• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଷ୍ଟ୍ରେଲିଆ ଓଡ଼ିଆ ସମାଜ ପକ୍ଷରୁ ସପ୍ତରଙ୍ଗ ସମାରୋହ ଆୟୋଜନ

Proprietor Abhimanyu Maharana by Proprietor Abhimanyu Maharana
April 28, 2023
in ଓଡ଼ିଶା, ଦେଶ, ବିଶ୍ଵ, ହୋମ୍
0
ଅଷ୍ଟ୍ରେଲିଆ ଓଡ଼ିଆ ସମାଜ ପକ୍ଷରୁ ସପ୍ତରଙ୍ଗ ସମାରୋହ ଆୟୋଜନ
Share on FacebookShare on TwitterWhatsapp

୨୮ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କାନବେରା :- ଅଷ୍ଟ୍ରେଲିଆ ଓଡ଼ିଆ ସମାଜ; ଓରିଓଜ ଇଙ୍କ ଦ୍ଵାରା ଏହାର ଦଶମ ଦ୍ଵିବାର୍ଷିକ ଅଧିବେଶନ,” ସପ୍ତରଙ୍ଗ-୨୦୨୩” ମହାସମାରୋହରେ ଆୟୋଜନ କରାଯାଇଥିବା ଜଣାଯାଇଛି। ସମାବେଶରେ ଅଷ୍ଟ୍ରେଲିଆର ସମସ୍ତ ରାଜ୍ୟରୁ ଓଡ଼ିଆମାନେ ସେମାନଙ୍କର ପରିବାର ଓ ବନ୍ଧୁବାନ୍ଧବମାନଙ୍କ ସହିତ ଯୋଗ ଦେଇଥିବା ଦେଖାଯାଇଥିଲା । ଘର ବାହାରେ ଗୋଟିଏ ଘରେ ଏକଜୁଟ ହୋଇ ଓଡ଼ିଶାର ଉତ୍କୃଷ୍ଟ କଳା, ଉନ୍ନତ ସଂସ୍କୃତି, ଉତ୍ତୁଙ୍ଗ ଐତିହ୍ୟ ଏବଂ ସଶକ୍ତ ଭାତୃତ୍ବର ପରାକାଷ୍ଠାକୁ ପାଳନ କରିବାର ସ୍ମୃତି ନିଆରା ଏବଂ ଅବିସ୍ମରଣୀୟ ଥିଲା । ମହୋତ୍ସବ ସ୍ଥଳ କାନବେରାର ବଣ, ଜଙ୍ଗଲ, ବୃକ୍ଷ, ଲତା, ପାହାଡ, ପର୍ବତ ତଥା ଜଳପ୍ରପାତ ଘେରା ଓ ସବୁଜିମା ଭରା ସୁନ୍ଦର, ସୁଶୋଭିତ ଏବଂ ସୁରମ୍ୟ ଗ୍ରୀନ ହିଲ୍ସ ସେଣ୍ଟର ଥିଲା। ହସ, ମଜା, ମଜଲିସ, କୌତୁକ ଓ ମଉଛବ ବନାଇବା ତଥା ଶାରୀରିକ ଏବଂ ମାନସିକ ସ୍ତରର ସୁସ୍ଥତାକୁ ପୁନଉଜ୍ଜୀବିତ ଓ ଉତଫୁଲ୍ଲିତ୍ତ କରିବା ପାଇଁ ଏହି ସମ୍ମିଳନୀ ସଠିକ୍ ସୁଯୋଗ ଆଣିଦେଇଥିଲା। ବିଶେଷକରି କରୋନାର ପ୍ରାଦୁର୍ଭାବ ଯୋଗୁଁ ଦୀର୍ଘ ପାଞ୍ଚ ବର୍ଷର ବ୍ୟବଧାନରେ ଏହି ବନ୍ଧୁ ମିଳନ ଅନୁଷ୍ଠିତ ହୋଇଥିବାରୁ ଅଂଶ ଗ୍ରହଣକାରୀ ପ୍ରବାସୀ ଓଡ଼ିଆମାନଙ୍କ ମଧ୍ୟରେ ଅପୂର୍ବ ଆନନ୍ଦ, ଅଜସ୍ର ଉତ୍ସାହ ଏବଂ ଅଫୁରନ୍ତ ଉଦ୍ଦୀପନା ପରିଲକ୍ଷିତ ହୋଇଥିଲା। ସପ୍ତରଙ୍ଗ-୨୦୨୩କୁ ଭାରତୀୟ ହାଇକମିଶନର ପ୍ରତିନିଧି ଶ୍ରୀ ନରେନ୍ଦ୍ର ରଣା ଏବଂ ଫିନାକ୍ଟର ସଭାପତି ଶ୍ରୀ ଶାନ୍ତି ରେଡ୍ଡୀ ଉଦଘାଟନ କରିଥିଲେ। ଏହାପରେ ଓରିଓଜର ନବନିର୍ବାଚିତ ସଭାପତି ଡଃ ମନୋଜ ନାୟକ ଏବଂ ନୂଆ କାର୍ଯ୍ୟକାରୀ କମିଟି,ବିଦାୟୀ ସଭାପତି ଡଃ ନଳିନୀ ପତି ଓ ତାଙ୍କର ଟିମଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଥିଲେ। ବୈଠକକୁ ସମ୍ବୋଧନ କରି ଡଃ ପତି ତାଙ୍କର ତିନି ବର୍ଷର କାର୍ଯ୍ୟକାଳ ମଧ୍ୟରେ ସମଗ୍ର ଓରିଓଜ ପରିବାର ପକ୍ଷରୁ ଯେଭଳି ସ୍ନେହ, ଶ୍ରଦ୍ଧା, ସଦିଚ୍ଛା ଓ ସହଯୋଗ ଲାଭ କରିଛନ୍ତି, ସେଥିପାଇଁ କୃତଜ୍ଞତା ଜ୍ଞାପନ କରିଥିଲେ। ମହାମାରୀର ପ୍ରକୋପ ସତ୍ତ୍ୱେ ତାଙ୍କର କମିଟି ଓରିଓଜକୁ ଆନ୍ତର୍ଜାତିକ ସ୍ଵୀକୃତି ପ୍ରଦାନ କରିବା ସହିତ ମାତୃପ୍ରଦେଶ ଓଡ଼ିଶାରେ ମଧ୍ୟ ସୁଖ୍ୟାତି ଲାଭ କରାଇପାରିଥିବା ଡଃ ପତି ପ୍ରକାଶ କରିଥିଲେ।
ସଭାରେ ଅଭିଭାଷଣ ପ୍ରଦାନ କରି ଓରିଓଜର ସଭାପତି ଡଃ ମନୋଜ ନାୟକ ସପ୍ତରଙ୍ଗର ଅଭୂତପୂର୍ବ ସଫଳତା ପାଇଁ ସନ୍ତୋଷ ବ୍ୟକ୍ତ କରିଥିଲେ। ବିସ୍ତୃତ ଭୌଗଳିକ ଇଲାକାରେ ପରିବ୍ୟାପ୍ତ ସମଗ୍ର ଅଷ୍ଟ୍ରେଲିଆ ମହାଦେଶର ଓଡ଼ିଆ ସମ୍ପ୍ରଦାୟଙ୍କ ମଧ୍ୟରେ ଏକ ମନ, ଏକ ପ୍ରାଣ ଏବଂ ଏକନିଷ୍ଟ ଭାବନା ଜାଗ୍ରତ କରାଇବା ତଥା ଏକ ବୃହତ୍ ପରିବାର ଭଳି ସମସ୍ତଙ୍କୁ ଏକତାର ସୂତ୍ରରେ ବାନ୍ଧି ପାରିବା ଦ୍ଵାରା ଏହି ମିଳନ ପର୍ବର ଅସଲ ଉଦ୍ଦେଶ୍ୟ ସାଧନ ହୋଇଥିବା ସେ ଉଲ୍ଲେଖ କରିଥିଲେ। ସବୁଠୁ ପ୍ରମୁଖ ବିଷୟ ହେଲା ଯେ ଆମର ବାଳୁତ ଓ ଯୁବ ସଦସ୍ୟ ମାନେ ପରସ୍ପର ମଧ୍ୟରେ ଭାବର ଆଦାନପ୍ରଦାନ କରିବାରେ ଯେଉଁ ଭଳି ଭାବରେ ଅହେତୁକ ଆଗ୍ରହ ଓ ଅତୁଳନୀୟ ଆବେଗ ଦେଖାଇଲେ ତାହା ଦର୍ଶନୀୟ ବିଷୟବସ୍ତୁ ଥିଲା ବୋଲି ଡଃ ନାୟକ କହିଥିଲେ । