• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
February 17, 2024
in ଓଡ଼ିଶା, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ପୁରୀ, ଭଦ୍ରକ, ମହାନଗର, ଯାଜପୁର, ହୋମ୍
0
ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

5T ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ

୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌, ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ

ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍‌, ୧୫.୫୦ଲକ୍ଷ ଲୋକ ଉପକୃତ
ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍‌, ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ
କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ୍‌, ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ
ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌, ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ
ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ୍‌, ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ
ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ୍‌, ୯ ଲକ୍ଷ ୩୪ ହଜାର ଲୋକ ଉପକୃତ

ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ, କମ ଖର୍ଚ୍ଚରେ ଦୈନନ୍ଦିନ କାର୍ଯ୍ୟ କରିପାରିବେ, ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ – ମୁଖ୍ୟମନ୍ତ୍ରୀ

ଲକ୍ଷ୍ମୀ ବସ୍‌ ସାରା ରାଜ୍ୟର ସମ୍ପତ୍ତି, ଆପଣମାନଙ୍କ ସମ୍ପତ୍ତି, ଏହା ଆପଣମାନଙ୍କ ସମୃଦ୍ଧିର ବାହକ, ନିଜ ସମ୍ପତ୍ତିର ଆପଣ ଯେପରି ରକ୍ଷଣାବେକ୍ଷଣ କରନ୍ତି, ଠିକ୍‌ ସେହିପରି ଲକ୍ଷ୍ମୀ ବସର ମଧ୍ୟ ଯତ୍ନ ନିଅନ୍ତୁ – ଲୋକଙ୍କୁ 5T ଅଧ୍ୟକ୍ଷଙ୍କ ଅନୁରୋଧ

୧୬ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :-> ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ। ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌ ଚାଲିଲା। ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍‌ ଚାଲିଲା ଏବଂ, ୧୫.୫୦ଲକ୍ଷ ଲୋକ ଉପକୃତ ହେଲେ । ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେଲେ । କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ୍‌ ଚାଲିଲା ଏବଂ ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଏବଂ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ୍‌ ଚାଲିଲା ଏବଂ ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେଲେ। ସେହିଭଳି ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେଲେ।

ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ । ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା’ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି ବୋଲି ସେ କହିଥିଲେ। ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଲକ୍ଷ୍ମୀ ବସ୍‌ ସେବା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଲୋକଙ୍କୁ ଲୋକଙ୍କ ସହିତ ଯୋଡିବ। ସାମାଜିକ ଓ ଆର୍ଥିକ ଜୀବନକୁ ମଜବୁତ କରିବ। ପିଲାଙ୍କୁ ସ୍କୁଲ କଲେଜ ନେବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ମାନେ ଓ ଛାତ୍ରଛାତ୍ରୀମାନେ ମାତ୍ର ୫ ଟଙ୍କା ମୂଲ୍ୟରେ ଏହି ବସ୍‌ ରେ ଯିବା ଆସିବା କରିପାରିବେ ବୋଲି ସେ କହିଥିଲେ ।

କାର୍ଯ୍ୟକ୍ରମରେ ଯାଜପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, କେନ୍ଦ୍ରାପଡାରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକ, ଖୋର୍ଦ୍ଧାରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ପୁରୀରୁ ବିଧାୟକ ଶ୍ରୀ ରୁଦ୍ର ପ୍ରତାପ ମହାରଥୀ, ପୂର୍ବତନ ବିଧାୟକ ଶ୍ରୀ ସଞ୍ଜୟ କୁମାର ଦାସବର୍ମା, କେନ୍ଦ୍ରାପଡାରୁ ବିଧାୟକ ଶ୍ରୀ ଧ୍ରୁବ ଚରଣ ସାହୁ, ଭଦ୍ରକରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଡ. ସଞ୍ଜୟ ଦାସ, ବିଧାୟକ ଶ୍ରୀ ବିଷ୍ଣୁବ୍ରତ ରାଉତରାୟ, ନୟାଗଡରୁ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା ଓ ବିଧାୟକ ଡ. ଅରୁଣ କୁମାର ସାହୁ, କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନା,

ଗ୍ରାମାଞ୍ଚଳ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି। ଏହା ମାଧ୍ୟମରେ ଗରୀବ ପରିବାର ଆର୍ଥିକ ଖର୍ଚ୍ଚାନ୍ତରୁ ମୁକ୍ତ ହୋଇ ସଂଚୟ କରିପାରିବେ। ଲକ୍ଷ୍ମୀ ଯୋଜନା ପଞ୍ଚାୟତର ବିକାଶକୁ ଗତିଶୀଳ କରିବ। ଗ୍ରାମାଞ୍ଚଳ ଜନଜୀବନରେ ଉନ୍ନତି ଆଣିବ। ଏକ ଉତ୍ତରଦାୟୀ ସରକାର ଭାବରେ ଓଡିଶା ସରକାରଙ୍କ ରାଜ୍ୟବାସୀଙ୍କ ପାଖରେ ସୁନାମ ରହିଛି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ ଆଜି ରାଜ୍ୟରେ ମା’ମାନେ ସବୁ କ୍ଷେତ୍ରରେ ଆଗକୁ ବଢି ଗତିଶୀଳ ହୋଇଛନ୍ତି ବୋଲି ସେମାନେ କହିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ପୁରୀରେ ଉପସ୍ଥିତ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ସମସ୍ତ ଜିଲ୍ଲାରେ ବହୁ ଜନ ସମାଗମ ହୋଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version