No Result
View All Result
୩ ଫେବୃଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ଦଶପଲ୍ଲା :- ଆଜି ଦଶପଲ୍ଲା ବ୍ଲକର ଟାକରା ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତର ସମସ୍ତ ସ୍କୁଲ୍ ର ଛାତ୍ରଛାତ୍ରୀ ଙ୍କୁ ନେଇ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଉପଲକ୍ଷେ ଡିବେଟ, ଏସେ, କୁଇଜ୍, ପେଣ୍ଟିଂ,କବିତା ଓ ବୃତ୍ତି ପ୍ରତିଯୋଗିତା ସହିତ ଉତ୍କଳ କଳାକୃତି ପଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଟାକରା ହାଇସ୍କୁଲ ର ପ୍ରଧାନ ଶିକ୍ଷକ ମୁକେଶ କୁମାର ଦୁଗାଲ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବରେ ଅବସର ପ୍ରାପ୍ତ ସହକାରୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସାହୁ, କ୍ଲଷ୍ଟର ସିଆରସିସି ଲକ୍ଷ୍ମୀଧର ସାହୁ,ଟାକରା ଗ୍ରାମ ପଂଚାୟତ ନିର୍ବାହୀ ଅଧିକାରୀ ଜୀତେନ୍ଦ୍ର କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

No Result
View All Result