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଅସୀମ କୃପା ଫଳରେ କାନବେରାର ଟିମ ଅସମ୍ଭବକୁ ସମ୍ଭବ କରି ଦେଖାଇ ପାରିଥିବା ସେ ସୂଚାଇଥିଲେ । ସମ୍ମିଳନୀର ସଫଳତା ପାଇଁ ଡଃ ନାୟକ ପ୍ରତ୍ୟେକ ରାଜ୍ୟର କର୍ମକର୍ତ୍ତା, ସାଂସ୍କୃତିକ ମୁଖ୍ୟ ଏବଂ ପୂର୍ବତନ ତଥା ବର୍ତ୍ତମାନର କାର୍ଯ୍ୟକାରୀ କମିଟିର ସଦସ୍ୟଗଣଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ । ଏହି ଅବସରରେ ଓରିଓଜର ସାଙ୍ଗଠନିକସ୍ଥିତିକୁ ସୁଦୃଢ଼ କରିବା ନେଇ ଫଳପ୍ରସୂ ଯୋଗଦାନ ପାଇଁ ସଂସ୍ଥାର ବରିଷ୍ଠ ସଦସ୍ୟ ଶ୍ରୀ ଚାରୁ ଚନ୍ଦ୍ର ମିଶ୍ରଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ପ୍ରଥମ ଥର ପାଇଁ ଓଡ଼ିଶାର ଐତିହ୍ୟ ଓ ଇତିହାସକୁ ଆଧାର କରି ପରିକଳ୍ପନା କରାଯାଇଥିବା କୁଇଜ୍ ପ୍ରତିଯୋଗିତାକୁ ଦର୍ଶକ ମାନେ ଖୁବ ପସନ୍ଦ କରିଥିଲେ । ସେହିପରି ଓରିଓଜର ଯୁବ ବାହିନୀ ଦ୍ଵାରା ଚଳାଯାଇଥିବା ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ମଧ୍ୟ ଅଂଶଗ୍ରହଣକାରୀ ମାନଙ୍କ ଦ୍ଵାରା ବେଶ୍ ଆଦୃତ ହୋଇଥିଲା । ସପ୍ତରଙ୍ଗ-୨୦୨୩ର ପ୍ରଧାନ ଆକର୍ଷଣ ବିବିଧ ରଙ୍ଗାରଙ୍ଗ ସାଂସ୍କୃତିକ ସଂରଚନା ଥିଲା । ଏ ମଧ୍ୟରେ ଭିନ୍ନ ଭିନ୍ନ ସ୍ୱାଦର ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ସମସ୍ତ ବୟସର କଳାକାରମାନଙ୍କୁ ନେଇ ପରିବେଷିତ ୫୫ ଟି ମନୋରଞ୍ଜକ ପ୍ରସ୍ତୁତି ଅନ୍ତର୍ଭୁକ୍ତ ଥିଲା । ପିଲା ମାନଙ୍କ ଦ୍ଵାରା ମଞ୍ଚ ଉପରେ ପ୍ରଦର୍ଶିତ ଶ୍ରେଷ୍ଠ ସୃଜନଶୀଳ କଳା ଚାତୁର୍ଯ୍ୟର ଅନୁଭବ ଖୁବ ରୋମାଞ୍ଚକ ଓ ଉପଭୋଗ୍ୟ ଥିଲା । ବିଭିନ୍ନ ପ୍ରଦେଶର ସାଂସ୍କୃତିକ ମୁଖ୍ୟ ମାନେ କାର୍ଯ୍ୟକ୍ରମକୁ ସଂଯୋଜନା ଓ ପରିଚାଳନା କରିଥିଲେ । ଓଡ଼ିଶାରୁ ଆସିଥିବା ପରିଣତ ବୟସର ମାତାପିତା ଓ ପରିବାର ସଦସ୍ୟ ମାନେ ସମ୍ମିଳନୀର ବିଭିନ୍ନ ଉପସ୍ଥାପନାରେ ବଢ଼ିଚଢ଼ିକି ଭାଗ ନେବା ସାଙ୍ଗକୁ ପୁରା ଆସର କାଳରେ ଖୁବ୍ ଉତ୍ସାହିତ ଥିବା ନଜର କରାଯାଇଥିଲା । ତିନି ଦିନର ମହା ଅଧିବେଶନ ମଧ୍ୟରେ ଆଗନ୍ତୁକ ପ୍ରତିନିଧି ମାନଙ୍କୁ ନାନା କିସମର ପାରମ୍ପରିକ ସ୍ଵାଦିଷ୍ଟ ଓଡ଼ିଆ ବ୍ୟଞ୍ଜନରେ ଆପ୍ୟାୟିତ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version