• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କଲେ

Proprietor Abhimanyu Maharana by Proprietor Abhimanyu Maharana
January 2, 2024
in ଓଡ଼ିଶା, କଟକ, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ଭୁବନେଶ୍ୱର ମେଟ୍ରୋ ରେଲ୍‌ର ପ୍ରଥମ ପର୍ଯ୍ୟାୟ ପାଇଁ ଭିତ୍ତି ସ୍ଥାପନ କଲେ
Share on FacebookShare on TwitterWhatsapp

୧ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଟକ ଜିଲ୍ଲା :-> ବାରଙ୍ଗ ବ୍ଲକ ରତାଗଡଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଦିନଟି ରାଜ୍ୟର ବିକାଶ ଇତିହାସରେ ଏକ ସ୍ୱତନ୍ତ୍ର ଦିବସ ହୋଇ ରହିବ । ପରିବହନ କ୍ଷେତ୍ରରେ ଆସିବ ବଡ ରୂପାନ୍ତର । ସେ କହିଥିଲେ ଯେ ମେଟ୍ରୋ ରେଲ୍‌ପାଇଁ ମୁଁ ଯେଉଁ ପ୍ରତିଶୃତି ଦେଇଥିଲି, ତାହା ଆଜି ପାଳନ କରୁଛି । ପୁରୁଣା ରାଜଧାନୀ କଟକ ସହିତ ନୂଆ ରାଜଧାନୀ ଭୁବନେଶ୍ୱରର ସମ୍ପର୍କକୁ ଆହୁରି ମଜବୁତ କରିବ । ବାଟରେ ଆସିବା ବେଳେ ସ୍ଥାନେସ୍ଥାନେ ଲୋକଙ୍କ ଉତ୍ସାହ ଓ ଉଦ୍ଦୀପନା ସମ୍ପର୍କରେ ପ୍ରକାଶକରି ମୁଖ୍ୟମନ୍ତ୍ରୀ କହିଲେ ଯେ “ଏଠାକୁ ଆସିବା ବେଳେ ରାସ୍ତାରେ ହଜାର ହଜାର ଲୋକଙ୍କ ଶୁଭେଚ୍ଛା ପାଇଲି ।

ସେମାନଙ୍କ ଆନନ୍ଦ ମୋତେ ମଧ୍ୟ ବହୁତ ଖୁସି ଦେଇଛି । ନୂଆ ବର୍ଷର ଏ ଖୁସି, ଏ ନନ୍ଦ, ସବୁ ଦିନ ଜାରି ରହୁ, ମହାପ୍ରଭୁଙ୍କ ନିକଟରେ ମୋର ଏତିକି ପ୍ରାର୍ଥନା । ବିକାଶର ପର୍ବ ଆପଆଣମାନଙ୍କ ସହଯୋଗରେ ଆହୁରି ଆଗକୁ ବଢୁ ।” ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମେଟ୍ରୋ ରେଲ୍‌ର ଏହି ପ୍ରଥମ ପର୍ଯ୍ୟାୟ ଭୁବନେଶ୍ୱର ଏୟାରପୋର୍ଟରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣ କରାଯିବ । ୨୬ କି.ମି. ଏହି ପ୍ରକଳ୍ପରେ ୨୦ଟି ଷ୍ଟେସନ ରହିବ ଓ ଏଥିପାଇଁ ୬୨୫୫.୯୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। 5T ଉପକ୍ରମରେ ଏହା ରାଜ୍ୟର ଏକ ଫ୍ଲାଗସିପ୍ ପ୍ରକଳ୍ପ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରକଳ୍ପର ସମସ୍ତ ଖର୍ଚ୍ଚ ବହନ କରାଯିବ ବୋଲି ପ୍ରକାଶକରି ସେ କହିଲେ ଯେ ଓଡିଶା ଇତିହାସରେ ଭିତ୍ତିଭୂମି କ୍ଷେତ୍ରରେ ଏହା ସବୁଠାରୁ ବଡ ନିବେଶ । ଶେଷରେ ସେ କହିଥିଲେ ଯେ ମେଟ୍ରୋ ରେଲ୍‌କୁ ଖୋର୍ଦ୍ଧା, ପୁରୀ ଓ କଟକ ସହରକୁ ସଂପ୍ରସାରଣ କରିବା ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏକ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ଶ୍ରୀ ପଟ୍ଟନାୟକ ଆଜି ପ୍ରଥମେ ଭୁବନେଶ୍ୱର ଏୟାରପୋର୍ଟ ଛକରୁ ବାରଙ୍ଗ ରତାଗଡ ପର୍ଯ୍ୟନ୍ତ ରୋଡ୍ ସୋ ରେ ଆସି ସେଠାରେ ମେଟ୍ରୋ ପ୍ରକଳ୍ପ ପାଇଁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

