୧୫ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> କନ୍ଧମାଳ ଜିଲ୍ଲା ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଘଟଣାର ୧୫ ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ଅଶୋକ ଓରଫ ଆଶିଷ କୁମାର ନାୟକକୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୬ ମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋକ୍ସୋ କୋର୍ଟର ସ୍ଵତନ୍ତ୍ର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ।















