୨୫ଜୁଲାଇ,୨୦୨୩ ( ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବ ଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳ ଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ , ଆରକ୍ଷୀ ଅଧିକ୍ଷକ ରାହୁଲ ଜୈନ, ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟ,ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା,

ନୂଆଗାଁ ବିଡ଼ିଓ ସଚ୍ଚିଦାନନ୍ଦ ମିଶ୍ର, ନୂଆଗାଁ ତହସିଲଦାର ହେମନ୍ତ କୁମାର ନାୟକ ଙ୍କ ସହିତ ସମସ୍ତ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।ଉକ୍ତ ଅଭିଯୋଗ ପ୍ରକୋଷ୍ଟ୍ରେ ରେ ମୋଟ ୨୩୧ଟି ଆପତ୍ତି ଅଭିଯୋଗ ଆସିଥିଲା। ସେଥି ମଧ୍ୟରେ ୨୦୧ଟି ଅଭିଯୋଗ ବ୍ୟକ୍ତିଗତ ଥିବା ବେଳେ ୮ ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ଓ ୨୧ ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଥିଲା , ରେଡ଼କ୍ରସ ରୁ ୨ଜଣ ଅଭିଯୋଗ କରିଥିଲା ବେଳେ ସେଥି ମଧ୍ୟରୁ ୨୮ଟି ତୁରନ୍ତ ସମାଧାନ ହୋଇଥିଲା।














