• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହାତ ଧୁଆ(ପରିଚ୍ଛନ୍ନତା)କୁ ସୁନିଶ୍ଚିତ କରାଯିବା ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତି ସଂପର୍କରେ ସମନ୍ୱୟ ଏବଂ ପରାମର୍ଶ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
October 7, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ହାତ ଧୁଆ(ପରିଚ୍ଛନ୍ନତା)କୁ ସୁନିଶ୍ଚିତ କରାଯିବା ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତି ସଂପର୍କରେ ସମନ୍ୱୟ ଏବଂ ପରାମର୍ଶ ବୈଠକ
Share on FacebookShare on TwitterWhatsapp

୦୬ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> କେବଳ ହାତକୁ ସାଧାରଣ ଭାବେ ଧୋଇବା ଯଥେଷ୍ଟ ନୁହେଁ । ରୋଗ ଦାଉରୁ ରକ୍ଷା ପାଇବା ଏବଂ ରୋଗ ବ୍ୟାପିବାର ଆଶଙ୍କାକୁ କମାଇବା ପାଇଁ ହାତକୁ ଭଲ ଭାବରେ ସାବୁନ ବା ହ୍ୟାଣ୍ଡ ଓ୍ୱାସ୍ ସାହାଯ୍ୟରେ ଭଲ ଭାବରେ ଧୋଇବା ଜରୁରୀ । ସଠିକ୍‌ ଭାବରେ ହାତଧୁଆ କୋଭିଡ୍‌ ସଂକ୍ରମଣକୁ କମାଇବା ସହିତ ମୃତ୍ୟୁ ସଂଖ୍ୟାକୁ ବହୁ ମାତ୍ରାରେ ହ୍ରାସ କରିବାରେ ସଫଳ ହୋଇଥିଲା । ସଠିକ୍ ଭାବରେ ହାତ ଧୂଆ ପାଇଁ ରାଜ୍ୟରେ ସ୍ୱାସ୍ଥ୍ୟ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ ଆଦି ସମ୍ପୃକ୍ତ ବିଭାଗ ଦ୍ୱାରା ବିଭିନ୍ନ ସମୟରେ ସଚେତନ କରାଯାଉଛି । ଏବେ ଏହି ପ୍ରକ୍ରିୟାକୁ ସୁନିଶ୍ଚିତ କରିବାକୁ ୟୁନିସେଫ ଦେଶବ୍ୟାପୀ ରୋଡ୍ ମ୍ୟାପ୍ ପ୍ରସ୍ତୁତି କରୁଛି । ଓଡିଶାରୁ ପ୍ରଥମେ ଏହି ରୋଡମ୍ୟାପ୍ ଆରମ୍ଭ କରାଯାଇଥିବା ସଂପର୍କରେ ଗୁରୁବାର ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଗୁରୁତ୍ୱପୂଣ୍ଣ ବୈଠକରେ ୟୁନିସେଫ୍ ତରଫରୁ ସୂଚନା ଦିଆଯାଇଛି ।

