ସୂଚନାଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ 74154 ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ 10416 ମିନି ଅଙ୍ଗନବାଡି ଥିଲା .ତନ୍ମଧ୍ୟରୁ 2836 ମିନି ଅଙ୍ଗନବାଡି ଏବେ ଉନ୍ନୀତ ହେଲା . ଏହାସହିତ ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା – ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ । ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି ।
ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ (Anganwadi Worker) ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ (Anganwadi Helper) ନିଯୁକ୍ତ କରାଯିବ। ଏହିପରି ୨୮୩୬ ଅଙ୍ଗନବାଡି ସହାୟକଙ୍କୁ ନିଯୁକ୍ତ କରାଯିବ ଏବଂ ଏହାସହିତ, ୨୮୩୬ ମିନି ଅଙ୍ଗନବାଡି କର୍ମୀ ପଦବୀକୁ ଉନ୍ନୀତ (upgrade) କରାଯାଇ ଅଙ୍ଗନବାଡି କର୍ମୀ ପଦବୀ ସୃଷ୍ଟି କରାଯିବ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ଅତିରିକ୍ତ ୧୮,୭୫,୪୧,୪୪୦ ଟଙ୍କା ଖର୍ଚ୍ଚ କରିବେ ।


© 2023 Odisha Taza News.