• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ : ମନ୍ତ୍ରୀ ଶ୍ରୀ ଅମାତ

Proprietor Abhimanyu Maharana by Proprietor Abhimanyu Maharana
April 30, 2023
in ଓଡ଼ିଶା, ମହାନଗର, ହୋମ୍
0
ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଉତ୍କଳଗୌରବ ମଧୁସୂଦନ ଦାସ ଥିଲେ ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ : ମନ୍ତ୍ରୀ ଶ୍ରୀ ଅମାତ
Share on FacebookShare on TwitterWhatsapp

୩୦ଏପ୍ରିଲ୍ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :- ଉତ୍କଳଗୌରବ ମଧୁସୂଦନ ଦାସ ହେଉଛନ୍ତି ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ମୂର୍ତ୍ତିମନ୍ତ ପ୍ରତୀକ । ସ୍ୱତନ୍ତ୍ର ଓଡ଼ିଶା ଗଠନର ମୁଖ୍ୟ ବିନ୍ଧାଣୀ ମଧୁବାବୁ ଜଣେ ଆଇନଜୀବୀ, ଶିଳ୍ପୋଦ୍ୟୋଗୀ, ସମାଜସେବୀ, ସମବାୟବିତ୍‌ ଓ ସାହିତ୍ୟ-ସଂସ୍କୃତିପ୍ରାଣ ଭାବରେ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଚିର ଅମର ରହିବେ । ଓଡ଼ିଆ ଜାତି ପାଇଁ ତାଙ୍କ ତ୍ୟାଗ ଓ ତପସ୍ୟା ଅତୁଳନୀୟ । ଏହି ଦୃଷ୍ଟିରୁ ତାଙ୍କୁ ‘ସହସ୍ରାବ୍ଦର ସୂର୍ଯ୍ୟ’ କହିଲେ ବି ଅତୁ୍ୟକ୍ତି ହେବ ନାହିଁ ବୋଲି ଅତିଥିମାନେ ପ୍ରକାଶ କରିଛନ୍ତି । ଆଜି ଜୟଦେବ ଭବନଠାରେ ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ବଡ଼ଚଣାର ବିଧାୟକ ଶ୍ରୀ ଅମର ପ୍ରସାଦ ଶତପଥୀ କହିଲେ ଯେ ମଧୁବାବୁ ହେଉଛନ୍ତି ଆଧୁନିକ ଓଡ଼ିଶାର ରାଜନୈତିକ ଇତିହାସରେ ଅନ୍ୟତମ ପ୍ରମୁଖ ବିନ୍ଧାଣୀ । ଓଡ଼ିଶାର ପ୍ରଥମ ସ୍ନାତକ, ପ୍ରଥମ ଏମ୍‌.ଏ, ପ୍ରଥମ ସଫଳ ଓକିଲ, ପ୍ରଥମ ମନ୍ତ୍ରୀ, ଏମିତି ଅନେକ କ୍ଷେତ୍ରରେ ସେ ଓଡ଼ିଶାର ପ୍ରଥମ ବ୍ୟକ୍ତି । ଏହି ମର୍ଯ୍ୟାଦା ହାସଲ ପଛରେ ରହିଛି ଅନେକ ସଂଘର୍ଷ, ସଂଗ୍ରାମ ଓ ସାଧନା । ବିଚ୍ଛିନ୍ନାଞ୍ଚଳ ସହିତ ସମସ୍ତ ଓଡ଼ିଆ ଭାଷାଭାଷୀ ଅଞ୍ଚଳର ଏକତି୍ରକରଣ ଏବଂ ଓଡ଼ିଶାରେ କୁଟୀର ଶିଳ୍ପର ବିକାଶ ସହିତ କୃଷି, ବାଣିଜ୍ୟ, ଶିକ୍ଷା ଓ ସଂସ୍କୃତି କ୍ଷେତ୍ରରେ ଏକ ନୂତନ ଜାଗରଣ ସୃଷ୍ଟି କରିବା ସକାଶେ ଉତ୍କଳ ସମ୍ମିଳନୀ ମାଧ୍ୟମରେ ମଧୁବାବୁ ସର୍ବଦା ଉଦ୍ୟମରତ ଥିଲେ ବୋଲି ସେ ଉଲ୍ଲେଖ କରିଥିଲେ । ବିଶିଷ୍ଟ ଅତିଥି ଭାବେ ଯୋଗଦେଇ ଭଣ୍ଡାରିପୋଖରୀର ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ କହିଲେ ଯେ ମଧୁବାବୁଙ୍କ ଦ୍ୱାରା ପ୍ରତିଷ୍ଠିତ ଉତ୍କଳ ଟ୍ୟାନେରୀ କେବଳ ଏକ ଶିଳ୍ପ ଅନୁଷ୍ଠାନ ନଥିଲା । ଏହା ଥିଲା ସ୍ୱଦେଶୀ ଆନ୍ଦୋଳନର ଏକ ବଳିଷ୍ଠ ମାଧ୍ୟମ ା ଅର୍ଥନୀତି ଓ ରାଜନୈତିକ ଦୃଷ୍ଟିରୁ ସମୃଦ୍ଧ ଓଡ଼ିଶା ଗଠନରେ ମଧୁବାବୁଙ୍କ ଅବଦାନ ଅତୁଳନୀୟ । ଓଡ଼ିଆ ଜାତି କିଭଳି ଦେଶବିଦେଶରେ ସମ୍ମାନିତ ହେବ, ଏହା ଥିଲା ତାଙ୍କର ଏକମାତ୍ର ଅଭିପ୍ରାୟ ବୋଲି ସେ ଉଲ୍ଲେଖ କରିଥିଲେ । ସମ୍ମାନିତ ଅତିଥି ଭାବେ ଯୋଗଦେଇ ‘ଓଡ଼ିଶା ରିଭୁ୍ୟ’ ଓ ‘ଉତ୍କଳ ପ୍ରସଙ୍ଗ’ର ସଂପାଦିକା କସ୍ତୁରୀ ମହାପାତ୍ର କହିଲେ ଯେ ନାରୀ ଶିକ୍ଷା ଓ ନାରୀ ଜାଗରଣ କ୍ଷେତ୍ରରେ ମଧୁବାବୁଙ୍କର ଅବଦାନ ପ୍ରଣୀଧାନଯୋଗ୍ୟ । ଅଦାଲତମାନଙ୍କରେ ମହିଳାମାନଙ୍କୁ ଆଇନଜୀବୀ ଭାବରେ କାର୍ଯ୍ୟ କରିବାର ଅନୁମତି ଦିଆଯାଉ ବୋଲି ଦର୍ଶାଇ ମଧୁବାବୁ ପ୍ରିଭି କାଉନ୍‌ସିଲ୍‌ରେ ଅପିଲ କରିଥିଲେ । ଏହା ଫଳରେ ନାରୀମାନଙ୍କର ଅଦାଲତରେ ଓକିଲାତି କରିବା ସମ୍ଭବ ହୋଇଥିଲା ବୋଲି ସେ ପ୍ରକାଶ କରିଥିଲେ ।ବିଶିଷ୍ଟ ଶିକ୍ଷାବିତ୍‌ ଏବଂ ସାହିତି୍ୟକ ଡଃ ନାରାୟଣ ପଣ୍ଡା ମୁଖ୍ୟବକ୍ତା ଭାବେ ଯୋଗଦେଇ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୀବନୀ ଓ କୃତିତ୍ୱ ଉପରେ ଆଲୋକପାତ କରି କହିଲେ ଯେ ଯେଉଁ ବ୍ୟକ୍ତି ନିଜ ପାଇଁ ବଞ୍ଚେ ତାକୁ କେହି ମନେ ରଖନ୍ତି ନାହିଁ । ଯିଏ ନିଜ ଜାତି ଓ ମାଟି ପାଇଁ ବଞ୍ଚନ୍ତି ସେ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିଯାଆନ୍ତି । ସେଭଳି ଜଣେ ଯୋଗଜନ୍ମା ପୁରୁଷ ଥିଲେ କୂଳବୃଦ୍ଧ ମଧୁସୂଦନ । ସେ କେବଳ ଉତ୍କଳର ଗୌରବ ନଥିଲେ, ସେ ସମଗ୍ର ଦେଶର ଗୌରବ ଅଟନ୍ତି । ଉତ୍କଳ ସମ୍ମିଳନୀର ଅଧିକାଂଶ ଅଧିବେଶନର ବଳିଷ୍ଠ ଯୁକ୍ତି ଓ ଦାବି ସମ୍ବଳିତ ଅଭିଭାଷଣରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଉପରେ ଗୁରୁତ୍ୱ ପ୍ରଦାନ କରି ମଧୁବାବୁ ତାଙ୍କର ଏକନିଷ୍ଠ ଉଦ୍ୟମର ପ୍ରମାଣ ଦେଇଥିଲେ ।

