No Result
View All Result
୧ ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ୍.କୁମାର , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ , ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ପ୍ରକଳ୍ପ ପ୍ରଶାସକ, ସ୍ଵମନିତ ଅଧିବାସୀ ଉନ୍ନୟନ ସଂସ୍ଥା ଅଧିକାରୀ ଶ୍ରୀ ଫାଲଗୁନୀ ମାଝୀ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଜିଲ୍ଲା ସଦର ମହକୁମା ସମେତ ପାରଳାଖେମୁଣ୍ଡି ପୌରପରିଷଦ ସମେତ କେରାଣ୍ଡି,କତଲକଇଠା, ବାଘଷାଳ,
ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ – ୩୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୯, ୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ତିନି ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୨୦୦୦/- ଟଙ୍କା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ବ୍ୟାଙ୍କ ଲୋନ୍,ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଅଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ଏବଂ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ନର୍ମଦା ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ରଥଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ ।

No Result
View All Result