• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ ବିଜ୍ଞାନ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତାରେ ଯୋଗ ଦେଇଥିବା କଳାହାଣ୍ଡିର ଛାତ୍ର ସୌମ୍ୟ ରଂଜନ ସିଂହ ଓ ଛାତ୍ରୀ ଖୁସୁବୁ ସାହୁଙ୍କୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
October 15, 2023
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଜାତୀୟ ବିଜ୍ଞାନ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତାରେ ଯୋଗ ଦେଇଥିବା କଳାହାଣ୍ଡିର ଛାତ୍ର ସୌମ୍ୟ ରଂଜନ ସିଂହ ଓ ଛାତ୍ରୀ ଖୁସୁବୁ ସାହୁଙ୍କୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ସାକୁରା ୟୁଥ୍ ଏକ୍ସଚେଞ୍ଜ ପାଇଁ ଜାପାନ ଯିବେ ସୌମ୍ୟରଞ୍ଜନ

୧୪ ଅକ୍ଟୋବର  ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କଳାହାଣ୍ଡି :-> ଜାତୀୟ ସ୍ତରରେ ପୁରସ୍କୃତ ହେଲେ କଳାହାଣ୍ଡି ପୁଅ । କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀରେ ଆୟୋଜିତ ହୋଇ ତିନିଦିନ ଧରି ଚାଲିଥିବା ଜାତୀୟ ବିଜ୍ଞାନ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତାରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଗୋକୁଳେଶ୍ଵରର ଛାତ୍ର ସୌମ୍ୟ ରଂଜନ ସିଂହ କୃତିତ୍ୱ ହାସଲ କରି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଡ. ଜିତେନ୍ଦ୍ର ସିଂହ, ମାନ୍ୟବର ରାଜ୍ୟ ମନ୍ତ୍ରୀ (ସ୍ଵାଧୀନ), ବିଜ୍ଞାନ ଓ କାରିଗରୀ ମନ୍ତ୍ରାଳୟ, କେନ୍ଦ୍ର ସରକାରଙ୍କ ଦ୍ୱାରା ପୁରସ୍କୃତ ହୋଇଛନ୍ତି ।

ପ୍ରକାଶ ଥାଉ କି ରାଜ୍ୟ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତାରେ ମନୋନୀତ ହୋଇ ଓଡ଼ିଶାରୁ ୨୭ ଜଣ ଛାତ୍ରଛାତ୍ରୀ ଜାତୀୟ ସ୍ତରରେ ଅଂଶଗ୍ରହଣ କରିଥିଲେ ।୨୭ଟି ପ୍ରକଳ୍ପ ମଧ୍ୟରେ କଳାହାଣ୍ଡି ଜିଲ୍ଲାର ଦୁଇଟି ପ୍ରକଳ୍ପ ଯଥା ଗୋକୁଳେଶ୍ଵର୍ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଜଗଦିଶ ପଧାନଙ୍କ ମାର୍ଗଦର୍ଶନରେ ଛାତ୍ର ସୌମ୍ୟ ରଞ୍ଜନ ସିଂହଙ୍କ ଦ୍ଵାରା ପ୍ରସ୍ତୁତ ” ନିରାପଦ ସିଲେଇ” ପ୍ରକଳ୍ପ ଓ ରାଜୀବଜୀ ଉଚ୍ଚ ବିଦ୍ୟାଳୟ ଗାଇଗାଁର ବିଜ୍ଞାନ ଶିକ୍ଷୟତ୍ରୀ ଖିରୋଦ୍ରି ସାହାଙ୍କ ମାର୍ଗଦର୍ଶନରେ ଛାତ୍ରୀ ଖୁସବୁ ସାହୁଙ୍କ ଦ୍ଵାରା ପ୍ରସ୍ତୁତ ” ମଲ୍ଟି ପର୍ପସ ହ୍ୱିଳ୍ ଚେଆର” ପ୍ରକଳ୍ପ ଜାତୀୟ ସ୍ତରରେ ପ୍ରଦର୍ଶିତ ହୋଇଥିଲା ।

ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ପ୍ରଦର୍ଶିତ ସମୁଦାୟ ୭୪୧ ଟି ପ୍ରକଳ୍ପ ମଧ୍ୟରୁ ସବୁଠାରୁ ଉତ୍କୃଷ୍ଟ ୬୦ଟି ପ୍ରକଳ୍ପ ଶ୍ରେଷ୍ଠ ବିବେଚିତ ହୋଇଥିଲା। ତନ୍ମଧ୍ୟରୁ ଓଡ଼ିଶାର ୫ଟି ପ୍ରକଳ୍ପ ଶ୍ରେଷ୍ଠ ତାଲିକାରେ ରହିଥିଲା ବେଳେ କଳାହାଣ୍ଡିର ସୌମ୍ୟ ରଂଜନ ସିଂହଙ୍କ ‘ନିରାପଦ ସିଲେଇ’ ପ୍ରକଳ୍ପଟି ଉଚ୍ଚ ପ୍ରଶଂସିତ ହୋଇ ପୁରସ୍କୃତ ହେବା ସଂଗେସଂଗେ ଜାପାନରେ ଆୟୋଜନ ହେବାକୁ ଥିବା ସାକୁରା ବିଜ୍ଞାନ ବିନିମୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବ ପାଇଁ ମନୋନୀତ ହୋଇଛି । ଏହି ବିରାଟ ସଫଳତା ପାଇଁ କେସିଙ୍ଗା ତଥା ସମଗ୍ର କଳାହାଣ୍ଡି ଅଂଚଳରେ ଖୁସିର ଲହରୀ ଖେଳି ଯାଇଛି ।

ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ପାଢ଼ୀଙ୍କ ସହ ଛାତ୍ର ସୌମ୍ୟ ରଂଜନ ସିଂହ ଓ ଛାତ୍ରୀ ଖୁସବୁ ସାହୁ ଭବାନୀପାଟଣା ରେଳ ଷ୍ଟେସନଠାରେ ପହଞ୍ଚିବା କ୍ଷଣି ତାଙ୍କୁ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଟେମ୍ ଲାଲ୍ ଦୂବେ ରେଳ ଷ୍ଟେସନ ଠାରେ ଉପସ୍ଥିତ ରହି କଳାହାଣ୍ଡି ଟିମକୁ ସ୍ବାଗତ କରିଥିଲେ । ଏହି ଟିମରେ ମାର୍ଗଦର୍ଶକ ବିଜ୍ଞାନ ଶିକ୍ଷକ ଜଗଦିଶ ପଧାନ , ଜ୍ଞାନରଞ୍ଜନ ପାତ୍ର, ଜୟଦେବ ସାହୁ ଏବଂ ଯଶୋବନ୍ତ ସିଂହ ପ୍ରମୁଖ ସାମିଲ ଅଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ପ୍ରାକ୍ତନ ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ପ୍ରକାଶ ନିଶଙ୍କ,ମୋ ସ୍କୁଲ ସଂଯୋଜକ ପ୍ରଶାନ୍ତ ନନ୍ଦ, ଉଚ୍ଚ ମାଧ୍ୟମିକ ବିଦ୍ୟାଲୟ ସଂଯୋଜକ ବୀରେନ୍ଦ୍ର କୁମାର ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ରହି ସମସ୍ତଙ୍କୁ ସ୍ଵାଗତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vedanta Aluminium’s Project Sangam Strengthens Irrigation Access in Rural Kalahandi

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

September 17, 2026
Vedanta Aluminium’s Project Sangam Strengthens Irrigation Access in Rural Kalahandi

Vedanta Aluminium’s Project Sangam Strengthens Irrigation Access in Rural Kalahandi

September 17, 2026
AM/NS India Secures Landmark Dual BIS Certifications, Strengthening Market Leadership and Driving Import Substitution in Specialised Steel

AM/NS India Secures Landmark Dual BIS Certifications, Strengthening Market Leadership and Driving Import Substitution in Specialised Steel

September 17, 2026
ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

September 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vedanta Aluminium’s Project Sangam Strengthens Irrigation Access in Rural Kalahandi

ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି ୨୦୨୩ ରେ ଆରମ୍ଭ ହୋଇଥିବା ଏହି ବହୁସ୍ତରୀୟ ପଦକ୍ଷେପ ୫୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସିଧାସଳଖ ଉପକୃତ କରିଛି

September 17, 2026
Vedanta Aluminium’s Project Sangam Strengthens Irrigation Access in Rural Kalahandi

Vedanta Aluminium’s Project Sangam Strengthens Irrigation Access in Rural Kalahandi

September 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version