• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଖରିଡା ବାଲି ଶଯ୍ୟାରୁ : ବେଧଡକ ଚୋରା ବାଲି ଚାଲାଣ – ୪ଟ୍ରାକ୍ଟର ଜବତ

Proprietor Abhimanyu Maharana by Proprietor Abhimanyu Maharana
January 20, 2024
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ଖରିଡା ବାଲି ଶଯ୍ୟାରୁ : ବେଧଡକ ଚୋରା ବାଲି ଚାଲାଣ – ୪ଟ୍ରାକ୍ଟର ଜବତ
Share on FacebookShare on TwitterWhatsapp

୨୦ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :->  ହିଞ୍ଜିଳିକାଟୁ ତହସିଲ ପରିମିତ ଅଞ୍ଚଳରେ ଏବେ ବାଲି ମାଫିଆଙ୍କ ରାଜୁତି ଚାଲିଛି। ଗତ ଦୀର୍ଘ ଦିନ ଧରି ହିଞ୍ଜିଳି ଥାନା ଅନ୍ତର୍ଗତ ଖରିଡା ଗ୍ରାମ ନିକଟସ୍ଥ ବାଲି ଶଯ୍ୟାରୁ ବେଧଡକ ଭାବେ ବାଲି ଚୋରା ଚାଲାଣ ଏକ ନିୟମିତ ପ୍ରକ୍ରିୟା ପାଲଟିଛି। ବିଭିନ୍ନ ଛକ ତଥା ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡିକରେ ସତର୍କ ସୂଚନା ହାସଲ କରିବା ପାଇଁ ଗୁପ୍ତଚରଙ୍କ ସହାୟତାରେ ଏଭଳି ବେଆଇନ ଚୋରା ଚାଲାଣ ଏବେ ମୁଣ୍ଡ ଟେକିଛି। ଫଳରେ ସୁନସାନ୍ ରାତିରୁ ଆରମ୍ଭ ହୁଏ ବାଲି ଚୋରା ଚାଲାଣର ନିୟମିତ ପ୍ରକ୍ରିୟା।

ହିଞ୍ଜିଳିକାଟୁ ସହରର ଗଳି କନ୍ଦି ଠାରୁ ଗ୍ରାମାଞ୍ଚଳରେ ଛାଇ ହୋଇଯାଏ ଚୋରା ବାଲିର ପାହାଡ଼। ରାତିରେ ମନମୁତାବକ ଚାଲାଣ କରି କୁଢ଼ କୁଢ଼ ମହଜୁଦ ଥିବା ଚୋରା ବାଲି ଟ୍ରାକ୍ଟର ପିଛା ଚଢ଼ା ଦରରେ ବିକ୍ରୀ ହୁଏ । ଏଭଳି ବେଧଡକ ଚୋରା ବାଲି ଚାଲାଣ ଉପରେ ଆଖି ଦୃଶିଆ ଚଢାଉ ନ ହେବା କାରଣରୁ ମାଫିଆଙ୍କ ପ୍ରତିପତ୍ତି ବୃଦ୍ଧି ପାଇଛି। ସରକାରଙ୍କ ରାଜସ୍ବ କ୍ଷତି ବିପୁଳ ପରିମାଣରେ ହ୍ରାସ ପାଉଥିବା ବେଳେ ମାଫିଆଙ୍କ ବିତ୍ତିୟ ପରିମାଣ ଦୃତ ଗତିରେ ବୃଦ୍ଧି ପାଇଛି। ଗତ କିଛି ମାସ ଧରି ହିଞ୍ଜିଳି ଥାନା ଅଞ୍ଚଳରେ ବିଳମ୍ବିତ ରାତିରୁ ଭୋର୍ ଯାଏଁ ଶହ ଶହ ସଂଖ୍ୟକ ଟ୍ରାକ୍ଟର ଚୋରା ବାଲି ଚାଲାଣରେ ନିୟୋଜିତ ହେଉଥିବା ଜଣା ପଡ଼ିଛି।

ଦୀର୍ଘ ଦିନ ଧରି ନିର୍ଭୟ ତଥା ଅତି ସୁରକ୍ଷା ବଳୟ ମଧ୍ୟରେ ଖରିଡ଼ା କୁରେଇସୁଣୀ ଦେବସ୍ଥାନର ଉଭୟ ପାର୍ଶ୍ଵରେ ଥିବା ଚୋରା ରାସ୍ତାରେ ଅଧିକ ମାତ୍ରାରେ ବାଲି ଚୋରା ଚାଲାଣ ନିୟମିତ ପ୍ରକ୍ରିୟା ପାଲଟିଛି। ମଙ୍ଗଳବାର ବିଳମ୍ବିତ ରାତ୍ର ସମୟରେ ହିଞ୍ଜିଳି ପୁଲିସ ପକ୍ଷରୁ ପାଟ୍ରୋଲିଂ କରାଯାଉଥିବା ବେଳେ ପୋଲିସ ଟିମ୍ ଚୋରା ବାଲି ଚାଲାଣ ହବ୍ ଉପରେ ଅତର୍କିତ ଚଢ଼ାଉ କରି ୪ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରି ଥାନାରେ ଅଟକ ରଖିଛି।

ଏନେଇ ହିଞ୍ଜିଳି ଥାନାରେ କେସ ନଂ – ୫୧/୨୪ରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡିଛି। ଚଢ଼ାଉରେ ଏଏସ୍ଆଇ ଉପେନ୍ଦ୍ର କାର୍ସ୍କା, ହାବିଲଦାର ପ୍ରମୋଦ କୁମାର ଗନ୍ତାୟତ, ସରୋଜ ରଣସିଂହ, ଜିତେନ୍ଦ୍ର କୁମାର ଗୌଡ଼, ଦଣ୍ଡପାଣି ମଲ୍ଲିକ ପ୍ରମୁଖ ଚଢ଼ାଉରେ ଅଂଶ ଗ୍ରହଣ କରିଥିଲେ। ସ୍ଥାନୀୟ ଅଞ୍ଚଳର କିଛି ଆତ୍ମଘୋଷିତ ନେତା ଓ କର୍ମୀ,ସହଯୋଗୀ ଏପରିକି କିଛି ଜନ ପ୍ରତିନିଧିଙ୍କ ସ୍ଵାମୀ ଖରିଡ଼ା ବାଲି ଚୋରା ଚାଲାଣରେ ଲିପ୍ତ ଥିବା ଅଭିଯୋଗ ହୋଇଛି। ପ୍ରଶାସନ ଏ ଦିଗରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭିନ୍ନ ମହଲରେ ଦାବି ହୋଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version