No Result
View All Result
ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ଦଶପଲ୍ଲା ବିଧାୟକ ଙ୍କୁ କୃତଜ୍ଞତା ଜଣାଇଲେ ଜନ ସାଧାରଣ
୨୩ଜୁନ୍ ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :- ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ପ୍ରଚେଷ୍ଟା ଯୋଗୁଁ ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ ର ୩ ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଯୋଗ ଦେଇଛନ୍ତି ଡାକ୍ତର । ସୂଚନା ଅନୁଯାୟୀ ନୂଆଗାଁ ବ୍ଲକ ମଧ୍ୟରେ ଥିବା ୩ ଟି ସ୍ୱାସ୍ଥ୍ୟ କେନ୍ଦ୍ରର ବହୁଦିନ ଧରି ଡାକ୍ତର ନଥିଲେ । ନୂଆଗାଁ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଯୋଗଦେଇଛନ୍ତି ଡାକ୍ତର ବ୍ରହ୍ମ ପ୍ରସାଦ ଶଢଙ୍ଗୀ, ଜଗନ୍ନାଥପ୍ରସାଦ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସୌମ୍ୟା ଶୁଭଦର୍ଶିନୀ,ବାହାଡଝୋଲା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ସୌରଭ ସୁମନ ସ୍ଵାଇଁ ଯୋଗଦେଇଛନ୍ତି ।
ଏହି ସୂଚନା ମହିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମୁଖ୍ୟ ଡାକ୍ତର ସତୀଶ ନିବେଦନ ଦେଇଛନ୍ତି।ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ପ୍ରଚେଷ୍ଟା ଯୋଗୁଁ ୩ ଟି ସ୍ବାସ୍ଥ୍ୟ କେନ୍ଦ୍ର ରେ ଡାକ୍ତର ଯୋଗ ଦେଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କୁ ନୂଆଗାଁ ବ୍ଲକ୍ ର ଜନ ସାଧାରଣ କୃତଜ୍ଞତା ଜଣାଇଛନ୍ତି । ତତ୍ ସହିତ ଅଞ୍ଚଳର ବିକାଶ ପାଇଁ ଦଶପଲ୍ଲା ବିଧାୟକ ଙ୍କ ପ୍ରଚେଷ୍ଟା କୁ ପ୍ରଶଂସା କରିଛନ୍ତି ।

No Result
View All Result