ଲୋକସେବା ଭବନରେ ଅନୁଷ୍ଠିତ ଏହି ସମନ୍ୱୟ ଏବଂ ପରାମର୍ଶ ବୈଠକରେ ସମ୍ପୃକ୍ତ ସମସ୍ତ ବିଭାଗର ସମନ୍ୱୟରେ ଏହି କାର୍ଯ୍ୟ ସୁସଂପାଦନ ପାଇଁ ଉନ୍ନୟନ କମିଶନର ପରାମର୍ଶ ଦେଇଛନ୍ତି । ୟୁନିସେଫ କ୍ଷେତ୍ର ମୁଖ୍ୟ ଉଇଲିୟମ୍ ହାନଲୋନ ଜେଆର, ୟୁନିସେଫ୍ ଓ୍ୱାସ୍ – ସିସିଇସ୍ ବିଶେଷଜ୍ଞ ସିପ୍ରା ସକ୍ସେନା ପ୍ରମୁଖ ଯୋଗଦେଇ ଓଡିଶାରେ ହାତ ଧୁଆ(ହ୍ୟାଣ୍ଟ ହାଇଜିନ) ରୋଡ୍ ମ୍ୟାପ୍ ପ୍ରସ୍ତୁତି ସମ୍ପର୍କରେ ବିଶଦ୍ ଭାବେ ଆଲୋକପାତ କରିଥିଲେ । ହାତ ଧୁଆ ଭଳି ପରିଚ୍ଛନ୍ନତା ରକ୍ଷା, କମ୍ ଖର୍ଚ୍ଚରେ ହେଉଥିବା ଏକ ସ୍ୱାସ୍ଥ୍ୟ ରକ୍ଷା ବ୍ୟବସ୍ଥା । କିନ୍ତୁ ସଚେତନତା ଅଭାବରୁ ଏହି ଅଭ୍ୟାସ ନକରାଯିବା ଫଳରେ ବହୁ ସଂକ୍ରାମକ ରୋଗ ବ୍ୟାପୁଛି । ମିଳିତ ଜାତିସଂଘର ପୋଷଣୀୟ ବିକାଶ ଲକ୍ଷ୍ୟ ହାସଲ କରିବାରେ ସ୍ୱାସ୍ଥ୍ୟ ରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ରହିଥିବା ବେଳେ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏପରିକି ଘରେ ଘରେ ପ୍ରତ୍ୟେକ ଜନସାଧାରଣଙ୍କୁ ସାବୁନରେ ହାତ ସଫା କରିବା ଓ ଏଥିପାଇଁ ଆବଶ୍ୟକ ପାଣିର ଉପଲବ୍‌ଧତାକୁ ନିଶ୍ଚିତ କରିବା ସଂପର୍କରେ ଆଲୋଚନା କରାଯାଇଥିଲା ।

ବିପର୍ଯ୍ୟୟ ପରିଚାଳନା ଓ ପ୍ରଶମନ କ୍ଷେତ୍ରରେ ରାଜ୍ୟର ସରକାରୀ ବିଭାଗଗୁଡ଼ିକ ପ୍ରଭାବଶାଳୀ ଭାବେ ସମନ୍ୱୟ ରକ୍ଷା କରୁଥିବା ବେଳେ ଏ କ୍ଷେତ୍ରରେ ମଧ୍ୟ ଓଡିଶା ଅଗ୍ରଣୀ ଭୂମିକା ନିର୍ବାହ କରିବ ବୋଲି ବୈଠକରେ ଆଲୋଚନା ପ୍ରକାଶ ପାଇଥିଲା । ଭବିଷ୍ୟତରେ ସମ୍ଭାବ୍ୟ ମହାମାରୀକୁ ଦୂର କରିବାକୁ ହେଲେ ଏବେଠାରୁ ଉନ୍ନତ ହାତ ପରିଚ୍ଛନ୍ନତା ନିମନ୍ତେ ପ୍ରସ୍ତୁତି ଓ ପ୍ରତିକ୍ରିୟା ଯୋଜନାର ଆବଶ୍ୟକତା ରହିଛି । ଭାଗିଦାରିଭିତ୍ତିକ ସମାଧାନ, ବଜେଟ୍ ରେ ନିର୍ଦ୍ଦିଷ୍ଟ ଭାବେ ଅର୍ଥ ଆବଣ୍ଟନ ସହ ପାରସ୍ପରିକ ସୁସମନ୍ୱୟ, ଆକର୍ଷଣୀୟ ଓ ଅଭିନବ ଢଙ୍ଗରେ ଶିଶୁ ଓ ଛାତ୍ରଛାତ୍ରୀମାନଙ୍କୁ ବାର୍ତ୍ତା ପ୍ରଦାନ, ନିୟମିତ ଉତ୍ସାହ ଓ ତଦାରଖ ବ୍ୟବସ୍ଥା ସଠିକ୍ ହାତଧୁଆ ସଂପର୍କରେ ଉତ୍ତମ ଅଭ୍ୟାସଗୁଡ଼ିକର ସକରାତ୍ମକ ପ୍ରଚାର ପ୍ରସାର ଏ କ୍ଷେତ୍ରରେ ସହାୟକ ହୋଇପାରିବ । ହାତ ଧୁଆ ପରିଛନ୍ନତାକୁ ସୁନିଶ୍ଚିତ କରିବା ପାଇଁ ଆମ ପାଖରେ ଉପଲବ୍‌ଧ ମାନବ ସମ୍ବଳର ଦକ୍ଷତାବୃଦ୍ଧିର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରାଯାଇଥିଲା ।

ରାଜ୍ୟରେ ସମସ୍ତ ଆଶାକର୍ମୀ, ବହୁମୁଖୀ ସ୍ୱାସ୍ଥ୍ୟକର୍ମୀ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକାରୀମାନଙ୍କୁ ଏଦିଗରେ ଅଧିକ ସଚେତନ ପୂର୍ବକ ପ୍ରଶିକ୍ଷଣ ଦିଆଯିବ । ଦକ୍ଷତା ବୃଦ୍ଧି ପାଇଁ କାର୍ଯ୍ୟକାରୀ କରାଯାଉଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ, ସହରାଞ୍ଚଳ ସ୍ୱାସ୍ଥ୍ୟ ପୁଷ୍ଟି ଦିବସ , ଓମ୍ବାଡ୍‌ସି ଓ ଡିଏମ୍‌ଏଫ୍‌ କାର୍ଯ୍ୟକାରୀ ବେଳେ ଏହାକୁ ସାମଲ କରାଯାଇ ସୁନିଶ୍ଚିତ କରାଯିବ । ମା’ ଗୃହ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆଦିଗୁଡିକରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ହାତଧୂଆ ସଂପର୍କରେ ବ୍ୟାପକ ସଚେତନତା ଓ ଏଥିପାଇଁ ଉତ୍ତମ ପରିବେଶ ସୃଷ୍ଟି ଏ ଦିଗରେ ସହାୟକ ହେବ । ଉନ୍ନତ ହାତଧୂଆ ବ୍ୟବସ୍ଥା ପାଇଁ ଆନ୍ତଃ ବିଭାଗୀୟ ଓ ଅନ୍ତଃ ବିଭାଗୀୟ ସମନ୍ୱୟ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । ବ୍ଲକ ସ୍ତରରେ ଓ ଗ୍ରାମ ପଞ୍ଚାୟତ ସ୍ତରରେ ସଚେତନତା, ବିଦ୍ୟାଳୟ କୋଠାଗୁଡ଼ିକରେ ପ୍ରତ୍ୟେକ ମହଲାରେ ହାତଧୂଆ ଷ୍ଟେସନ (ସ୍ଥାନ) ବାଧ୍ୟତାମୂଳକ କରାଯିବ । ମହିଳା ଓ ଶିଶୁ ବିକାଶ ବିଭାଗ ଜରିଆରେ ଅଙ୍ଗନବାଡୀ କର୍ମୀମାନଙ୍କ ସମ୍ମିଳିତ ପ୍ରୟାସରେ ହାତଧୁଆ କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରାଯିବ ।

ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ ଓ ସଂଖ୍ୟାଲଘୁ କଲ୍ୟାଣ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ ଶିକ୍ଷା, ଯୋଗାଯୋଗ ଏବଂ ବ୍ୟବହାରିକ ପରିବର୍ତ୍ତନ ସଂପର୍କରେ ରଣନୀତି ପ୍ରସ୍ତୁତି କରିବେ । ଏଥିରେ ଯୋଜନା ଓ ସଂଯୋଜନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, ଅର୍ଥ ବିଭାଗ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ ସୂଚନା ଓ ଲୋକ ସଂପର୍କ ବିଭାଗ ଆଦି ସଂପୃକ୍ତ ବିଭିନ୍ନ ବିଭାଗ ଓ ଅନୁଷ୍ଠାନର ସମନ୍ୱୟରେ ଆବଶ୍ୟକ ପ୍ରସ୍ତୁତି, ବ୍ୟବସ୍ଥା ନିର୍ଦ୍ଧାରଣ, ସଂସ୍ଥାଗତ ଓ ଭିତ୍ତିଭୂମି ବ୍ୟବସ୍ଥା ଏବଂ ତଦାରଖ କରାଯିବ । ବ୍ୟବହାରିକ ପରିବର୍ତ୍ତନ, ପାଣ୍ଠି ବ୍ୟବସ୍ଥା, ତଦାରଖ, ସମନ୍ୱୟ, ବୈଷୟିକ ଜ୍ଞାନ କୌଶଳର ଉପଯୋଗ ଏହି କାର୍ଯ୍ୟରେ ସଫଳତା ଆଣିଦେବ । ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ ଓ ସଂଖ୍ୟାଲଘୁ କଲ୍ୟାଣ ବିଭାଗ ଜରିଆରେ ପରିଚାଳିତ ବିଦ୍ୟାଳୟ, ବିଦ୍ୟାଳୟ ପରିଚାଳନା କମିଟି, ଆବାସିକ ବିଦ୍ୟାଳୟ ମାଧ୍ୟମରେ ଏହି କାର୍ଯ୍ୟକୁ ମଧ୍ୟ ଉତ୍ସାହିତ କରାଯିବ ।

