• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିଆନ ବିଶ୍ଵ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
November 16, 2023
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ସେଞ୍ଚୁରିଆନ ବିଶ୍ଵ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ
Share on FacebookShare on TwitterWhatsapp

୧୬ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ସ୍ଥାନୀୟ ସେଞ୍ଚୁରୀଆନ୍ ବିଶ୍ଵବିଦ୍ୟାଳୟ ଖେଳପଡିଆ ଠାରେ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ ହୋଇଯାଇଛି। ଆଜିର ଏହି ଉଦଘାଟନ ସମାରୋହରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସୁରେଶ କୁମାର ବଶିଷ୍ଠ , ପ୍ରମୁଖ ଶାସନ ସଚିବ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଓଡ଼ିଶା ଯୋଗଦାନ କରି ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୩ କୁ ଶୁଭ ଉଦଘାଟନ କରିଥିଲେ। ମତ୍ସ୍ୟ ଓ ପ୍ରାଣୀସମ୍ପଦର ସମସ୍ତ ଚାଷୀ ମାନଙ୍କୁ କହିଥିଲେ ଯେ ଗଜପତି ଜିଲ୍ଲାରେ ରାଜ୍ୟର ପ୍ରଥମ ଜିଲ୍ଲା ଭାବରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ ହୋଇଛି ।

ମତ୍ସ୍ୟ ଚାଷ ଉତ୍ପାଦନରେ ଦେଶରେ ଓଡ଼ିଶା ଚତୁର୍ଥ ସ୍ଥାନ ଅଧିକାର କରିଛି। ଅଣ୍ଡା ଉତ୍ପାଦନରେ ମଧ୍ୟ ରାଜ୍ୟ ଆଗ ଅପେକ୍ଷା ଅଧିକ ଉତ୍ପାଦନ କରୁଛି। ରାଜ୍ୟ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ଗୁଡିକରେ ଜନସାଧାରଣ କିପରି ଅଧିକ ଲାଭବାନ ହୋଇପାରିବେ ସେଥିନିମନ୍ତେ ମଧ୍ୟ ଗ୍ରାମ ପଞ୍ଚାୟତ ଠାରୁ ଆରମ୍ଭ କରି ଜିଲ୍ଲା ସ୍ତରୀୟ ପ୍ରଯ୍ୟନ୍ତ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ଗଜପତି ଜିଲ୍ଲାରେ ପ୍ରାଣୀସମ୍ପଦ ବିଦ୍ୟାଳୟ ରେ ପିଲାମାନଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ନିମନ୍ତେ ଶିକ୍ଷା ପ୍ରଦାନ କରାଯାଉଛି।

ଜିଲ୍ଲାରେ ମତ୍ସ୍ୟ ଓ ଛେଳି ଚାଷ କରିବା ପାଇଁ ଭଳ ପରିବେଶ ଥିବାରୁ ଜିଲ୍ଲା ବାସୀଙ୍କୁ ମତ୍ସ୍ୟ ଓ ଛେଳି ଚାଷ କରିବା ପାଇଁ ଜନସାଧାରଣଙ୍କୁ ଆହ୍ବାନ କରିଥିଲେ।ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟ ମାନଙ୍କୁ ବିଭିନ୍ନ ଚାଷ କରିବା ପାଇଁ ପ୍ରାଥମିକ ଭାବେ ସୁଯୋଗ ଦିଆଯିବ ଏବଂ ଜିଲ୍ଲାର ସମସ୍ତ ଚାଷୀ ମାନଙ୍କୁ ନୁତନ ଜ୍ଞାନକୌଶଳ ମାଧ୍ୟମରେ ମତ୍ସ୍ୟ ଓ ପଶୁପାଳନ କଲେ ଅଧିକ ଲାଭବାନ ହୋଇପାରିବ ବୋଲି ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସୁରେଶ କୁମାର ବଶିଷ୍ଠ , ପ୍ରମୁଖ ଶାସନ ସଚିବ କହିଥିଲେ।

ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ଭାବେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ଅଧ୍ୟକ୍ଷ ଜିଲ୍ଲାପରିଷଦ ଗଜପତି, ଡ଼ା.ବସନ୍ତ କୁମାର ଦାସ, ନିର୍ଦ୍ଧେଶକ, ସିଫାରି (CIFRI), ପଶ୍ଚିମ ବଙ୍ଗ, ଡ଼ା. ପ୍ରମୋଦ କୁମାର ସାହୁ, ନିର୍ଦ୍ଧେଶକ, ସିଫା (CIFA), ଭୁବନେଶ୍ୱର ପ୍ରମୁଖ ମଞ୍ଚାସିନ ଥିବା ବେଳେ ଡ଼ା.ଧର୍ମାନନ୍ଦ ମହାନ୍ତି, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, ଗଜପତି ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିଲେ ଓ ଶ୍ରୀମତୀ ଲିସା ବେହେରା ଜିଲ୍ଲା ମତ୍ସ୍ୟ ଅଧିକାରୀ ଗଜପତି ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ନଭେମ୍ୱର ୧୫ ଓ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ମେଳାରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ଓ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟକ୍ରମର ପ୍ରଦର୍ଶନୀ ଆୟୋଜିତ ହେବା ସାଙ୍ଗକୁ ଜୀବନ୍ତ ପ୍ରାଣୀ ସମ୍ପଦ ବିକାଶ ସମ୍ବନ୍ଦରେ ଆଲୋଚନା କରଯାଇଥିଲା। ପ୍ରାଣୀ ପାଳନ ଓ ମତ୍ସ୍ୟ ଚାଷୀଙ୍କ ସଫଳ କାହାଣୀ ସହିତ ବିଶେଷଜ୍ଞମାନେ ଉପଯୋଗି ପରାମର୍ଶ ପ୍ରଦାନ କରିଥିଲେ।

ଏହି ଅବସରରେ ଜିଲ୍ଲାରେ ଭଳ ଚାଷୀ ଭାବେ ଗୁମ୍ମା ବ୍ଲକର ଚିରେଞ୍ଜିବି ରାଉତଙ୍କୁ ହଜାରେ ଅଣ୍ଡା ଦିଆ କୁକୁଡା ଚାଷ କରିଥିବାରୁ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ମୋହନା ବ୍ଲକର ମା ମାଣିକେଶ୍ଵରୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର କୁକୁଡା ଦାନା ପ୍ରସ୍ତୁତ କରୁଥିବାରୁ ପୁରସ୍କୃତ କରଯାଇଛି। ଗୁମ୍ମା ବ୍ଲକର ଗଣପତି ଗୌଡ, ଜାଆଁଳା ମାଛ ଚାଷ କରୁଥିବାରୁ ପୁରସ୍କାର ପ୍ରଦାନ କରାଯାଇଛି ଏବଂ ରାୟଗଡ଼ ବ୍ଲକର ମା ତାରା ତାରେଣୀ ସ୍ୱୟଂ ସହାୟିକା ଗୋଷ୍ଠୀ ସଫଳ ମାଛ ଚାଷ କରିଥିବାରୁ ପୁରସ୍କୃତ କରାଯାଇଛି।

ମତ୍ସ୍ୟ ବିଭାଗର ୩୦ ଜଣ ଛାତ୍ର ଛାତ୍ରୀଙ୍କ ମୁଖ୍ୟ ମନ୍ତ୍ରୀ କଲ୍ୟାଣ ଯୋଜନା ତତଫରୁ ସହାୟତା ରାଶି ପ୍ରଦାନ କରାଯାଇଛି । ଏହି ମେଳାରେ ଉଦ୍ୟାନ ବିଭାଗ, ମୃତ୍ତିକା ସଂରକ୍ଷଣ ବିଭାଗ, ପଶୁ ସମ୍ପଦ, ମତ୍ସ୍ୟ ବିଭାଗ, ମିଶନ ଶକ୍ତି, କୃଷି ବିଭାଗ, ସମ୍ମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ଓ ଜିଲ୍ଲା ଶିଳ୍ପ କେନ୍ଦ୍ରର ଇତ୍ୟାଦି ୨୫ ଗୋଟି ବିଭିନ୍ନ ଷ୍ଟଲ୍ ଖୋଲାଯାଇ ଚାଷୀଙ୍କୁ ସଚେତନତା କରଯାଇଛି।
ଆଜିର ଏହି କାର୍ଯ୍ୟକ୍ରମରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା, ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼ା.ରମାକାନ୍ତ ରଣା,ବିଭିନ୍ନ ସ୍ଵଂୟ ସହାୟକ ଗୋଷ୍ଠୀ,ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ , ଜନ ପ୍ରତିନିଧି ଓ ଛାତ୍ରଛାତ୍ରୀମାନେ ମେଳାରେ ଉପସ୍ଥିତ ଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version