ସେ ଥିଲେ ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ ଏବଂ ଯଥାର୍ଥରେ ଉତ୍କଳ ଗୌରବ, ପୁଣି କୁଳବୃଦ୍ଧ, ଉତ୍କଳ ମାତାର ଯୋଗ୍ୟତମ ସନ୍ତାନ ବୋଲି ଡଃ ପଣ୍ଡା ଉଲ୍ଲେଖ କରିଥିଲେ ା ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ ସ୍ୱାଗତ ଭାଷଣ ପ୍ରଦାନ ଅବସରରେ କହିଲେ ଯେ ଉତ୍କଳଗୌରବ ମଧୁସୂଦନ ଦାସ ଓଡ଼ିଶା ଇତିହାସର ଜଣେ ଦୁର୍ଲଭ ପୁରୁଷ ଏବଂ ଅବିସ୍ମରଣୀୟ ବ୍ୟକ୍ତିତ୍ୱ । ଉତ୍କଳମାତା ତାଙ୍କୁ ଜନ୍ମ ଦେଇ ସବୁଦିନ ଗର୍ବ କରିବ । ତାଙ୍କ ଜୀବନ ଓଡ଼ିଶାର ଉନ୍ନତି ପାଇଁ ସମର୍ପିତ ଥିଲା । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ମଧୁବାବୁଙ୍କ ନିଷ୍ଠାପର ଓ ନିରନ୍ତର ଉଦ୍ୟମ ଯୋଗୁଁ ସମ୍ଭବ ହୋଇଥିଲା ବୋଲି ଶ୍ରୀ ସାମଲ ଉଲ୍ଲେଖ କରିଥିଲେ । ପ୍ରାରମ୍ଭରେ ଅତିଥିମାନେ ଉତ୍କଳଗୌରବ ମଧୁବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ଶାଶ୍ୱତୀ ସାମାଜିକ ସାଂସ୍କୃତିକ କେନ୍ଦ୍ରର ଶିଳ୍ପୀମାନେ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ । ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପି୍ରୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ, କର୍ମଚାରୀ, ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧି ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version