No Result
View All Result
୨ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ବର :-> ଆଜି ସଦାଚାର କମିଟି ନିକଟରେ ହାଜର ହେବେ ସାଂସଦ ମହୁଆ ମୈତ୍ର, ଲୋକସଭା ସଦାଚାର କମିଟି ନିକଟରେ ଆଜି ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର ହାଜର ହେବେ । ସଂସଦରେ ପ୍ରଶ୍ନ ପାଇଁ ଲାଞ୍ଚ ନେବା ଅଭିଯୋଗରେ ଅଭିଯୁକ୍ତ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କୁ ଲୋକସଭା ସଦାଚାର କମିଟି ସମନ ଜାରି କରିଛି । ସେ କମିଟି ନିକଟରେ ହାଜର ହୋଇ ନିଜର ପକ୍ଷ ରଖିବେ ।
ମହୁଆଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବିଜେପି ସାଂସଦ ନିଶିକାନ୍ତ ଦୁବେ ଓ ସୁପ୍ରିମକୋର୍ଟ ଓକିଲ ଜୟ ଅନନ୍ତ ଦେହାଦ୍ରାଇ ପୂର୍ବରୁ ସଦାଚାର କମିଟି ନିକଟରେ ହାଜର ହୋଇ ନିଜର ବୟାନ ରେକର୍ଡ କରାଇଛନ୍ତି । ସଂସଦରେ ପ୍ରଶ୍ନ ପଚାରିବା ଲାଗି ମହୁଆ, ଶିଳ୍ପପତି ଦର୍ଶନ ହୀରାନନ୍ଦନୀଙ୍କ ଠାରୁ ଲାଞ୍ଚ ନେଇଥିବା ବାଚସ୍ପତି ଓମ୍ ବିର୍ଲାଙ୍କ ନିକଟରେ ଅକ୍ଟୋବର ୧୫ରେ ଅଭିଯୋଗ ହୋଇଥିଲା ।

No Result
View All Result