• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ ବାଚସ୍ପତି ତଥା ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଙ୍କୁ  ଝୁରୁଛନ୍ତି ବିଧାନସଭା କର୍ମଚାରୀମାନେ – ଆଖିରୁ ବୋହୁଛି ଲୁହ 

Proprietor Abhimanyu Maharana by Proprietor Abhimanyu Maharana
September 5, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ପୂର୍ବତନ ବାଚସ୍ପତି ତଥା ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଙ୍କୁ  ଝୁରୁଛନ୍ତି ବିଧାନସଭା କର୍ମଚାରୀମାନେ – ଆଖିରୁ ବୋହୁଛି ଲୁହ 
Share on FacebookShare on TwitterWhatsapp

ବାଚସ୍ପତି ଭାବେ ତାଙ୍କର କାର୍ଯ୍ୟ ବେଶ ପ୍ରଶଂସନୀୟ ଥିଲା । ତାଙ୍କର ପ୍ରଚେଷ୍ଟାରେ ଓଡ଼ିଶା ବିଧାନସଭା ବିଲଡିଂ ନବୀକରଣ ହୋଇଥିଲା ।

ବିଧାୟକମାନଙ୍କ ସରକାରୀ ବାସଭବନକୁ ଭଙ୍ଗାଯାଇ ଅତ୍ୟାଧୁନିକ ବହୁତଳ ପ୍ରାସାଦ କାର୍ଯ୍ୟ ଆରମ୍ଭ ହୋଇଥିଲା ।

ଦଳମତ ନିର୍ବିଶେଷରେ ଜଣେ ବନ୍ଧୁବତ୍ସଳ ନେତା ଭାବେ ସମସ୍ତଙ୍କର ପ୍ରିୟଭାଜନ ଥିଲେ ।

୫ ସେପ୍ଟେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ବରିଷ୍ଠ ରାଜନେତା, ପୂର୍ବତନ ମନ୍ତ୍ରୀ, ପୂର୍ବତନ ବାଚସ୍ପତି ତଥା ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଆଉ ନାହାନ୍ତି । ଭୁବନେଶ୍ୱରର ସମ୍ ଅଲଟିମେଟ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ୭ ଥରର ବିଧାୟକ ଏହି ଲୋକପ୍ରିୟ ରାଜନେତାଙ୍କ ବିୟୋଗ ବିଭିନ୍ନ ମହଲରେ ଶୋକର ଛାୟା ଖେଳାଇ ଦେଇଛି । ଶ୍ରୀ ପାତ୍ର ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ଶନିବାର ଅପରାହ୍ନରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ସମ୍ ଅଲଟିମେଟ୍ ରେ ଭର୍ତ୍ତି କରାଯାଇଥିଲା । ମାତ୍ର ଡାକ୍ତରମାନଙ୍କ ସବୁ ଉଦ୍ୟମ ସତ୍ତ୍ୱେ ସେ ବଞ୍ଚି ପାରି ନ ଥିଲେ । ସଂଧ୍ୟା ୭.୩୧ ମିନିଟ୍ ରେ ସେ ଆଖି ବୁଜି ଦେଇଥିଲେ । ୧୯୪୮ ମସିହା ଡିସେମ୍ବର ୨୪ ତାରିଖରେ ସେ ଜନ୍ମ ଗ୍ରହଣ କରିଥିଲେ । ବିଜ୍ଞାନରେ ସ୍ନାତକ କରିବା ସହ ଆଇନରେ ଡିଗ୍ରୀ ହାସଲ କରିଥିଲେ ।

୧୯୭୭ ମସିହାରେ ବ୍ରହ୍ମପୁର ମ୍ୟୁନିସିପାଲିଟିର କାଉନସିଲର ଭାବେ ରାଜନୈତିକ କ୍ୟାରିୟର ଆରମ୍ଭ କରିଥଲେ । ନିଜର ସାଂଗଠନିକ ଦକ୍ଷତା ଓ ଲୋକପ୍ରିୟତା ବଳରେ ସଫଳତାର ଶୀର୍ଷକୁ ଯାଇଥିଲେ । ଶ୍ରୀ ପାତ୍ର ଜନତା ଦଳ ଟିକେଟରେ ପ୍ରଥମ ଥର ପାଇଁ ୧୯୯୦ ମସିହାରେ ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେବେଠାରୁ ସେ ନିର୍ବାଚନରେ କେବେ ପରାଜୟ ବରଣ କରି ନ ଥିଲେ । ୨୦୧୯ ପର୍ଯ୍ୟନ୍ତ ସେ କ୍ରମାଗତ ୭ ଥର( ଦୁଇଥର ଜନତା ଦଳ ଟିକେଟ ଏବଂ ୫ ଥର ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଗଜପତି ଜିଲ୍ଲାର ମୋହନା ବିଧାନସଭା ଆସନରୁ ୪ ଥର ଏବଂ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଆସନରୁ ୩ ଥର ନିର୍ବାଚିତ ହୋଇଥିଲେ ।୧୯୯୦ ମସିହାରେ ପ୍ରଥମ ଥର ବିଧାନସଭାକୁ ଆସିଥିବା ଶ୍ରୀ ପାତ୍ର ବିଜୁ ପଟ୍ଟନାୟକଙ୍କ ସରକାରରେ ଜଙ୍ଗଲ, ମତ୍ସ୍ୟ ଓ ପଶୁସମ୍ପଦ ରାଷ୍ଟ୍ରମନ୍ତ୍ରୀ ଭାବେ ୬ ମାସ ପାଇଁ କାର୍ଯ୍ୟ କରିଥିଲେ ।

