• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାମରେ ଲାଗୁନି କାଠ ଶଗଡ଼ : ଏବେ ଅଲୋଡ଼ା ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
August 20, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
କାମରେ ଲାଗୁନି କାଠ ଶଗଡ଼ : ଏବେ ଅଲୋଡ଼ା ହୋଇଛି
Share on FacebookShare on TwitterWhatsapp

୨୦ ଅଗଷ୍ଟ ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ହିଞ୍ଜିଳିକାଟୁ :-> ଦିନେ ଗାଁ ଗଣ୍ଡାରେ ବାସ କରୁଥିବା ସମ୍ଭ୍ରାନ୍ତ ତଥା ସାହୁକାର ଶ୍ରେଣୀର ମୁଖ୍ୟ ପରିଚୟ ଥିଲା ଶଗଡ଼ । ଗାଁ ଠାରୁ ସହର ପର୍ଯ୍ୟନ୍ତ ଶଗଡ଼ର ବହୁଳ ବ୍ୟବହାର ଦେଖିବାକୁ ମିଳୁଥିଲା। ଆଧୁନିକ ଜ୍ଞାନ କୌଶଳର ଉଦ୍ଭାବନ ଓ ଏହାର ପ୍ରୟୋଗ ଫଳରେ ଆଜିକାଲି ପ୍ରାୟ ଶଗଡ଼ ଅଲୋଡ଼ା ହୋଇ ପଡିଛି । ପୂର୍ବରୁ ଲୋକ ମାନଙ୍କ ପାଇଁ ଯାତ୍ରୀ ପରିବହନ ଠାରୁ ଆରମ୍ଭ କରି ବିଭିନ୍ନ ଜିନିଷପତ୍ର ଅର୍ଥାତ ମାଲ ପରିବହନ ପାଇଁ ଏକମାତ୍ର ମାଧ୍ୟମ ଥିଲା ଶଗଡ଼ । ସେତେବେଳେ ଗାଁ ଗଣ୍ଡାର ଅଧିକାଂଶ ଘରେ ଶଗଡ଼ ଗାଡ଼ି ଥିବା ଦେଖିବାକୁ ମିଳୁଥିଲା । କିନ୍ତୁ ବିଜ୍ଞାନର ଅଗ୍ରଗତି ଏବଂ ଯନ୍ତ୍ର ଯୁଗର ଆଗମନ ପରେ ଏକଦା ମଣିଷମାନଙ୍କ ପାଇଁ ନିତାନ୍ତ ଆବଶ୍ୟକ ଥିବା ଶଗଡ଼ ଗାଡ଼ି ଅଲୋଡ଼ା ହୋଇ କ୍ରମଶଃ ବିଲୁପ୍ତ ପାଇବାରେ ଲାଗିଛି ।

ଶଗଡ଼ ଗାଡ଼ିର କେଁ କଟର ଧ୍ୱନି କେବେଠାରୁ କାଳର କରାଳ ଗର୍ଭରେ ହଜିଗଲାଣି । କାଠରେ ନିର୍ମିତ ଓ ପ୍ରଦୂଷଣ ବିହୀନ ପ୍ରାଚୀନ ପରିବହନ ଯନ୍ତ୍ର ଏବେ ଆଧୁନିକତାର ଛାପରେ ବେଶ ଅଲୋଡ଼ା ହୋଇପଡ଼ିଛି । ପାୱାର ଟିଲର, ଟ୍ରାକ୍ଟର, ହାର୍ଭେଷ୍ଟର ଆଦି ଆଧୁନିକ କୃଷି ଭିତ୍ତିକ ଯନ୍ତ୍ରରେ ଚାଷ କାମ କରି ଧାନ ଅମଳ କରିବା ଏବଂ ପରିବହନ କରିବା ସହଜ ହେଉଛି । ଏବେ ରାସ୍ତା କଡ଼ରେ ଏବଂ ଧାନ ବିଲ ମଧ୍ୟରେ ହାର୍ଭେଷ୍ଟର ମେସିନ ସାହାଯ୍ୟରେ ଚାଷୀ ଧାନ ଅମଳ କରୁଥିବା ଦେଖିବାକୁ ମିଳୁଛି ।ସେହିପରି ପୂର୍ବରୁ ଯାନିଯାତ୍ରା, ବିବାହ ଘର ତଥା ଜଙ୍ଗଲରୁ କାଠ ଆଣିବା ବାଲି, ମାଟି, ଇଟା, ପଥର ବୋହିବା କାର୍ଯ୍ୟରେ ବ୍ୟାପକ ଭାବେ ଶଗଡ଼ ଗାଡ଼ିର ବ୍ୟବହାର ହେଉଥିଲା ।

