• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କ୍ଷୁଦ୍ର ଜଳସେଚନ ସିଭିଲ ଇଞ୍ଜିନିୟରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ଜଳ ସମ୍ପଦ ବିଭାଗ ଏବଂ ରୁର୍କି ଆଇଆଇଟି ସହ ବୁଝାମଣାପତ୍ର ସ୍ୱାକ୍ଷର

Proprietor Abhimanyu Maharana by Proprietor Abhimanyu Maharana
December 10, 2023
in ଓଡ଼ିଶା, ମହାନଗର, ହୋମ୍
0
କ୍ଷୁଦ୍ର ଜଳସେଚନ ସିଭିଲ ଇଞ୍ଜିନିୟରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ଜଳ ସମ୍ପଦ ବିଭାଗ ଏବଂ ରୁର୍କି ଆଇଆଇଟି ସହ ବୁଝାମଣାପତ୍ର ସ୍ୱାକ୍ଷର
Share on FacebookShare on TwitterWhatsapp

ଜଳବାୟୁ ସହନଶୀଳ କୃଷି ପାଇଁ ରୁର୍କିରେ ଜଳ ପରିଚାଳନା ସଂପର୍କିତ ପ୍ରଶିକ୍ଷଣ ନେବେ ୧୭୬ ଜଣ ଇଞ୍ଜିନିୟର

୯ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :->  ଜଳସମ୍ପଦ ବିଭାଗ ଅଧିନସ୍ଥ କ୍ଷୁଦ୍ର ଜଳସେଚନ (ଏମଆଇ) ସଂଗଠନର ସିଭିଲ ଇଞ୍ଜିନିୟରଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ରାଜ୍ୟ ଉନ୍ନୟନ କମିଶନର-ତଥା-ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଉପସ୍ଥିତିରେ ଓଡ଼ିଶା ଜଳ ସମ୍ପଦ ବିଭାଗ ଏବଂ ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି), ରୁର୍କି ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ) ଆଜି ସ୍ୱାକ୍ଷରିତ ହୋଇଛି । ଜଳସମ୍ପଦ ବିଭାଗରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା କମ୍ୟୁନିଟି ଟ୍ୟାଙ୍କ ମ୍ୟାନେଜମେଣ୍ଟ ସୋସାଇଟି (ଓସିଟିଡିଏମଏସ)ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ରଶ୍ମି ରଞ୍ଜନ ନାୟକ ଏବଂ ରୁର୍କି ଆଇଆଇଟିର ପ୍ରଫେସର ଦୀପକ ଖରେ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ ।

ଜଳବାୟୁ ସହନଶୀଳ କୃଷି ପାଇଁ ଓଡ଼ିଶା ସମନ୍ୱିତ ଜଳସେଚନ ପ୍ରକଳ୍ପ (ଓଆଇଆଇପିସିଆରଏ) ଜଳ ବ୍ୟବହାରିକ ଦକ୍ଷତାରେ ଉନ୍ନତି ଆଣିବା, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ବା ଜଳ ଭଣ୍ଡାରର ସେଚାଂଚଳରେ ଭାଗିଦାରୀ ଜଳସେଚନ ପରିଚାଳନାକୁ ସୁଦୃଢ଼ କରିବା ଏବଂ ବୈଷୟିକ ଜ୍ଞାନ କୌଶଳର ଉପଯୋଗ ମାଧ୍ୟମରେ ସମାଧାନ ସମାଧାନ କରାଯାଇ କୃଷିରେ ଜଳବାୟୁ ସହନଶୀଳତାକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟର ଏକ ବଡ ପଦକ୍ଷେପ । ବିଶ୍ୱବ୍ୟାଙ୍କ ସମର୍ଥିତ ଏହି ପ୍ରକଳ୍ପକୁ ଜଳସମ୍ପଦ ବିଭାଗ ପକ୍ଷରୁ କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ସହିତ କନଭର୍ଜେନ୍ସ ମୋଡରେ କାର୍ଯ୍ୟକାରୀ କରାଯାଉଛି ।

