• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମିଛ ଖବର ପ୍ରଚାରରେ ସୀମା ଟପୁଛି ରାଜ୍ୟ ବିଜେପି : ବିଜେଡି ଭୁବନେଶ୍ୱର,

Proprietor Abhimanyu Maharana by Proprietor Abhimanyu Maharana
July 30, 2020
in Uncategorized, ଓଡ଼ିଶା, କରୋନା, ଦେଶ, ରାଜନୀତି, ହୋମ୍
0
ମିଛ ଖବର ପ୍ରଚାରରେ ସୀମା ଟପୁଛି ରାଜ୍ୟ ବିଜେପି : ବିଜେଡି ଭୁବନେଶ୍ୱର,
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୩୦ ଜୁଲାଇ ଗୁରୁବାର) ଭୁବନେଶ୍ୱର :- ମିଛ ଖବର ପ୍ରଚାର କରିବାରେ ରାଜ୍ୟ ବିଜେପି ନେତାମାନେ ଏବେ ସବୁ ସୀମା ଟପିଗଲେଣି । ବିଜେପି ନେତା ଭୃଗୁ ବକ୍ସିପାତ୍ରଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଏହା କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର । ଡକ୍ଟର ପାତ୍ର କହିଛନ୍ତି ଯେ ଗତ ତିନି ଚାରି ମାସ ଧରି ଆଶା, ଅଙ୍ଗନବାଡିକର୍ମୀ, ନର୍ସ, ସ୍ୱାସ୍ଥ୍ୟକର୍ମୀ, ପୁଲିସ୍‍ ଓ ସରକାରୀ କର୍ମଚାରୀମାନେ କରୋନା କବଳରୁ ଲୋକଙ୍କ ଜୀବନ ବଞ୍ଚାଇବାପାଇଁ ଦିନ ରାତି କାର୍ଯ୍ୟ କରୁଛନ୍ତି । ସେମାନଙ୍କ ପାଇଁ ଆହା ପଦେ କହିବା ବଦଳରେ ବିଜେପି ନେତା ସାମ୍ବାଦିକ ସମ୍ମିଳନୀ ଜରିଆରେ ସେମାନଙ୍କ କାର୍ଯ୍ୟକୁ ତାତ୍ସଲ୍ୟ କରିବାରେ ଲାଗିଛନ୍ତି । ଗଞ୍ଜାମ ଜିଲ୍ଲାରେ ତିନି ଚାରି ମାସ ଧରି କାର୍ଯ୍ୟ କରୁଥିବା ଏହି କରୋନା ଯୋଦ୍ଧାମାନଙ୍କୁ ପ୍ରଶଂସା କରିବା ବଦଳରେ ବିଜେପି ନେତାମାନେ ସେମାନଙ୍କ ମନୋବଳକୁ ଭାଙ୍ଗି ଦେଉଛନ୍ତି । କରୋନା ବିରୁଦ୍ଧ ଲଢେଇ ପାଇଁ ଗଞ୍ଜାମ ଜିଲ୍ଲାକୁ ଡେପୁଟେସନରେ ଯାଉଥିବା ଡାକ୍ତରମାନଙ୍କୁ କିଭଳି ବିରୋଧ ହେଉଛି ତାହା ସମସ୍ତେ ଦେଖୁଛନ୍ତି ।