ପରବର୍ତ୍ତୀ ସମୟରେ ନବୀନ ପଟ୍ଟନାୟକଙ୍କ ସରକାରଙ୍କ ବିଭିନ୍ନ ପାଳିରେ ସେ ଶକ୍ତି, ବିଜ୍ଞାନ ଓ କାରିଗରୀ କୌଶଳ, ପରିବେଶ, ପର୍ଯ୍ୟଟନ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା, ସଂସ୍କୃତି, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗର ମନ୍ତ୍ରୀ ପଦ ସମ୍ଭାଳିଥିଲେ । ୨୦୧୯ ମସିହାରେ ଓଡ଼ିଶା ବିଧାନସଭାର ବାଚସ୍ପତି ପଦରେ ଆସୀନ ହୋଇଥିଲେ । ସେଠାରେ ମଧ୍ୟ ସେ ତାଙ୍କର ଦକ୍ଷତା ପ୍ରତିପାଦିତ କରିଥିଲେ । ବାଚସ୍ପତି ଭାବେ ତାଙ୍କର କାର୍ଯ୍ୟ ବେଶ ପ୍ରଶଂସନୀୟ ଥିଲା । ତାଙ୍କର ପ୍ରଚେଷ୍ଟାରେ ଓଡ଼ିଶା ବିଧାନସଭା ବିଲଡିଂ ନବୀକରଣ ହୋଇଥିଲା । ବିଧାୟକମାନଙ୍କ ସରକାରୀ ବାସଭବନକୁ ଭଙ୍ଗାଯାଇ ଅତ୍ୟାଧୁନିକ ବହୁତଳ ପ୍ରାସାଦ କାର୍ଯ୍ୟ ଆରମ୍ଭ ହୋଇଥିଲା । ତେବେ ସ୍ୱାସ୍ଥ୍ୟଗତ କାରଣରୁ ୨୦୨୨ ଜୁନ୍ ମାସରେ ସେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ।

ରୋଗ ଶଯ୍ୟାରେ ପଡ଼ି ସକ୍ରିୟ ରାଜନୀତିରୁ ଦୂରେଇ ଯାଇଥିଲେ ।ଦୀର୍ଘ ତିନି ଦଶନ୍ଧିରୁ ଅଧିକ ସମୟ ଧରି ସକ୍ରିୟ ରାଜନୀତିରେ ଥିବା ଶ୍ରୀ ପାତ୍ର କେବଳ ଦକ୍ଷିଣ ଓଡ଼ିଶା ନୁହେଁ, ସମଗ୍ର ରାଜ୍ୟର ଜଣେ ଟାଣୁଆ ଓ ବିଚକ୍ଷଣ ନେତା ଭାବେ ପରିଚିତ ଥିଲେ । ଦଳମତ ନିର୍ବିଶେଷରେ ଜଣେ ବନ୍ଧୁବତ୍ସଳ ନେତା ଭାବେ ସମସ୍ତଙ୍କର ପ୍ରିୟଭାଜନ ଥିଲେ । ଯୁବ-ସୁଲଭତା ଗୁଣ ଯୋଗୁଁ ସେ ସମସ୍ତଙ୍କ ସାଙ୍ଗରେ ସହଜରେ ମିଶି ଯାଉଥିଲେ ।ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ପତ୍ନୀ, ଦୁଇପୁଅ ଏବଂ ଝିଅ ଉପସ୍ଥିତ ଥିଲେ । ରବିବାର ଦିଗପହଣ୍ଡିଠାରେ ତାଙ୍କର ସତ୍କାର କରାଯାଇଥିଲା । ତାଙ୍କ ମୃତ୍ୟୁରେ ସବୁ ମହଲରେ ଗଭୀର ଶୋକପ୍ରକାଶ ପାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ସବୁ ଦଳର ରାଜନେତାମାନେ ଗଭୀର ଶୋକପ୍ରକାଶ କରିଛନ୍ତି ।

 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version