• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରେଳ ଦୁର୍ଘଟଣା ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ଜନସାଧାରଣ ଙ୍କ ସହଯୋଗ ଅତ୍ୟନ୍ତ ପ୍ରଶଂସନୀୟ : ମୁଖ୍ୟ ଶାସନ ସଚିବ

Proprietor Abhimanyu Maharana by Proprietor Abhimanyu Maharana
June 6, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରେଳ ଦୁର୍ଘଟଣା ଉଦ୍ଧାର କାର୍ଯ୍ୟରେ ସ୍ଥାନୀୟ ଜନସାଧାରଣ ଙ୍କ ସହଯୋଗ ଅତ୍ୟନ୍ତ ପ୍ରଶଂସନୀୟ : ମୁଖ୍ୟ ଶାସନ ସଚିବ
Share on FacebookShare on TwitterWhatsapp

x. ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ସୁଦୃଢ କରାଯିବ ।
x. ଚିକିତ୍ସିତଙ୍କ ଚିକିତ୍ସା ଓ ମୃତକଙ୍କ ଚିହ୍ନଟକରଣକୁ ପ୍ରାଥମିକତା
x. ଓଡିଶା ସରକାରଙ୍କଖର୍ଚ୍ଚରେ ମୃତଦେହଗୁଡିକୁପହଁଚାଇବାର ବ୍ୟବସ୍ଥା
x. ସୂଚନାଓ ଅନୁସନ୍ଧାନ ପାଇଁ

www.osdma.org,www.srcodisha.nic.in,www.bmc.gov.in ଓ୍ୱେବ୍ ସାଇଟ୍ ଏବଂ ନିଃଶୁଳ୍ପ ଟେଲିଫୋନ୍ ନଂ-୧୮୦୦୩୪୫୦୦୬୧ ଏବଂ ୧୯୨୯ ବ୍ୟବହାର ଜାରି ରହିଛି ।

୫ ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :- ଗତ ଦୁଇ ତାରିଖରେ ବାଲେଶ୍ୱରର ବାହାନଗା ଠାରେ ଘଟିଥିବା ରେଳ ଦୁର୍ଘଟଣା ପରିପ୍ରେକ୍ଷୀରେ ଓଡିଶା ରାଜ୍ୟ ସରକାରଙ୍କ ତରଫରୁ କରାଯାଉଥିବା ଉଦ୍ଧାର ପରବର୍ତ୍ତୀ ସହାୟତା ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି ପରିପ୍ରକ୍ଷୀରେ ଶ୍ରୀ ଜେନା କହିଛନ୍ତି ଯେ, ଆଜି ସଂଧ୍ୟା ସୁଦ୍ଧା ଏହି ଦୁର୍ଘଟଣାରେ ୧୭୬ ଟି ମୃତଦେହ ଚିହ୍ନଟ କରାଯାଇ ସେମାନଙ୍କର ସଂପର୍କୀୟମାନଙ୍କୁ ହସ୍ତାନ୍ତର କରାଯାଇଛି ।

ସେଥିମଧ୍ୟରୁପୂର୍ବରୁ ବାଲେଶ୍ୱରରେ ୮୫ଟି ମୃତଦେହ ଚିହ୍ନଟ କରାଯାଇଥିବା ବେଳେ ଭୁବନେଶ୍ୱର ଆସିଥିବା ୧୯୩ ମୃତଦେହଙ୍କ ମଧ୍ୟରୁ ଆଜି ସନ୍ଧ୍ୟା ସୁଦ୍ଧା ଆଉ ୯୧ଟି ଏହିପରି ମୋଟ ୧୭୬ ଟିର ଚିହ୍ନଟ କରାଯାଇଥିଲା । ବିଭିନ୍ନ ହସ୍ପିଟାଲରେ ରଖାଯାଇଥିବା ମୃତଦେହକୁ ସେମାନଙ୍କର ସଂପର୍କୀୟମାନେ ଚିହ୍ନଟକରଣ ପାଇଁ ଆସୁଛନ୍ତି ଏବଂ ଏହି ପ୍ରକ୍ରିୟା ଚାଲୁରହିଛି ।

ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ମୃତକଙ୍କ ପରିଜନମାନେ ମାନସିକ ଦୁଃଖଦ ସ୍ଥିତି ନେଇ ଓଡିଶାରେ ପହଁଚୁଛନ୍ତି । ଏଠାରେ ଯେପରି ସେମାନଙ୍କର କୌଣସି ଅସୁବିଧା ନହୁଏ, ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୃତଦେହ ଚିହ୍ନଟକରଣ ପରେ ସେସବୁକୁ ଓଡିଶା ରାଜ୍ୟ ସରକାରଙ୍କଖର୍ଚ୍ଚରେ ସେମାନଙ୍କ ଗନ୍ତବ୍ୟ ସ୍ଥାନରେ ପହଁଚାଇବାର ବ୍ୟବସ୍ଥା କରାଯାଇଛି ।

ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ପରେ ମୃତ୍ୟୁ ପ୍ରମାଣ ପତ୍ର ଯଥାଶୀଘ୍ର ସେମାନଙ୍କ ପରିବାରଙ୍କୁ ପ୍ରଦାନ ପାଇଁ ରାଜ୍ୟ ସରକାରବ୍ୟବସ୍ଥା ଗ୍ରହଣ କରିବେ । ଅନ୍ ଲାଇନ୍ ଏବଂ ଆବଶ୍ୟକସ୍ଥଳେ ସ୍ପିଡପୋଷ୍ଟ ଜରିଆରେ ସେମାନଙ୍କ ପରିଜନମାନଙ୍କୁ ମୃତ୍ୟୁ ପ୍ରମାଣପତ୍ର ପଠାଇଦିଆଯିବ । ମୃତଦେହସବୁର ଚିହ୍ନଟ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଜନସାଧାରଣଙ୍କ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଃଶୁଳ୍ପ ଟେଲିଫୋନ୍ ନଂ- ୧୮୦୦୩୪୫୦୦୬୧ ଓ ନଂ-୧୯୨୯ ଜାରି କରାଯାଇଥିଲା ଓ ଏହା କାର‌୍ୟ୍ୟକାରୀ ରହିଛି ।

ଏହି ନମ୍ବରକୁ ଦେଶର ଯେ କୌଣସି ସ୍ଥାନରୁ ଲୋକମାନେ ବ୍ୟବହାର କରି ଆହତ ବା ମୃତକଙ୍କ ସଂପର୍କରେ ଅନୁସନ୍ଧାନ କରିପାରିବେ । ସେହିପରି ମୃତକଙ୍କ ସମ୍ପର୍କରେ ଜାଣିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁତିନୋଟି ଓ୍ୱେବ୍ ସାଇଟ୍ www.osdma. org, www.srcodisha.nic.in ଏବଂ www.bmc.gov.in ଜାରିଲ କରାଯାଇଛି । ଏହି ସବୁ ଟୋଲ୍ ଫ୍ରି ନମ୍ବର ଏବଂ ଓ୍ୱେବ୍ ସାଇଟ୍ ର ବହୁଳ ପ୍ରଚାର ପ୍ରସାର ପାଇଁ ଗଣମାଧ୍ୟମର ସହଯୋଗ ଅତ୍ୟନ୍ତ ପ୍ରଶଂସନୀୟ ଓ ଚିହ୍ନଟପ୍ରକ୍ରିୟା ସଂପୂର୍ଣ୍ଣ ହେବା ପର୍ଯ୍ୟନ୍ତ ସେମାନେ ଏହା ଜାରି ରଖିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ଅନୁରୋଧ କରିଛନ୍ତି ।

ବିଭିନ୍ନ ସ୍ଥାନରୁ ମୃତକଙ୍କୁ ଚିହ୍ନଟ କରିବା ପାଇଁ ଆସୁଥିବା ସେମାନଙ୍କର ସଂପର୍କୀୟମାନଙ୍କୁ ସହାୟତା କରିବା ପାଇଁ ରେଳଷ୍ଟେସନ , ବସ୍ ଷ୍ଟାଣ୍ଡ ଏବଂ ବିମାନ ବନ୍ଦରରେ ଓଡିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ସଜାଗ ରହିଛନ୍ତି । ସଂପର୍କୀୟମାନେ ପହଁଚିବା ପରେ ସେମାନଙ୍କୁ ମୃତଦେହ ରହିଥିବା ବିଭିନ୍ନ ଡାକ୍ତରଖାନାକୁ ନେଇ ମୃତଦେହ ଚିହ୍ନଟ ପ୍ରକ୍ରିୟାରେ ସମସ୍ତ ସହାୟତା ପ୍ରଦାନ କରୁଛନ୍ତି । ସବୁଠୁ ଅଧିକମୃତଦେହ ରହିଥିବା ଏମ୍ସ ହସ୍ପିଟାଲ ଠାରେ ବ୍ୟବସ୍ଥିତ ଢଙ୍ଗରେ ଏକ ବଡ ଏଲ୍ଇଡି ସ୍କ୍ରିନ୍ ଲଗାଯାଇ ମୃତକଙ୍କ ଫଟୋ ପ୍ରଦର୍ଶନ କରାଯାଉଛି, ସେଥିପାଇଁ ସମସ୍ତଙ୍କୁ ଶବ ସଂରକ୍ଷଣ ଗୃହକୁ ଯିବାକୁ ଆବଶ୍ୟକ ପଡୁନାହିଁ ।