କିନ୍ତୁ କମ୍ ସମୟରେ ଯାତାୟତ ପାଇଁ ବାଇକ,କାର ,ବସର ବହୁଳ ପ୍ରଚଳନ ଯୋଗୁଁ ଶଗଡ଼ ଗାଡ଼ିର ପ୍ରୟୋଜନ ଯାତ୍ରୀ ପରିବହନ ପାଇଁ ଆଦୌ ବ୍ୟବହାର ହେଉନାହିଁ । କାଁ ଭାଁ ଗ୍ରାମାଞ୍ଚଳରେ ଗରିବ, ଆର୍ଥିକ ଦୁର୍ବଳ ଓ ସ୍ୱାବଲମ୍ବୀ ଚାଷୀ ଶଗଡ଼ ଗାଡ଼ିରେ ଧାନ କ୍ଷେତରୁ ଧାନ ଅମଳ କରି ଖଳାକୁ ଆଣୁଥିବାର ବିରଳ ଦୃଶ୍ୟ କ୍ୱଚିତ ଦେଖିବାକୁ ମିଳୁଛି । ବହୁ ବର୍ଷ ପୂର୍ବରୁ ଲୋକେ ବ୍ୟବହାର କରୁଥିବା ଶଗଡ଼ ଗାଡ଼ି ଏବଂ ଏଥିରେ ଲାଗିଥିବା ଚକ ବର୍ଜ୍ୟବସ୍ତୁ ଭଳି କେଉଁଠି ରାସ୍ତା କଡ଼ରେ ପଡ଼ିଛି ତ କେଉଁଠି ପିଣ୍ଡାରେ ଅଜାଡ଼ି ହୋଇ ତା ଉପରେ ବହଳେ ଧୂଳି ଆସ୍ତରଣ ଜମାଟ ବାନ୍ଧି ପରିତ୍ୟକ୍ତ ଅବସ୍ଥାରେ ପଡି ଅତୀତର ସ୍ମୃତିକୁ ଜାହିର କରୁଛି ।

ଏଭଳି ବିକଳ ଚିତ୍ର ଅତ୍ୟାଧୁନିକ ହାଇଟେକ ସଂସ୍କୃତିର ନୂତନ ପିଢ଼ିଙ୍କ ମନରେ ଜିଜ୍ଞାସା ଭାବ ସୃଷ୍ଟି କରୁଛି । କାରଣ ଶଗଡ଼ ନିର୍ମାଣ ପାଇଁ ବ୍ୟବହାର ହେଉଥିବା ଉପଯୁକ୍ତ କାଠ ଏବେ ସୁଲଭ ମୂଲ୍ୟରେ ମିଳୁ ନାହିଁ । ବଳଦ ଚରାଇବା ପାଇଁ ଲୋକଙ୍କ ଅଭାବ ତଥା ସରକାର କିମ୍ବା ସାମାଜିକ ସ୍ତରରେ ସେମିତି ଶଗଡ଼ ଗାଡ଼ିର ବ୍ୟବହାର ପାଇଁ କୌଣସି ପ୍ରୋତ୍ସାହନ ମିଳୁ ନାହିଁ । ଫଳରେ ଲୋକେ ଶଗଡ଼ ଗାଡ଼ି ଉପରେ ନିର୍ଭରଶୀଳ ନ ହୋଇ ଟ୍ରାକ୍ଟର,ପାୱାର ଟିଲର ପ୍ରତି ଆଗ୍ରହ ପ୍ରକାଶ କରୁଛନ୍ତି ।ତେଣୁ ଶଗଡ଼ ଗାଡ଼ିର ଚାହିଦା ଗାଁ ଠାରୁ ସହର ପର୍ଯ୍ୟନ୍ତ କାଁ ଭାଁ ଦେଖିବାକୁ ମିଳୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version