ମୁଖ୍ୟମନ୍ତ୍ରୀ ପ୍ରଥମେ ଏୟାରପୋର୍ଟ ଛକରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଏହାପରେ ସେ ରୋଡ୍‌-ସୋରେ ଯାଇ କ୍ୟାପିଟାଲ ହସ୍ପିଟାଲ ଛକ, ୧୨୦ ବ୍ୟାଟାଲିୟାନ, ଜୟଦେବ ବିହାର ଛକ, ଜାଭିୟର ଛକ, ରେଲ୍‌ ସଦନ, ଡିଷ୍ଟ୍ରିକ୍ଟ ସେଣ୍ଟର, ଇଣ୍ଡିଆନ ଅଏଲ ଛକ, କିଟ୍ ଛକ, ନନ୍ଦନ ବିହାର ଓ ରଘୁନାଥପୁରଠାରେ ଉପସ୍ଥିତ ଜନତାଙ୍କୁ ଶୁଭେଚ୍ଛା ଜଣାଇଥିଲେ। ନନ୍ଦନକାନନ ଛକରେ ବିଜୁ ପଟ୍ଟନାୟକଙ୍କ ଏକ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ।

ସେଠାରୁ ସେ ବାରଙ୍ଗ ଛକ ଓ ଫୁଲପୋଖରୀ ଛକରେ ଲୋକଙ୍କୁ ଶୁଭେଚ୍ଛା ଜଣାଇ ବାରଙ୍ଗ ରତାଗଡଠାରେ ପହଞ୍ଚି ମେଟ୍ରୋ ରେଲ୍‌ ପ୍ରକଳ୍ପ ପାଇଁ ଶିଳାନ୍ୟାସ ଦେଇଥିଲେ ଏବଂ ଶେଷରେ ସାଧାରଣ ସଭାରେ ଯୋଗଦେଇ ଉପସ୍ଥିତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଅପ୍ରେଲ ପହିଲାରେ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ମେଟ୍ରୋ ରେଲ୍‌ ପ୍ରକଳ୍ପ ଆରମ୍ଭ କରିବା ସମ୍ପର୍କରେ ଘୋଷଣା କରିଥିଲେ । ଅକ୍ଟୋବର ୨୯ ରେ 5T ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ତ୍ରିଶୂଳିଆ ଯାଇ ପ୍ରସ୍ତୁତିର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ।

୨୦୨୩ ନଭେମ୍ବର ୧୪ ତାରିଖରେ ଏହି ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ କରିଥିଲେ । ଅନୁମୋଦନ ମିଳିବାର ମାତ୍ର ୪ ମାସ ମଧ୍ୟରେ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇ ଆଜି ଏହାର ଭିତ୍ତି ପ୍ରସ୍ତର ସ୍ଥାପନ କରାଗଲା । ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ ଓ ଭୁବନେଶ୍ୱର ମେଟ୍ରୋ ରେଲ୍‌ କର୍ପୋରେସନର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଲେ

ଯେ ଟେମ୍ପଲ ସିଟି ଭୁବନେଶ୍ୱରରୁ ପୁରୁଣା ରାଜଧାନୀ କଟକକୁ ମେଟ୍ରୋ ରେଳ ଚଳାଚଳ ପାଇଁ ରାଜ୍ୟବାସୀଙ୍କର ବହୁ ପ୍ରତୀକ୍ଷିତ ସ୍ୱପ୍ନ ଥିଲା। ଆଜି ଏହି ପ୍ରକଳ୍ପ ମାଧ୍ୟମରେ ତାହା ପୂରଣ ହେଲ। ଗମନାଗମନ ସହିତ ଲୋକମାନଙ୍କୁ ଏହା ସବୁ କ୍ଷେତ୍ରରେ ସାହାଯ୍ୟ କରିବ। ଅନ୍ୟତମ ଅତିଥିଭାବେ ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିବା ଏହି ପ୍ରକଳ୍ପ ଓଡିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଯାଉଛି । ଏହି ପ୍ରକଳ୍ପ କଟକ ଭୁବନେଶ୍ୱର ସହିତ ସମଗ୍ର ଓଡିଶାପାଇଁ ଗର୍ବ ଗୌରବର ପ୍ରତୀକ ।

ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବିଧାୟକ ଚୌଦ୍ୱାର-କଟକ ସୌଭିକ ବିଶ୍ୱାଳ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, କଟକ ସଦର ବିଧାୟକ ଚନ୍ଦ୍ରଶେଖର ସାରଥି ବେହେରା, କଟକ ମେୟର ସୁବାସ ସିଂ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version