୨୬ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଆର,ଉଦୟଗିରି :- ଗଜପତି ଜିଲ୍ଲାର ଗୋଟିଏ ହସ୍ପିଟାଲ ତଥା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଚନ୍ଦ୍ରଗିରି କୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆବାସୀ ମାଧ୍ୟମରେ ଶୁଭ ଉଦ୍ଘାଟନ କରିଛନ୍ତି। ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଚନ୍ଦ୍ରଗିରି ର ୨ କୋଟି ୭୮ ଲକ୍ଷ ଟଙ୍କା ରେ ରୂପାନ୍ତରୀକରଣ କରାଯାଇଛି। ହସ୍ପିଟାଲ ରୂପାନ୍ତରୀକରଣ ହେବା ଦ୍ବାରା ମୋହନା ଅଞ୍ଚଳର ସମସ୍ତ ଜନସାଧାରଣ ବହୁତ ଉପକୃତ ହେବେ । ଆଜିର ଏହି ଉଦ୍ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ ,ମାନ୍ୟବର ସାଂସଦ ବ୍ରହ୍ମପୁର ଯୋଗଦେଇଥିବା
ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀମତୀ ନିର୍ମଳା ସେଠୀ, ଅଧ୍ୟକ୍ଷା,ପୌର ପରିଷଦ ପାରଳାଖେମୁଣ୍ଡି ଓ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦେଇଥିଲେ। ଏହି ଉତ୍ସବରେ ଗଜପତି ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ପାତ୍ର ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଜନ ପ୍ରତିନିଧି ଗଣ ସମେତ ବହୁ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

© 2023 Odisha Taza News.