No Result
View All Result
୩୦ ଅକ୍ଟୋବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ତାଙ୍ଗେଲି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ.କୁମାର ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ତାଙ୍ଗେଲି ସମେତ ପୁତୁରୁପଡ଼ା, ବେତାରସିଂ ଓ ଅତାରସିଂ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ ୮୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ।

ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୫୮ ଓ ୩ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ୩ ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ,ନୂଆଗଡ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲୋକନାଥ ଶବର ,ସ୍ଥାନୀୟ ସରପଞ୍ଚ ସିଙ୍ଗମା ରଇତ ,ତହସିଲଦାର ପ୍ରଫୁଲ ଚନ୍ଦ୍ର ଡାକୁଆ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ । ଏହି ଜନ ଅଭିଯୋଗ ଶୁଣାଣିକୁ ସାନିୟ ପଞ୍ଚାୟତ ପିଇଓ ମିନତି ମଶ ପରିଚାଳନା କରିବା ବେଳେ ପଞ୍ଚାୟତ କମଚାରୀ ସହଯୋଗ କରିଥିଲେ ।


No Result
View All Result