No Result
View All Result

୨୪ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ଼ ଜିଲ୍ଲା :-> ରଙ୍ଗାରଙ୍ଗ କାର୍ଯ୍ୟକ୍ରମକୁ ନେଇ ସ୍ଥାନୀୟ ନୟାଗଡ଼ ଷ୍ଟାଡିୟମ ଠାରେ ନୟାଗଡ଼ ଜିଲ୍ଲା ମହୋତ୍ସବ, ପଲ୍ଲୀଶ୍ରୀ ମେଳା ଓ ପୁସ୍ତକ ମେଳା ୨୦୨୩ ଉଦଘାଟିତ ହୋଇଯାଇଛି । ଜିଲାପାଳ ରବିନ୍ଦ୍ର ନାଥ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୃଷି,କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଯୋଗଦେଇ ମହୋତ୍ସବକୁ ଉଦ୍ଘାଟନ କରିଥିଲା ବେଳେ ସମ୍ମାନିତ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ,

ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଉପାଧ୍ଯକ୍ଷା ବିଷ୍ଣୁପ୍ରିୟା ବେହେରା, ଜିଲ୍ଲା ଉନ୍ନୟନ ଅଧିକାରୀ ସୂଚାରୁ କୁମାର ବଳ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲିପ କୁମାର ବଳ ଓ ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ ପ୍ରମୁଖ ଯୋଗଦେଇ ଥିଲେ।ସମାଜସେବୀ ପ୍ରମୋଦ କୁମାର ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ ।

ମୁଖ୍ୟ ଅତିଥି କୃଷିମନ୍ତ୍ରୀ ଶ୍ରୀଯୁକ୍ତ ସ୍ବାଇଁ ନୟାଗଡ଼ର ସମୃଦ୍ଧି ଓ ବିକାଶର କଥା କହିବା ସହିତ ପରମ୍ପରା ଓ ଲୋକମାନଙ୍କର ଆର୍ଥିକ ବିକାଶ ଓ ସଂସ୍କୃତି ସହିତ ମହୋତ୍ସବର ସିଧାସଳଖ ସମ୍ପର୍କ ରହିଥିବା କଥା କହିଥିଲେ । ଏହି ଅବସରରେ ସ୍ଥାନୀୟ କଳାକାରମାନଙ୍କ ଦ୍ବାରା ବିଭିନ୍ନ ମନୋରଞ୍ଜନ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ବେଳେ

ପ୍ରଥମ ସନ୍ଧ୍ୟାରେ ସୁନାମଧନ୍ୟ କଣ୍ଠଶିଳ୍ପୀ ମଣ୍ଟୁ ଛୁରିଆ ଓ ତାଙ୍କ ସାଥୀଙ୍କ ଦ୍ବାରା ପରିବେଷିତ ମେଲୋଡି କାର୍ଯ୍ୟକ୍ରମରେ ଦର୍ଶକମାନେ ଝୁମିଥିବା ଦେଖିବାକୁ ମିଳିଥିଲା । ସେହିପରି ଭାବେ ନୟାଗଡ଼ ବନ୍ଦନା, ଗଞ୍ଜାମର ଯୋଡି ଶଙ୍ଖ, ଓଡିଶୀ ଓ ସମ୍ବଲପୁରୀ ନୃତ୍ୟ ବେଶ୍ ଉପଭୋଗ୍ୟ ହୋଇଥିଲା ।

No Result
View All Result