୨୩ ମଇ,୨୦୨୩ (ଓଡ଼ିଶା ତାଜାନ୍ୟୁଜ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କୁମୁଲିଶିଂ ଗ୍ରାମ ପଞ୍ଚାୟତରସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ( ରାଜସ୍ୱ), ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀତଥାକାର୍ଯ୍ୟନିର୍ବାହୀ ଅଧିକାରୀଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି, ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କୁମୁଳ ଶିଂ ଗ୍ରାମ ପଞ୍ଚାୟତ ସମେତ ମାର୍ଲବା, ଜାଳଙ୍ଗ ଓ ସାନ୍ତୁଣ୍ଡି ଗ୍ରାମପଞ୍ଚାୟତର ସମୁଦାୟ ମୋଟ- ୬୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ।
ସେଥି ମଧ୍ୟରୁବ୍ୟକ୍ତିଗତଅଭିଯୋଗ ସମସ୍ୟା- ୨୬ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୫ ଓ୨୧ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ସେଥିମଧ୍ୟରୁ ମଧୁବାବୁ ପେନସନ ଯୋଜନାରେ ୭ ଜଣଙ୍କୁ ପ୍ରଦାନକରାଯାଇଛି, ୧୩ ଜଣଙ୍କୁ ଜମିପଟ୍ଟା ପ୍ରଦାନ ଏବଂ ଜଣକୁ ରେଡ୍ କ୍ରସ ରିଲିଫ୍ ପାଣ୍ଠିରୁ ରୁ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ସ୍ଥାନୀୟ ରାୟଗଡ଼ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର କୁମାର ସିଂ, ତହସିଲଦାର ଶ୍ରୀମତୀ ଲୀଲାବତି ଅଚାରୀୟଙ୍କ ସମେତ ଜନ ଅଭିଯୋଗ ଶୁଣାଣି ନୋଡାଲଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।














