୍କ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡାଙ୍କ  ସମେତ ରାଜ୍ୟ ସ୍ୱରାଷ୍ଟ୍ର, ଗୃହ ଓ ନଗର ଉନ୍ନୟନ, ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା, ବାଣିଜ୍ୟ ଓ ପରିବହନ, ପୂର୍ତ୍ତ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଓ୍ୱାଟକୋ ଆଦି ସଂପୃକ୍ତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ତ୍ତୃପକ୍ଷ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।  ଅନ୍ୟମାନଙ୍କ ମଧ୍ୟରେ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ତଥା ବରିଷ୍ଠ  ସାମ୍ବାଦିକ ଶ୍ରୀ ପ୍ରଦୋଷ ପଟ୍ଟନାୟକ, ଉପସଭାପତି ଶ୍ରୀ ପ୍ରଦ୍ୟୁମ୍ନ କୁମାର ମହାନ୍ତି ଏବଂ ସାଧାରଣ ସଂପାଦକ  ଶ୍ରୀ ସନତ ମିଶ୍ର ପ୍ରମୁଖ ଯୋଗଦେଇ ଉତ୍ସବ ଆୟୋଜନ ସଂପର୍କରେ ମତ ରଖିଥିଲେ ।ଭୁବନେଶ୍ୱର ମହାନଗର ନିଗମ କମିଶନର ଶ୍ରୀ ବିଜୟ ଅମୃତା କୁଲାଙ୍ଗେ ୭୫ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ବି.ଏମ୍‌.ସି ତରଫରୁ କରାଯାଇଥିବା ବ୍ୟାପକ ପ୍ରସ୍ତୁତି ସମ୍ପର୍କରେ ପାୱାରପଏଣ୍ଟ ଉପସ୍ଥାପନା ମାଧ୍ୟମରେ ସବିଶେଷ ତଥ୍ୟ ରଖିଥିଲେ । ତିନି ଦିନ ଧରି ଆୟୋଜିତ ଏହି ଉତ୍ସବରେ ଅପ୍ରେଲ୍‌ ୧୩ ତାରିଖ ସକାଳେ ବିଧାନସଭା ସୌଧ ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକରେ ପୁଷ୍ପଗୁଚ୍ଛ ଅର୍ପଣ, ଉତ୍ସବକୁ ଅତିଥିମାନଙ୍କୁ ନିମନ୍ତ୍ରଣ, ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ବିଶିଷ୍ଟ ବ୍ୟକ୍ତିଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ, ବିଦ୍ୟାଳୟର ଛାତ୍ର-ଛାତ୍ରୀମାନଙ୍କ ଦ୍ୱାରା ପ୍ୟାରେଡ ପରିବେଷଣ, ଉତ୍ସବ ଅବସରରେ ଏକ କଫିଟେବୁଲ ପୁସ୍ତକ ପ୍ରକାଶନ ସଂପର୍କରେ ବୈଠକରେ ଆଲୋଚନା କରାଯାଇଛି ।

ସେହିପରି ଅପ୍ରେଲ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଉତ୍କଳ ମଣ୍ଡପ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ପରିପ୍ରେକ୍ଷୀରେ ବି.ଏମ୍‌.ସିର ପ୍ରତ୍ୟେକ ୱାର୍ଡ଼ସ୍ତରରେ ମଧ୍ୟ ଉତ୍ସବ ପାଳନ କରାଯିବ  । ୱାର୍ଡ ସଫେଇ ଠାରୁ ଆରମ୍ଭ କରି ନୃତ୍ୟ, ସଙ୍ଗୀତ, ରଙ୍ଗୋଲୀ, ଚିତ୍ରାଙ୍କନ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ବିଭିନ୍ନ ଓ୍ୱାର୍ଡରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କୁ ପୁରସ୍କୃତ କରାଯିବ  । ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌ଘାଟନ କରାଯିବ  । ରାଜଧାନୀ ପ୍ରତିଷ୍ଠା  ଶିଳାନ୍ୟାସ ଫଳକ ଏବଂ ଏହାର ପରିସରକୁ ପରିଷ୍କାର ପରିଚ୍ଛନ୍ନ ଓ ସୌନ୍ଦର୍ଯ୍ୟକରଣ କରାଯିବ  । କେଶରୀ ଟକିଜ୍‌, ଏଜି ଛକ ଏବଂ ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ୩ଟି ସୁଦୃଶ୍ୟ ସ୍ୱାଗତ ତୋରଣ ଲଗାଯିବ  । ଉତ୍ସବ ସ୍ଥଳରେ ଅତିଥି ମାନଙ୍କର ବସିବା ପାଇଁ ବ୍ୟାପକ ବ୍ୟବସ୍ଥା, ଗାଲିଚା ବିଛେଇ ଓ ବ୍ୟାରିକେଡିଂ ବ୍ୟବସ୍ଥା, ଉତ୍ସବସ୍ଥଳ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର କୋଠାବାଡ଼ି ଆଲୋକୀକରଣ, ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟ କୋଠା ଏବଂ ଜୟଦେବ ଭବନ ଠାରେ ଭୁବନେଶ୍ୱରର ଏୗତିହ୍ୟ, ବର୍ତ୍ତମାନ ଏବଂ ସଫଳତାକୁ ନେଇ ପ୍ରଦର୍ଶନୀ ଆୟୋଜନ, ରକ୍ତଦାନ ଶିବିର, ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ଅଗ୍ନିଶମ ସେବା ଓ, ଆମ୍ବୁଲାନ୍ସ  ସେବା ବ୍ୟବସ୍ଥା, ଉତ୍ସବ ଏବଂ ପରେଡ୍‌ରେ ଅଂଶଗ୍ରହଣ କରୁଥିବା ଛାତ୍ର-ଛାତ୍ରୀଙ୍କ ନିମନ୍ତେ ଯାତାୟତ ପାଇଁ ବସ୍, ଟ୍ରାଫିକ୍‌ ନିୟନ୍ତ୍ରଣ, ପାନୀୟଜଳ, ସହରରେ ଥିବା ପ୍ରମୁଖ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତୀ​‌ରେ ମାଲ୍ୟାର୍ପଣ କରାଯିବା ସହ ସମସ୍ତ କାର୍ଯ୍ୟକ୍ରମକୁ ଗଣମାଧ୍ୟମରେ ବ୍ୟାପକ  ପ୍ରଚାର ପ୍ରସାରକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ।  ଏହି ଅବସରରେ ଭୁବନେଶ୍ୱର ମହାନଗର  ନିଗମ ତରଫରୁ ଅପ୍ରେଲ୧୪ ତାରିଖରେ ମାରାଥନ୍‌ ଏବଂ ୧୫ ତାରିଖରେ ସାଇକ୍ଲୋଥର୍ମ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସଂପର୍କରେ ବି.ଏମ୍‌.ସି କମିଶନର ଶ୍ରୀ କୁଲାଙ୍ଗେ ବୈଠକରେ  ସୂଚନା ଦେଇଥିଲେ  ।     

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version