୧୦ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ଶନିବାର ଯାତ୍ରାର ୨୦ତମ ଦିବସରେ ୬୦ରୁ ଉର୍ଦ୍ଧ୍ବ ଆଇଡିଆ ସଂଗ୍ରହ କରିଛି । ଷ୍ଟାର୍ଟଅପ ଭ୍ୟାନ ଗୁଡ଼ିକ ରାଜ୍ୟର ୪ଟି ପ୍ରମୁଖ ଜିଲ୍ଲା କନ୍ଧମାଳ, ସୁନ୍ଦରଗଡ, ଝାରସୁଗୁଡା ଏବଂ କେନ୍ଦୁଝର ପହଁଂଚି ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ କରିଛି । ଏହି ଯାତ୍ରା ଅର୍ନ୍ତଗତ ଭ୍ୟାନ ଗୁଡିକ ସମୁଦାୟ ୫ଟି କଲେଜ ଏବଂ ଗୋଟିଏ ସ୍କୁଲ ଗସ୍ତ କରି ୪୧୨ ଜଣ ଛାତ୍ରୀଛାତ୍ରଙ୍କ ଠାରୁ ୬୪ଟି ଆଇଡିଆ ସଂଗ୍ରହ କରିଛି ।

ଆଜି ଏହି ଷ୍ଟାର୍ଟଅପ୍ ଯାତ୍ରା କନ୍ଧମାଳ ଜିଲ୍ଲାର ପ୍ରମିଳା ଦେବୀ ଡିଗ୍ରୀ କଲେଜ ପରିଦର୍ଶନ କରିଛି। ଭ୍ୟାନଟି ସୁନ୍ଦରଗଡ଼ ଜିଲ୍ଲାର ସୁନ୍ଦରଗଡ଼ ଇଞ୍ଜିନିୟରିଂ ସ୍କୁଲ, ଝାରସୁଗୁଡ଼ା ଜିଲ୍ଲାର ବେଲପାହାଡ଼ ଡିଗ୍ରୀ କଲେଜ ଓ ଲକ୍ଷ୍ମୀ ନାରାୟଣ କଲେଜ ପରିଦର୍ଶନ କରିଥିବା ବେଳେ କେନ୍ଦୁଝର ଜିଲ୍ଲାର ସରକାରୀ ମହିଳା ମହାବିଦ୍ୟାଳୟ ଓ ଲକ୍ଷ୍ମୀ ନାରାୟଣ (ଜୁନିୟର) କଲେଜ ପରିଦର୍ଶନ କରିଥିଲା ।

ବର୍ତମାନସୁଦ୍ଧା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ୧୭୩ଟି କଲେଜ୍ ଏବଂ ୬୧ଟି ବିଦ୍ୟାଳୟ ଗସ୍ତ କରିସାରିଥିବାବେଳେ ଏଥିରେ ୨୩,୪୫୫ ରୁ ଅଧିକ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଛନ୍ତି ଏବଂ ୨୩୦୦ରୁ ଉର୍ଦ୍ଧ୍ୱ ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ ହୋଇପାରିଛି । ଏହା ୨୦୨୫ ସୁଦ୍ଧା ରାଜ୍ୟ ସରକାରଙ୍କ ୫୦୦୦ ଷ୍ଟାର୍ଟଅପ୍ ସୃଷ୍ଟି କରିବା ଲକ୍ଷ୍ୟ ପାଇଁ ଭିତିଭୂମି ତିଆରି କରିପାରିଛି ।

ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଏକ୍ସପ୍ରେସ୍ ଏହାର ଯାତ୍ରାକୁ ଆଗକୁ ବଢ଼ାଇ ଆସନ୍ତା ୧୧ ତାରିଖ (ବୁଧବାର) ସୁନ୍ଦରଗଡ଼ ଏବଂ ଗଞ୍ଜାମ ଜିଲ୍ଲା ଗସ୍ତ କରିବ। ବୁଧବାର ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଏକ୍ସପ୍ରେସ୍ ସୁନ୍ଦରଗଡ଼ ଜିଲ୍ଲାର ସରକାରୀ ମହିଳା ମହାବିଦ୍ୟାଳୟ, ସରକାରୀ ଡିଗ୍ରୀ କଲେଜ ଓ ପଞ୍ଚାୟତ ସମିତି ଡିଗ୍ରୀ କଲେଜ ପରିଦର୍ଶନ କରିବ। ଯେଵେକି ଗଞ୍ଜାମ ଜିଲ୍ଲାର ଜିଲ୍ଲାର ଗାନ୍ଧୀ ଏକାଡେମୀ ଅଫ୍ ଟେକ୍ନୋଲୋଜି ଆଣ୍ଡ ଇଞ୍ଜିନିୟରିଂ,

ରୟାଲ କଲେଜ ଅଫ୍ ଫାର୍ମାସି ଆଣ୍ଡ ହେଲ୍ଥ ସାଇନ୍ସ ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିବ। ଷ୍ଟାର୍ଟଅପ୍ ଯାତ୍ରା ୨୦୨୩ ଓ ଷ୍ଟାର୍ଟଅପ୍ ଏକ୍ସପ୍ରେସ୍ ୨୦୨୩ର ଲକ୍ଷ୍ୟ ହେଉଛି ତୃଣମୂଳ ସ୍ତରରେ ନବସୃଜନକାରୀଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟମିତାର ଭାବ ଜାଗ୍ରତ କରିବା । ଯାତ୍ରାର ୨୦୨୩ ସଂସ୍କରଣରେ ଚାରିଟି ଭ୍ୟାନ୍ ସମସ୍ତ ୩୦ଟି ଜିଲ୍ଲା ପରିଦର୍ଶନ କରିବ.
















