No Result
View All Result
୧୦ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚୁଡ଼ଙ୍ଗପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଚୁଡ଼ଙ୍ଗପୁର ସମେତ ଅନ୍ତର୍ବା, କେଶରୀଗୁଡା ଓ ଜୁବା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୯୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ।

ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୭୨ ଓ ୧୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ୧୧ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪୩ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସେବତୀ ଗମାଙ୍ଗ ,ମୋହନା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରମାକାନ୍ତ ଚୌଧୁରୀ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

No Result
View All Result