• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜଳ ସମ୍ପଦ ମନ୍ତ୍ରୀଙ୍କ ବନ୍ୟା ନିୟନ୍ତ୍ରଣ ସମୀକ୍ଷା ବୈଠକ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
June 25, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଜଳ ସମ୍ପଦ ମନ୍ତ୍ରୀଙ୍କ ବନ୍ୟା ନିୟନ୍ତ୍ରଣ ସମୀକ୍ଷା ବୈଠକ – ଭୁବନେଶ୍ୱର
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୫ ଜୁନ୍ ଗୁରୁବାର ) ଭୁବନେଶ୍ୱର :- ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟା ଓ ଏହାର ନିୟନ୍ତ୍ରଣ ସଂପର୍କରେ ଏକ ବୈଠକ ଆଜି ପୂର୍ବାହ୍ନରେ ସ୍ଥାନୀୟ ରାଜୀବ ଭବନ ସ୍ଥିତ ଜଳ ସଂପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ ଅଧ୍ୟକ୍ଷତା କରି ବିଭାଗୀୟ ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ । ଆଗକୁ ମୌସୁମୀ ଜନିତ ବର୍ଷା, ଲଘୁଚାପ ବା ବାତ୍ୟା ହେଲେ ଅଧିକ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳ ସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏଥିପାଇଁ ମନ୍ତ୍ରୀ ଶ୍ରୀ ଦାସ ସମ୍ଭାବ୍ୟ ବନ୍ୟା ନିୟନ୍ତ୍ରଣ ପାଇଁ ବିଭାଗୀୟ ପ୍ରସ୍ତୁତି ସମ୍ପର୍କରେ ପଚାରି ବୁଝିବା ସହିତ କହିଲେ ଯେ, ଜଳ ସଂପଦ ବିଭାଗର ସମସ୍ତ ଅଧିକାରୀ ଓ ଯନ୍ତ୍ରୀମାନେ ବନ୍ୟା ନିୟନ୍ତ୍ରଣ ସଂପର୍କରେ ସେମାନଙ୍କର ରହିଥିବା ଅଭିଜ୍ଞତାକୁ ପାଥେୟ କରି ସତର୍କତା ଓ ସଜାଗ ହୋଇ କାର୍ଯ୍ୟ କରନ୍ତୁ, ଯେପରି ବନ୍ୟା ସ୍ଥିତି ଉପୁଜିଲେ ଲୋକ ମାନଙ୍କର ଧନଜୀବନ କ୍ଷତି ହେବ ନାହିଁ ।

ବିଭାଗୀୟ ସବୁ ଡିଭିଜନ କାର୍ଯ୍ୟାଳୟର ଯନ୍ତ୍ରୀ ଓ କର୍ମଚାରୀମାନଙ୍କୁ ସମ୍ଭାବ୍ୟ ବନ୍ୟା ନିୟନ୍ତ୍ରଣ ପାଇଁ ସୂଚନା ସରବରାହ ବ୍ୟବସ୍ଥାକୁ ସୁଦୃଢ କରିବା ଉପରେ ମନ୍ତ୍ରୀ ଶ୍ରୀ ଦାସ ଗୁରୁତ୍ୱ ଦେଇଥିଲେ । ସୂଚନା ଯୋଗ୍ୟ ଯେ, ଇତି ମଧ୍ୟରେ ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଥିବାରୁ ଜୁନ୍ ୨୫ ତାରିଖରୁ ଜଳ ଭଣ୍ଡାରରୁ ପ୍ରଥମ ପର୍ଯ୍ୟାୟ ଅତିରିକ୍ତ ଜଳ ନିଷ୍କାସନ କରାଯାଉଛି । ଅନୁଷ୍ଠିତ ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଯୋଗଦେଇ ଚଳିତ ବର୍ଷ ସମ୍ଭାବ୍ୟ ବନ୍ୟା ପରିପ୍ରେକ୍ଷୀରେ ବିଭାଗୀୟ ପ୍ରସ୍ତୁତି ସଂପର୍କରେ ସବିଶେଷ ତଥ୍ୟ ରଖିଥିଲେ । ବୈଠକରେ ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ , ମୁଖ୍ୟ ଯନ୍ତ୍ରୀ ଓ ଅନ୍ୟ ବରିଷ୍ଠ ଯନ୍ତ୍ରୀ ଓ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ପ୍ରକାଶ ଥାଉକି, ପୂର୍ବରୁ ଦୁର୍ବଳ ନଦୀବନ୍ଧ ସ୍ଥାନଗୁଡିକୁ ଚିହ୍ନଟ କରାଯାଇ ଭିନ୍ନ ଜିଲ୍ଲାରେ ଜିଲ୍ଲା ପ୍ରଶାସନ ଓ ଜଳ ସମ୍ପଦ ବିଭାଗର ବିଭିନ୍ନ ସ୍ତରରେ ଥିବା ବିଭାଗୀୟ ଯନ୍ତ୍ରୀମାନଙ୍କ ଦ୍ୱାରା ତଦାରଖ କରାଯାଇ ଆବଶ୍ୟକ ମରାମତି କରାଯାଇଛି । ସମ୍ଭାବ୍ୟ ବନ୍ୟା ନିୟନ୍ତ୍ରଣ ନେଇ ବିଭିନ୍ନ ସ୍ତରରେ ପୂର୍ବରୁ ବୈଠକ ହୋଇଛି ।

୨୦୧୯ ମସିହାରେ ମଧ୍ୟମ ଓ ସ୍ୱଳ୍ପ ବନ୍ୟା ଯୋଗୁଁ ହୋଇଥିବା ଆଂଶିକ କ୍ଷତିଗ୍ରସ୍ତ ବନ୍ଧ ଓ ଘଳିଆ ମରାମତି କାର୍ଯ୍ୟ ସମ୍ପନ୍ନ ହୋଇଥିବା ବେଳେ ଏ ବର୍ଷ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ଆବଶ୍ୟକ ସ୍ଥଳେ ଖାଲି ସିମେଣ୍ଟ ବସ୍ତା, ବାଲି, ବାଉଁଶ, ବଲ୍ଲା ଆଦି ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବନ୍ୟା ସ୍ଥିତି ଉପୁଜିଲେ ଯେପରି ରିଲିଫ୍ ସାମଗ୍ରୀ ପ୍ରଭାବିତ ଅଂଚଳମାନଙ୍କୁ ପହଁଚିପାରିବ, ସେଥିପ୍ରତି ଦୃଷ୍ଟି ଦେଇ ଜଳ ସଂପଦ ବିଭାଗ ଅଧୀନସ୍ଥ ସମସ୍ତ ନଦୀବନ୍ଧ ରାସ୍ତାକୁ ଗମନାଗମନ ଦୃଷ୍ଟିରୁ ଆବଶ୍ୟକ ମରାମତି କରାଯାଇଛି ା ସମସ୍ତ ସ୍ଲୁଇସ୍ ଗେଟ୍ କାର୍ଯ୍ୟକ୍ଷମ ହୋଇଛି । ଇତି ମଧ୍ୟରେ ବରିଷ୍ଠ ଯନ୍ତ୍ରୀମାନେ ସମସ୍ତ ଜିଲ୍ଲା ଗସ୍ତ କରି ନଦୀବନ୍ଧ ପରିଦର୍ଶନ କରିଛନ୍ତି । ଜରୁରୀ ସ୍ଥିତି ପାଇଁ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ, ମଣ୍ଡଳ ସ୍ତରୀୟ ଓ ଡିଭିଜନ ସ୍ତରରେ ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version