• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫-ଟି ସଚିବଙ୍କ କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନ : ମା ଇନ୍ଦ୍ରାବତୀ ମନ୍ଦିର ଓ ମ୍ୟୁଜିଅମ କମ୍ପ୍ଲେକ୍‌ସ ପାଇଁ ଆଉ ୧୪ କୋଟି

Proprietor Abhimanyu Maharana by Proprietor Abhimanyu Maharana
May 21, 2023
in ଓଡ଼ିଶା, କଳାହାଣ୍ଡି, ହୋମ୍
0
୫-ଟି ସଚିବଙ୍କ କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନ : ମା ଇନ୍ଦ୍ରାବତୀ ମନ୍ଦିର ଓ ମ୍ୟୁଜିଅମ କମ୍ପ୍ଲେକ୍‌ସ ପାଇଁ ଆଉ ୧୪ କୋଟି
Share on FacebookShare on TwitterWhatsapp

ପିପଳ ନଳା ଜଳସେଚନ ପ୍ରକଳ୍ପର ଉନ୍ନତି ଓ ପର୍ଯ୍ୟଟନର ବିକାଶ ପାଇଁ ଏକ ମାସ ମଧ୍ୟରେ ଡିପିଆର

କଳାହାଣ୍ଡିରେ ଜଳସେଚନର ବିକାଶ ପାଇଁ ହାତୀ ନଦୀର ଦୁଇ ପାର୍ଶ୍ବରେ ଅଧିକ ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ

ଡୋକ୍ରିଚାଞ୍ଚରା ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ନିଷ୍ପତ୍ତି, ୧୫ ଦିନରେ ରିପୋର୍ଟ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ

ମା ମାଣିକେଶ୍ବରୀଙ୍କ ମନ୍ଦିରର ପୁନର୍ବିକାଶ ପାଇଁ ଏକ ସପ୍ତାହ ମଧ୍ୟରେ ଖର୍ଚ୍ଚ ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଥୁଆମୁଳ-ରାମପୁରରେ ଯୁକ୍ତ ୩ ଡିଗ୍ରୀ କଲେଜ ସଂପର୍କରେ ଖୁବଶୀଘ୍ର ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ

