ଏକ ନିର୍ଦ୍ଦିଷ୍ଟ ସମୁଦାୟ ଦ୍ୱାରା ହୋଇଥିବା ଜଣେ ଆଦିବାସୀ ଯୁବକ ଚନ୍ଦ୍ରମଣି ମିର୍ଦ୍ଧା ଙ୍କ ମୃତ୍ୟୁ ହୋଇଥିବା ବେଳେ ହନୁମାନ ଜୟନ୍ତୀ ସମନ୍ୱୟ ସମିତିର କାର୍ଯ୍ୟକାରୀ ସଭାପତି ଦାମୋଦର କରଙ୍କ ସମେତ ଅନେକ ସାଧାରଣ ଲୋକ, ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ସମ୍ବଲପୁରର ଯେଉଁ ପରିସ୍ଥିତି ଘଟିଲା ତାହା ରାଜ୍ୟ ସରକାରଙ୍କ ଅପାରଗତା ପାଇଁ ଘଟିଲା । ରାଜ୍ୟ ସରକାର ଚାହିଁଥିଲେ ଆଜି ସମ୍ବଲପୁରରେ ଏଭଳି ପରିସ୍ଥିତି ଉପୁଜିନଥାନ୍ତା ବୋଲି ଅଭିଯୋଗ ହୋଇଛି ।
ସମ୍ବଲପୁରରେ ଘଟିଥିବା ଘଟଣାର ଓ ରାଜ୍ୟ ସରକାରଙ୍କର ପକ୍ଷପାତିତା ବିରୋଧରେ ଆଜି ବଜରଙ୍ଗ ଦଳ,ବିଶ୍ୱ ହିନ୍ଦୁ ପରିଷଦ ଓ ଅନେକ ହିନ୍ଦୁ ସଙ୍ଗଠନ ପକ୍ଷରୁ ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା ଆଦି ଜିଲ୍ଲାରେ ହରତାଳ ନିମନ୍ତେ ଡାକରା ଦିଆଯାଇଛି । ଏହି ୧୨ ଘଂଟିଆ ହରତାଳ ପାଳନକୁ ଭାରତୀୟ ଜନତା ପାର୍ଟି ସମର୍ଥନ କରିବା କରିଥିବା ଜଣାପଡିଛି ।

© 2023 Odisha Taza News.