ଏଥିରୁ ସ୍ପଷ୍ଟ ହେଉଛି ଯେ ଗଞ୍ଜାମ ଜିଲ୍ଲାରେ ମହାମାରୀ ନିୟନ୍ତ୍ରଣ ଲାଗି ଅଧିକ ଡାକ୍ତର ନିଯୁକ୍ତି ହେବା ସେମାନେ ଚାହାନ୍ତି ନାହିଁ । ଗତକାଲି ମଧ୍ୟ ବିରୋଧିଦଳ ନେତା କରୋନା ଯୁଦ୍ଧରେ ଗଞ୍ଜାମକୁ ସମର୍ଥନ କରିନଥିଲେ । ଏଥିରୁ ମଧ୍ୟ ବିଜେପିର ମନୋଭାବ ପଦାରେ ପଡିଯାଇଛି । ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେପି ନେତା ଶ୍ରୀ ବକ୍ସିପାତ୍ର କହିଛନ୍ତି ଯେ ଗଞ୍ଜାମରେ ଲୋକମାନେ ପୋକ ମାଛି ଭଳି ମରୁଛନ୍ତି । ଲୋକଙ୍କୁ ପୋକ ଓ ମାଛି ବୋଲି ସମ୍ବୋଧନ କରିବା ଫଳରେ ଗଞ୍ଜାମ ଲୋକଙ୍କ ପ୍ରତି ବିଜେପିର ମନୋଭାବ କ’ଣ ତାହା ପଦାରେ ପଡିଯାଇଛି । ଦେଶରେ ପ୍ରତି ଦୁଇ ଦିନରେ ଲକ୍ଷେ ସଂକ୍ରମିତ କରୋନା ତାଲିକାରେ ଯୋଡିହୋଇ ଯାଉଛନ୍ତି । ଯେଉଁ ହାରରେ କରୋନା ରୋଗୀ ବଢୁଛନ୍ତି ସେଥିରୁ ବିଶ୍ୱ କରୋନା ତାଲିକାରେ ଭାରତ ଦ୍ୱିତୀୟ ସ୍ଥାନରେ ପହଞ୍ଚିବାର ସମ୍ଭାବନା ଉପୁଜିଲାଣି । ଏଭଳି ସ୍ଥିତିରେ ଶ୍ରୀ ବକ୍ସିପାତ୍ର ଗଞ୍ଜାମ ଜିଲ୍ଲାରେ କରୋନା ମୁକାବିଲାରେ ଲାଗିଥିବା ଯୋଦ୍ଧାମାନଙ୍କ ପ୍ରତି ତାତ୍ସଲ୍ୟ ପ୍ରକାଶ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ଡକ୍ଟର ପାତ୍ର କହିଛନ୍ତି । ସଫଳ କରୋନା ମୁକାବିଲା ପାଇଁ ଓଡିଶା ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ହେଉଛି ।

ନିକଟରେ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଅଧ୍ୟୟନରୁ ଜଣାପଡିଛି ଯେ କରୋନା ପରିଚାଳନା ଓ ତଥ୍ୟ ପ୍ରଦାନ କ୍ଷେତ୍ରରେ ଓଡିଶା ଦେଶର ଶ୍ରେଷ୍ଠ ତିନିଟି ରାଜ୍ୟ ମଧ୍ୟରେ ରହିଛି । ହେଲେ ବିଜେପି ନେତାମାନେ ଏକଥାକୁ ଭୁଲି ଯାଉଛନ୍ତି । ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟରତ କରୋନା ଯୋଦ୍ଧାମାନଙ୍କ ପ୍ରତି ଏଭଳି ଦାୟିତ୍ୱହୀନ ମନ୍ତବ୍ୟ ଦେଇ ସେମାନଙ୍କୁ ହତୋତ୍ସାହିତ ନ କରିବାକୁ ବିଜେଡି ପକ୍ଷରୁ ଶ୍ରୀ ବକ୍ସିପାତ୍ରଙ୍କୁ ପରାମର୍ଶ ଦିଆଯାଇଛି । ଏଥିରୁ ତାଙ୍କର ଗଞ୍ଜାମ ବିରୋଧି ମନୋଭାବ ପଦାରେ ପଡିଥିବାବେଳେ ଗଞ୍ଜାମବାସୀ କେବେହେଲେ ଏହାକୁ ଭୁଲିବେନାହିଁ ଏବଂ ଏଥିପାଇଁ ରାଜ୍ୟ ବିଜେପିକୁ ବହୁମୂଲ୍ୟ ଦେବାକୁ ପଡିବ ବୋଲି ଡକ୍ଟର ପାତ୍ର ସତର୍କ କରାଇ ଦେଇଛନ୍ତି । ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟରତ କରୋନା ଯୋଦ୍ଧାମାନଙ୍କୁ ତାତ୍ସଲ୍ୟ କରିବା ବଦଳରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ଅନୁଯାୟୀ ତାଙ୍କ ଦଳର ନେତାମାନେ କିଭଳି କରୋନା କଟକଣା ନିୟମ ମାନିବେ ଓ ସାମାଜିକ ଦୂରତା ରକ୍ଷା କରିବେ ତାହା ଉପରେ ଧ୍ୟାନ ଦେବାପାଇଁ ଡକ୍ଟର ପାତ୍ର ବିଜେପି ନେତାଙ୍କୁ ପରାମର୍ଶ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version