୧୧ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଚିଲିକା :-> ବାଣପୁର ବିଧାରପୁର ସ୍ଥିତ ଶୁଭ ମଙ୍ଗଳ କଲ୍ୟାଣ ମଣ୍ଡପ ମଞ୍ଚ ରେ ଆଜି ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସାରସ୍ବତ ସମାବେଶରେ ବାଣପୁର ଗ୍ରାମୀଣ ମହିଳା ମହାବିଦ୍ୟାଳୟ ର ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀ ଅଧ୍ୟକ୍ଷତା କରିଥିବାବେଳେ ନାଟ୍ୟକାର ଭିକାରୀ ଚରଣ ପ୍ରଧାନ,ମୁଖ୍ୟ ଅତିଥି,ଗବେଷକ ତଥା ସାହିତ୍ୟିକ ମଦନମୋହନ ମହାପାତ୍ର, ବରିଷ୍ଠ କବି ଗୋପୀନାଥ ଦାଶ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଓଡ଼ିଆ ଭାଷା ର ପ୍ରାଚୀନତା ଓ ପ୍ରଵହମାନ ଧାରା ଉପରେ ଆଲୋକପାତ କରିଥିଲେ।