ବିଦ୍ୟାଳୟ ପରିସର ବାହାରେ ମଧ୍ୟ ଘରେ ଛାତ୍ରଛାତ୍ରୀ ଓ କର୍ମଚାରୀମାନେ ଏହାକୁ ଉତ୍ସାହିତ କରିବେ । ମଡେଲ ହାତ ଧୁଆ ସ୍ଥଳରେ ଏଲ୍‌ଇଡି ବୋର୍ଡ ଲଗାଯାଇ ସଚେତନ ବାର୍ତ୍ତା ପ୍ରଦର୍ଶନ କରାଯିବ । ପଚାୟତିରାଜ ବିଭାଗ ଜରିଆରେ ସୂଚନା, ଶିକ୍ଷା ଓ ଯୋଗାଯୋଗ ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦିଆଯାଇଛି । ସଂପୃକ୍ତ ସମସ୍ତ ବିଭାଗର ସହଯୋଗରେ ହାତଧୂଆ (ପରିଚ୍ଛନ୍ନତା) ଭଳି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ଆମେ ନିଷ୍ଠାର ସହ କରିପାରିବା ବୋଲି ଉନ୍ନୟନ କମିଶନର କହିଥିଲେ । ବୈଠକରେ ଗୃହ ଓ ନଗର ଉନ୍ନୟନ ପ୍ରମୁଖ ଶାସନ ସଚିବ ଜି. ମାଥି ଭାଥାନନ୍, ବିଜ୍ଞାନ ଓ ବୈଷୟିକ ବିଦ୍ୟା ବିଭାଗ ତଥା ସରକାରୀ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ତଥା ଯୋଜନା ଓ ସଂଯୋଜନ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ତଥା ଶ୍ରୀମତୀ ଚିତ୍ରା ଆରୁମୁଗମ, ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ବୃନ୍ଦା ଡି, ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ନିଦ୍ଦେଶକ (ପାନୀୟ ଜଳ ଓ ପରିମଳ) ଶ୍ରୀ ବି. ପରମେଶ୍ୱରନ୍ , ଓସଡମାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଜ୍ଞାନ ଦାସ, ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତି​‌ଷ୍ଠାନ ଏବଂ ୟୁନିସେଫର ଅନ୍ୟ କର୍ମକର୍ତ୍ତାମାନେ ବୈଠକରେ ଉପସ୍ଥିତ ଥିଲେ ।      

     

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

ପବିତ୍ର ଶୀତଳ ଷଷ୍ଠୀ ଅବସରରେ କଟକର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀ ଚହଟେଶ୍ୱରଙ୍କ ବିବାହ ଉତ୍ସବ

June 21, 2026
ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

ଘରପୋଡି ରେ ଦୁଇ ପରିବାର ସର୍ବସ୍ବାନ୍ତ

June 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

ହରିବୋଲ ହୁଳହୁଳିରେ ବିଛୁବାହାଲି: ପୂର୍ଣାହୁତି ପରେ ପ୍ରସାଦ ସେବନ

June 21, 2026
ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

ନିଖିଳ ଉତ୍କଳ ବିଶ୍ବକର୍ମା ସମିତି ପକ୍ଷରୁ ଚାମେଲିଙ୍କୁ ସ୍ବାଗତ

June 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version