ସେଠାରେ ଅଭିଜ୍ଞ ଅଧିକାରୀ ଓ ପୋଲିସ୍ ଷ୍ଠାଫ୍ ମାନେ ଉପସ୍ଥିତ ରହି ମୃତଦେହ ଚିହ୍ନଟକରଣ ଓ ହସ୍ତାନ୍ତର ବ୍ୟବସ୍ଥାକୁ ସୁଗମ କରୁଛନ୍ତି । ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ଆହୁରି ମଧ୍ୟ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ସର୍ବଦା ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି କହିଛନ୍ତି । ଚିକିତ୍ସିତ ହେଉଥିବା ପ୍ରତ୍ୟେକ ବ୍ୟକ୍ତି ହେଉ କିମ୍ବା ମୃତଦେହ ଚିହ୍ନଟ କରି ସେମାନଙ୍କର ସମ୍ପର୍କୀୟମାନଙ୍କୁ ହସ୍ତାନ୍ତର କରିବା ହେଉ, ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାକୁ ଗୁରୁତ୍ୱ ଦେଇ କାର୍ଯ୍ୟକରିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟ ଶାସନ ସଚିବ ଆହୁରି ମଧ୍ୟ କହିଛନ୍ତି ଯେ, ଦୁର୍ଘଟଣାଗ୍ରସ୍ତଙ୍କ ଚିକିତ୍ସାପାଇଁ ରକ୍ତର ଆବଶ୍ୟକତା ପୂରଣ ନିମନ୍ତେ ବାଲେଶ୍ୱର , ଭଦ୍ରକ, ସ୍ଥାନୀୟ ଏବଂ ଓଡିଶାର ଜନସାଧାରଣ ଯେପରି ଆଗେଇ ଆସିଛନ୍ତି, ଆମର ବିଶ୍ୱାସ ଓଡିଶାରେ ଚିକିତ୍ସା ପାଇଁ କେବେ ରକ୍ତର ଅଭାବ ରହିବ ନାହିଁ । ବିପର୍ଯ୍ୟୟ ପରିଚାଳନା ପାଇଁ ରାଜ୍ୟ ସରକାରଙ୍କର ପ୍ରସ୍ତୁତି ଓ ରାଜ୍ୟର ଜନସାଧାରଣଙ୍କ ସହଯୋଗ ଆମକୁ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ସର୍ବଦା ସଫଳତା ଦେଇଆସିଛି । ଆଗାମୀ ଦିନରେ ଆମର ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମି, ଦକ୍ଷତାର ବିକାଶ ଓ ଜନସାଧାରଣଙ୍କ ମଧ୍ୟରେ ସମନ୍ୱୟକୁ ଆହୁରି ଅଧିକ ସୁଦୃଢ କରିବାକୁ ଆମର ପ୍ରୟାସ ଜାରି ରହିବ ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା କହିଥିଲେ ।

ଦୁର୍ଘଟଣା ଘଟିବା ପରେ ପରେ ବାହାନଗା ଠାରେ ପହଁଚି ସେଠାରେ ବିଭିନ୍ନ କାର‌୍ୟ୍ୟକୁ ତଦାରଖ ଓ ତ୍ୱରାନ୍ୱତି କରିଥିବା କରିଥିବା ସ୍ୱତନ୍ତ୍ର ରିଲିଫ କମିଶନର ତଥା ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁପ୍ରେସ୍ ବିବୃତ୍ତିରେ କହିଲେ ଯେ,ଦୁର୍ଘଟଣାରେ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି, ତାହା ଆମପାଇଁ ସବୁଠାରୁ ଦୁଃଖଦ ବିଷୟ । କିନ୍ତୁ ଏଥି ସଙ୍ଗେ ସଙ୍ଗେ ସ୍ଥାନୀୟ ଜନସାଧାରଣ, ଅଗ୍ମିଶମ ବାହିନୀ, ଓଡ୍ରାଫ୍ ଟିମ୍, ଆର୍ .ପି. ଏଫ୍ ଏବଂ ଏନଡିଆରଏଫର ତ୍ୱରିତ ଓ ସମ୍ମିଳିତ ଉଦ୍ୟମରେ ଯେପରି ଭାବେ ପାଖାପାଖି ୧୨୦୦ ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇ ସେମାନଙ୍କର ଜୀବନ ରକ୍ଷା ସମ୍ଭବ ହୋଇପାରିଲା ବୋଲି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସାହୁ କହିଥିଲେ ।

