No Result
View All Result
୨୮ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ବିଶିଷ୍ଟ ଶିକ୍ଷାବିତ୍ ଓ ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠତା ଅଚ୍ୟୁତ ସାମନ୍ତଙ୍କୁ ଆସାମର ମହାପୁରୁଷ ଶ୍ରୀମନ୍ତ ଶଙ୍କରଦେବ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍ ପ୍ରଦାନ କରାଯାଇଛି । ଗୁରୁବାର ବିଶ୍ୱବିଦ୍ୟାଳୟର ୫ମ ଦୀକ୍ଷାନ୍ତ ସମାରୋହରେ ଶ୍ରୀ ସାମନ୍ତଙ୍କୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡିଲିଟ୍ ପ୍ରଦାନ କରାଯାଇଛି । ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନସୂଚକ ଡକ୍ଟୋରେଟ୍ ପ୍ରଦାନ କରାଯାଇଛି । ଆସାମ ରାଜ୍ୟପାଳ ଗୁଲାବ୍ ଚାନ୍ଦ କଟାରିଆଙ୍କଠାରୁ ଶ୍ରୀ ସାମନ୍ତ ଏହି ସମ୍ମାନ ଗ୍ରହଣ କରିଥିଲେ । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୫୧ତମ ଡକ୍ଟୋରେଟ ।
ଏହି ସମ୍ମାନ ପାଇଁ ଶ୍ରୀ ସାମନ୍ତ ମହାପୁରୁଷ ଶ୍ରୀମନ୍ତ ଶଙ୍କରଦେବ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିଜର କୃତଜ୍ଞତା ଜଣାଇଛନ୍ତି । ଏହା ତାଙ୍କୁ ସମାଜ ପାଇଁ ଆହୁରି ଅଧିକ କାର୍ଯ୍ୟ କରିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ସାମନ୍ତ କହିଛନ୍ତି । ଏହି ଦୀକ୍ଷାନ୍ତ ସମାରୋହରେ କେନ୍ଦ୍ର ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଡ. ରାଜକୁମାର ରଞ୍ଜନ ସିଂହ, କୁଳାଧିପତି ଭବେନ୍ଦ୍ର ନାଥ ଡେକା, କୁଳପତି ଡ. ମୃଦୁଳ ହଜାରିକା, କୁଳସଚିବ ପ୍ରଫେସର ମୃଣାଳ କୁମାର ବୋରା ପ୍ରମୁଖ ଉପସ୍ଥିତ ଥିଲେ ।

No Result
View All Result