୨୦ମଇ ,୨୦୨୩ (ଓଡ଼ିଶା ତାଜାନ୍ୟୁଜ ) କଳାହାଣ୍ଡି :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି କଳାହାଣ୍ଡି ଗସ୍ତର ଦ୍ବିତୀୟ ଦିନରେ ଅନେକ ପ୍ରକଳ୍ପ ପରିଦର୍ଶନ କରି ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନେଇଛନ୍ତି । ପ୍ରଥମେ ସେ ପିପଳ ନଳା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ସେଠାରେ ଏହାର ଉନ୍ନତି ପାଇଁ ସ୍ଥାନୀୟ ଲୋକ ଓ ବିଭାଗୀୟ ଇଂଜିନିଅର ମାନଙ୍କ ସହ ଆଲୋଚନା କରିଥିଲେ । ପିପଳ ନଳାର ଜଳସେଚନ କ୍ଷମତାର ବୃଦ୍ଧି ତଥା ଏଠାରେ ଏକ ପର୍ଯ୍ୟଟନ ବିକାଶ କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ସେ ନିଷ୍ପତ୍ତି ନେଇଥିଲେ । ଏହାର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ଏକ ମାସ ମଧ୍ୟରେ ପ୍ରସ୍ତୁତ କରି ପ୍ରଦାନ କରିବାକୁ ସେ ପରାମର୍ଶ ଦେଇଛନ୍ତି ।କଳାହାଣ୍ଡିରେ ଜଳସେଚନର ବିକାଶ ପାଇଁ ହାତୀ ନଦୀର ଉଭୟ ପାର୍ଶ୍ବରେ ଅଧିକ ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପ କରିବାପାଇଁ ଶ୍ରୀ ପାଣ୍ଡିଆନ ଜଳସଂପଦ ବିଭାଗର ଇଂଜିନିଅର ମାନଙ୍କୁ ପରାମର୍ଶ ଦେଇଛନ୍ତି । ଏଥିପାଇଁ ସ୍ବତନ୍ତ୍ର ସର୍ଭେ କରି ତୁରନ୍ତ ରିପୋର୍ଟ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହାପରେ ସେ ଥୁଆମୁଳ-ରାମପୁର ଯାଇ ସେଠାରେ ସାଧାରଣ ଲୋକ ଓ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରିଥିଲେ । ସେଠାରେ ଏକ ଯୁକ୍ତ-୩ ଡିଗ୍ରୀ କଲେଜ ସ୍ଥାପନ ପାଇଁ ସମସ୍ତଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏ ସଂପର୍କରେ ଖୁବଶୀଘ୍ର ନିଷ୍ପତ୍ତି ନେବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଏ ଅଞ୍ଚଳରେ ଆଶାର ଆଲୋକ ଆଣିବ ବୋଲି ସେ ଆଶାପ୍ରକାଶ କରିଥିଲେ । ଭଟଙ୍ଗପଦର ହାଇସ୍କୁଲ ପଡିଆରେ ସେ ସ୍ଥାନୀୟ ଛାତ୍ରଛାତ୍ରୀ ଓ ମିଶନ ଶକ୍ତି ଗୋଷ୍ଠୀର ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ବୁଝିଥିଲେ ଏବଂ ଏହାର ସମାଧାନ ପାଇଁ ସ୍ଥାନୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।କଳାହାଣ୍ଡିର ଥୁଆମୁଳ-ରାମପୁର ଠାରେ ପ୍ରସିଦ୍ଧ ମା ମାଣିକେଶ୍ବରୀ ମନ୍ଦିର ପରିଦର୍ଶନ କରି ସେ ମା’ଙ୍କ ପୂଜାର୍ଚ୍ଚନା କରିଥିଲେ । ଏହାପରେ ସ୍ଥାନୀୟ ଜନସାଧାରଣ ଓ ମନ୍ଦିର କମିଟି ସଦସ୍ୟ ମାନଙ୍କ ସହିତ ଆଲୋଚନା କରି ଏହାର ପୁନର୍ବିକାଶ ଉପରେ ଗୁରୁତ୍ବ ଆରୋପ କରିଥିଲେ । ଏଥିପାଇଁ ଖର୍ଚ୍ଚ ଏକ ଆକଳନ କରି ଏକ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । କଲମପୁର ମିନି ଷ୍ଟାଡିଅମ ଠାରେ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରି ଷ୍ଟାଡିଅମର ଅଧିକ ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।କଲମପୁର, ଆମପାଣି, ଧରମଗଡ ଓ ଥୁଆମୁଳ-ରାମପୁର ଆଦି ଅଞ୍ଚଳରେ କ୍ରୀଡାର ବିକାଶ ପାଇଁ ବ୍ଳକ୍‌ ମୁଖ୍ୟାଳୟ ଅଞ୍ଚଳରେ ଖେଳପଡିଆର ବିକାଶ କରାଯିବା ସହିତ ବିଭିନ୍ନ କ୍ରୀଡା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ । ଏହାଦ୍ବାରା ଏ ଅଞ୍ଚଳ ଗୁଡିକରେ ଯୁବକଯୁବତୀ ମାନଙ୍କ ପାଇଁ କ୍ରୀଡା କ୍ଷେତ୍ରରେ ନୂଆ ସମ୍ଭାବନା ସୃଷ୍ଟି ହେବ ବୋଲି ଶ୍ରୀ ପାଣ୍ଡିଆନ କହିଛନ୍ତି ।