ଦୁର୍ଘଟଣା ଘଟିଥିବା ସ୍ଥାନ ପ୍ରଥମେ ଅନ୍ଧାର ରହିଥିବା ସତ୍ୱେ ସ୍ଥାନୀୟ ଜନସାଧାରଣ ଯେପରି ସ୍ୱତଃସ୍ଫୂର୍ତ୍ତ ଭାବେ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇଥିଲେ, ଏଥିପାଇଁ ସେମାନଙ୍କୁ ସେ ଭୂୟସୀ ପ୍ରଶଂସା କରିଥିଲେ । ସେହିପରି ଦୁର୍ଘଟଣା ସ୍ଥଳରେ ପହଁଚି ଉଦ୍ଧାର କାର୍ଯ୍ୟରେ ବିଭିନ୍ନ କାର‌୍ୟ୍ୟକୁ ତ୍ୱରାନ୍ୱିତ କରିଥିବା ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା କହିଥିଲେ ଯେ, ରାଜ୍ୟ ସରକାରଙ୍କ ଦ୍ୱାରା ଏଭଳି ସମୟରେ ତ୍ୱରିତ ପଦକ୍ଷେପ ନିଆଯିବା ଯୋଗୁଁ ବହୁ ମୁଲ୍ୟବାନ ଜୀବନ ରକ୍ଷା ଯାଇପାରିଥିଲା । ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓସଡମାର ଦୀର୍ଘ ୨୦ବର୍ଷର ଅଭିଜ୍ଞତା, ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କର ପୂର୍ବରୁ ରହିଥିବା ପ୍ରସ୍ତୁତି ଓ ସରଞ୍ଜାମର ବ୍ୟବହାର ଦ୍ୱାରା ଆମେ ମୃତ୍ୟୁ ସଂଖ୍ୟାକୁ ବହୁ ମାତ୍ରାରେ ହ୍ରାସ କରିବା ପାଇଁ ସକ୍ଷମ ହୋଇପାରିଲୁ ।

ଦୁର୍ଘଟଣା ଘଟିବା ସଙ୍ଗେ ସଙ୍ଗେ ଆମେ ନିକଟସ୍ଥ ସୋର, ଭଦ୍ରକ ଓ ବାଲେଶ୍ୱର ଆଦି ଡାକ୍ତର ଖାନା ଗୁଡିକରେ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ ଓ ଅଧିକ ମେଡିସିନ୍ଆଗୁଆ ପ୍ରସ୍ତୁତି ରଖିବା ଦ୍ୱାରା ଆହତମାନେ ଡାକ୍ତରଖାନରେ ପହଁଚିବା କ୍ଷଣି ଆମେ ସେମାନଙ୍କର ଉପଯୁକ୍ତ ଚିକିତ୍ସା ଆରମ୍ଭ କରିପାରିଲୁ । ଆଗାମୀ ଦିନରେ ଆମେ ଆମର ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତିକୁ ଆହୁରି ଅଧିକ ସୁଦୃଢ କରିବୁ ବୋଲି ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା କହିଥିଲେ । ପ୍ରକାଶ ଥାଉକି, ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟଳୟ ନିୟନ୍ତ୍ରଣ କକ୍ଷରେ ମୁଖ୍ୟ ଶାସନ ସଚିବଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଦୁର୍ଘଟଣା ପରବର୍ତ୍ତୀ ଚିକିତ୍ସା ଓ ମୃତହେହ ଚିହ୍ନଟକରଣ ଆଦି କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା କରିବା ସହିତ ଆବଶ୍ୟକ ସ୍ଥଳେ କ୍ଷେତ୍ର ପରିଦର୍ଶନ କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

ଏକ ବର୍ଷ ଧରି ବାଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଶିକ୍ତ ଦିଗାଳ ଙ୍କ ଉପରେ ପ୍ରଶାସନ ର ଦୃଷ୍ଟି ପଡିଲା : ସମସ୍ତ ଭତ୍ତା ପ୍ରାପ୍ୟ ପାଇଲେ

June 17, 2026
ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

ଉପ କାରାଗାର ପରିସରରୁ ବାହାରୁଥିବା ଆବର୍ଜନା ପାଣି ଦୁର୍ଗନ୍ଧରେ ଗୁଳିମରାପଦା ବାସିନ୍ଦା ହନ୍ତସନ୍ତ

June 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

ନୟାଗଡ଼ରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ଶୋଭାଯାତ୍ରା

June 17, 2026
ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

ଦଶପଲ୍ଲା ବିଇଓ ଭକ୍ତି ବିନୋଦ ସଲଙ୍କୁ ‘ସଙ୍ଗୀତଧାରା’ ପକ୍ଷରୁ ସମ୍ବର୍ଦ୍ଧନା

June 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version