ବୈଷୟିକ ଜ୍ଞାନକୌଶଳର ଅଭିବୃଦ୍ଧି ସଙ୍ଗେ ସଙ୍ଗେ ଏହି ବିଭାଗରେ କାର୍ଯ୍ୟରତ ଇଞ୍ଜିନିୟରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କ “୫-ଟି” ଉପକ୍ରମ ଅନେକ ଦିଗ ଉନ୍ମୁକ୍ତ କରିଛି । ନିକଟ ଅତୀତରେ ଚେନ୍ନାଇସ୍ଥି ରାଷ୍ଟ୍ରୀୟ ପ୍ରାଦ୍ୟୋଗିକ ସଂସ୍ଥାନ (ଏନ୍ଆଇଓଟି), ଭାରତୀୟ ପ୍ରଯୁକ୍ତି ବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି), ଗୌହାଟୀ ଏବଂ ଆଇଆଇଟି, ରୁର୍କି ଭଳି ପ୍ରତିଷ୍ଠିତ ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ କହିଛନ୍ତି ଯେ, ଓଡିଶାରେ ଥିବା ସଂଖ୍ୟାଧିକ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଓ ଟ୍ୟାଙ୍କର ସମନ୍ୱିତ ବିକାଶ କରିବାକୁ ପଦକ୍ଷେପ ନିଆଯାଇଛି । କ୍ଷୁଦ୍ର ଜଳ ସେଚନ ଶାଖାର ଯନ୍ତ୍ରୀମାନଙ୍କୁ ଦିଆଯିବାକୁ ଥିବା ପ୍ରଶିକ୍ଷଣ ସେମାନଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ମାଧ୍ୟମରେ ଜଳର ନିରନ୍ତର ବ୍ୟବହାର ଏବଂ ଉତ୍ତମ ଅଭ୍ୟାସ ସଂପର୍କରେ ଜାଣିବା ସହତ ଜଳବିଜ୍ଞାନ ଏବଂ ଏଥି ସମ୍ପର୍କିତ ଆନୁଷଙ୍ଗିକ କାର୍ଯ୍ୟକୁ କାର୍ଯ୍ୟକାରୀ କରିବାରେ ଦକ୍ଷତା ବୃଦ୍ଧିରେ ସହାୟକ ହେବ ବୋଲି ସେ ପ୍ରକାଶ କରିଥିଲେ ।

ବୁଝାମଣା ପତ୍ର ସ୍ୱାକ୍ଷର ଅବସରରେ ଆଇଆଇଟି , ରୁର୍କିର ପ୍ରଫେସର ଡଃ. ଖରେ କହିଥିଲେ ଯେ, ଏମଆଇର ଯନ୍ତ୍ରୀମାନଙ୍କୁ ପରିବର୍ତ୍ତିତ ଟେକ୍ନୋଲୋଜି ଆଧାରରେ ଜଳପରିଚାଳନା ନିମନ୍ତେ ପ୍ରଶିକ୍ଷଣ ପ୍ରଦାନ ସଂପର୍କରେ ନିଷ୍ପତ୍ତି ପାଇଁ ଜଳ ସଂପଦ ବିଭାଗ ତଥା ଓଡିଶା ରାଜ୍ୟ ସରକାରଙ୍କ ଉଦ୍ୟମ ପ୍ରଶଂସନୀୟ । ଆଇଆଇଟି, ଋର୍କି ମାଧ୍ୟମରେ ଯନ୍ତ୍ରୀମାନଙ୍କୁ ସର୍ବୋତ୍ତମ ପ୍ରଶିକ୍ଷଣ ଦିଆଯିବ, ଯାହା ସେମାନଙ୍କର ଦକ୍ଷତାର ବିକାଶ ପୂର୍ବକ ଓଡିଶାରେ କ୍ଷୁଦ୍ର ଜଳସେଚନ ତଥା ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ରକଳ୍ପ ପରିଚାଳନାରେ ସହାୟକ ହେବ ।

ସ୍ୱାକ୍ଷରିତ ବୁଝାମଣା ପତ୍ର ଅନୁସାରେ କ୍ଷୁଦ୍ର ଜଳସେଚନର କନିଷ୍ଠ ଯନ୍ତ୍ରୀ , ସହକାରୀ ଯନ୍ତ୍ରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ଏବଂ ଅଧିକ୍ଷଣ ଯନ୍ତ୍ରୀ ପାହ୍ୟାର ୧୭୬ ଜଣ ଇଞ୍ଜିନିୟର ରୁର୍କିସ୍ଥିତ ଆଇଆଇଟିରେ ୬ ଦିନ ପାଇଁ ପ୍ରଶିକ୍ଷଣରେ ଯୋଗ ଦେବେ । ଜାନୁଆରୀ ମାସରେ ଏହି ପ୍ରଶିକ୍ଷଣ ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜଳ ସଂପଦ ବିଭାଗର ସ୍ୱତନ୍ତ୍ର ସଚିବ, ସର୍ବୋଚ୍ଚ ଯନ୍ତ୍ରୀ, ଅତିରିକ୍ତ ଶାସନ ସଚିବ, ମୁଖ୍ୟ ଯନ୍ତ୍ରୀଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

VeDakshata : Creating Pathways to Livelihood for Rural Youth

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

October 7, 2026
Silver Gandhi demands regularisation of Contractual Teachers – Submitted Memorandum to CM

ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ – ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

VeDakshata : Creating Pathways to Livelihood for Rural Youth

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version