ଏହାପରେ ଶ୍ରୀ ପାଣ୍ଡିଆନ ମଙ୍ଗଳପୁର ବ୍ୟାରେଜ ଠାରେ ଇନ୍ଦ୍ରାବତୀ ପାର୍କ ଓ ମ୍ୟୁଜିଅମ ପରିଦର୍ଶନ କରିଥିଲେ । ସେଠାରେ ମା ଇନ୍ଦ୍ରାବତୀଙ୍କ ମନ୍ଦିରର ନିର୍ମାଣ କାର୍ଯ୍ୟ ମଧ୍ୟ ଦେଖିଥିଲେ। ଏହି ମନ୍ଦିର ଓ ମ୍ୟୁଜିଅମ ପାଇଁ ଆହୁରି ଅତିରିକ୍ତ ୧୪ କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଥିଲେ ଥିଲେ । ଏହାପରେ ସେ ଇନ୍ଦ୍ରାବତୀ ଦକ୍ଷିଣ କେନାଲର ଲାଇନିଂ କାମ ବୁଲି ଦେଖିଥିଲେ। ଏହି କାମ ଠିକ୍‌ ସମୟରେ ଶେଷ କରିବାକୁ ସେ ବିଭାଗୀୟ ଇଂଜିନିଅର ମାନଙ୍କୁ ପରାମର୍ଶ ଦେଇଥିଲେ ।ଆମପାଣି ଠାରେ ପ୍ରସିଦ୍ଧ ବୁଢାରାଜା ମନ୍ଦିର ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ପୂର୍ଜାର୍ଚ୍ଚନା କରିଥିଲେ ଏବଂ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ 15 ଦିନ ମଧ୍ୟରେ ଡିପିଆର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଡୋକ୍ରିଚାଞ୍ଚରା ଓ ଗୁଡହାଣ୍ଡି ଠାରେ ସ୍ଥାନୀୟ ଲୋକ ଓ ବନ କମିଟି ସଦସ୍ୟ ମାନଙ୍କ ସହ ଆଲୋଚନା କରି ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ପଦକ୍ଷପ ନେବାକୁ ଡିଏଫଓଙ୍କୁ ପରାମର୍ଶ ଦେଇଥିଲେ। ଏଥିପାଇଁ ଏକ ମାସ ମଧ୍ୟରେ DPR ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଥିଲେ। ଡୋକ୍ରିଚାଞ୍ଚରା ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ପଦକ୍ଷେପ ନିଆଯିବ ବୋଲି ଶ୍ରୀ ପାଣ୍ଡିଆନ ଦୃଢ ପ୍ରତିଶୃତି ଦେଇଥିଲେ ।ଧରମଗଡରେ ମା ଭଣ୍ଡାରଘରଣୀ ମନ୍ଦିର ପରିଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ ଏବଂ ଏହା ଅଧିକ ଉନ୍ନତି ପାଇଁ ପ୍ରସ୍ତାବ ଆହ୍ଵାନ ଦେଇଥିଲେ। ଗମ୍ଭାରୀଗୁଡା ଠାରେ ଯଶୋଦା ଅନନ୍ତ ଆଶ୍ରମ ପରିଦର୍ଶନ କରି ସେଠାରେ ଅନ୍ତେବାସୀଙ୍କ ସହ ଆଲୋଚନା କରି ଆଶ୍ରମର ଉନ୍ନତି ପାଇଁ ପଦକ୍ଷେପ ନେବାକୁ ସ୍ଥାନୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ । ଯଶୋଦା ଆଶ୍ରମ ରେ Dinning hall, computer room, library ଓ ପାର୍କ ର ବିକାଶ କରାଯିବ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ । ଧରମଗଡରେ ସବ୍‌ଡିଭିଜିନାଲ ହସ୍‌ପିଟାଲ ପରିଦର୍ଶନ କରି ଶ୍ରୀ ପାଣ୍ଡିଆନ ସେଠାରେ ଚାଲିଥିବା ଆମ ହସ୍‌ପିଟାଲ କାର୍ଯ୍ୟକ୍ରମକୁ ସମୀକ୍ଷା କରିଥିଲେ । ରୋଗୀ ମାନଙ୍କ ସାମଗ୍ରିକ ସୁବିଧାକୁ ଦୃଷ୍ଟିରେ ରଖି ହସ୍‌ପିଟାଲ ବିକାଶ କରିବାକୁ ସେ ପରାମର୍ଶ ଦେଇଥିଲେ । 5T ସଚିବ ଯଶୋଦା ଆଶ୍ରମ ଅନ୍ତେବାସୀଙ୍କ ସହିତ ମଧ୍ୟାହ୍ନ ଭୋଜନ ମଧ୍ୟ କରିଥିଲେ । ଏହାପରେ ସେ ଧରମଗଡ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିଅମ, ପଞ୍ଚାୟତ କଲେଜ, କଲ୍ୟାଣ ମଣ୍ଡପ ଆଦି ପରିଦର୍ଶନ କରି ସ୍ଥାନୀୟ ଲୋକ, ମିଶନ ଶକ୍ତି ସଦସ୍ୟା ଓ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରି ସେ ସବୁ ସ୍ଥାନର ଅଧିକ ବିକାଶ ପାଇଁ ସେମାନଙ୍କ ଠାରୁ ମତାମତ ଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026

Recent News

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version