• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍‍ ପ୍ରଚାର

Proprietor Abhimanyu Maharana by Proprietor Abhimanyu Maharana
May 10, 2024
in ଓଡ଼ିଶା, କନ୍ଧମାଳ, ଗଞ୍ଜାମ, ରାଜନୀତି, ହୋମ୍
0
ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍‍ ପ୍ରଚାର
Share on FacebookShare on TwitterWhatsapp

ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ସୁଫଳ ବିଷୟରେ ଲୋକଙ୍କ ସମ୍ମତି ନେଲେ, ବିରୋଧୀ ଦଳ ମିଛ କହୁଛନ୍ତି, ତାଙ୍କ ନେତା କୁମ୍ଭୀରକାନ୍ଦଣା କାନ୍ଦୁଛନ୍ତି । 

ନିର୍ବାଚନରେ ଭଲ ପ୍ରାର୍ଥୀଙ୍କୁ ବାଛନ୍ତୁ, ଅପରାଧୀ ପ୍ରାର୍ଥୀଙ୍କୁ ବାଛନ୍ତୁ ନାହିଁ, ବିଜୁ ଜନତା ଦଳର ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ, ଶଙ୍ଖଚିହ୍ନରେ ଭୋଟ ଦିଅନ୍ତୁ । 

ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀର ୭ଟି ବିଧାନସଭା ମଧ୍ୟରୁ ଆମର ୫ଜଣ ପ୍ରାର୍ଥୀ ହେଉଛନ୍ତି ମହିଳା, ଲୋକସଭା ପ୍ରାର୍ଥୀ ମଧ୍ୟ ଜଣେ ଯୁବ ମହିଳା, ମୁଖ୍ୟମନ୍ତ୍ରୀ ଯାହା କହନ୍ତି ତାହା କରନ୍ତି, କଂଗ୍ରେସ, ବିଜେପି କେବଳ କଥା କହନ୍ତି । 

ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଆମ ନିର୍ବାଚନ ଇସ୍ତାହାର ଘୋଷଣା କରିବେ, ସବୁବର୍ଗ ପାଇଁ ବିଶେଷ କରି ଯୁବବର୍ଗ ପାଇଁ ଆଣିବ ଖୁସି ଖବର, ସାରା ଓଡ଼ିଶା ପାଇଁ ଖୁସି ଆଣିଦେବ-କାର୍ତ୍ତିକ ପାଣ୍ଡିଆନ । ନିର୍ବାଚନ ଇସ୍ତାହାରରେ ସ୍ଥାନ ପାଇଥିବା ପ୍ରତିଶ୍ରୃତି ଓ ବିକାଶବାର୍ତ୍ତାକୁ ଘରେ ଘରେ ପହଞ୍ଚାଅ, କର୍ମୀଙ୍କୁ ଅନୁରୋଧ କଲେ ପାଣ୍ଡିଆନ । 

ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଓ ୨୮ଟି ବିଧାନସଭା ପାଇଁ ନିର୍ବାଚନ ହେବାକୁ ଯାଉଛି, ଏଥିରେ ବିଜେଡ଼ିର ୯୦ ପ୍ରତିଶତ ଷ୍ଟ୍ରାଇକ୍‍ ରେଟ୍‍ ରହିଛି, ଏହାକୁ ଶତ ପ୍ରତିଶତ କରିବା ପାଇଁ ଆହ୍ୱାନ ଦେଲେ । 

ଚୋରମାନେ ଯିଏ ବି ପ୍ରାର୍ଥୀ ହୋଇଛନ୍ତି ତାଙ୍କୁ ମୁହଁତୋଡ଼ ଜବାବ ଦିଆଯିବ । 

ବିଜେପି ଦଳ ୨୪ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ମଧ୍ୟ ଠିକ୍ କରିପାରୁନାହାନ୍ତି ବିଜେପି ଇସ୍ତାହାର ମିଛର ଗନ୍ତାଘର, ୨୦୧୪ ଓ ୨୦୧୯ରେ ମିଛ କହିଥିଲେ , ୨୦୨୪ରେ ମଧ୍ୟ ପ୍ରବଳ ମିଛ କହୁଛନ୍ତି । 

ମୁଖ୍ୟମନ୍ତ୍ରୀ ଆଦିବାସୀ ଭାଇଭଉଣୀ ମାନଙ୍କୁ ବହୁତ ଭଲ ପାଆନ୍ତି ,  ସେମାନଙ୍କ ଉପରେ ଥିବା ୫୦,୦୦୦ ଛୋଟ ବଡ଼ ପୁଲିସ କେସ୍‍କୁ ରଦ୍ଦ କରିଛନ୍ତି । ୦୯ ଏପ୍ରିଲ , ୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କନ୍ଧମାଳ :->  ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରେ ମାରାଥନ୍‍ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି । ଏହି ତିନୋଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର, ଆସ୍କା ଓ ଫୁଲବାଣୀ ବିଧାନସଭା କ୍ଷେତ୍ରରେ ଅନୁଷ୍ଠିତ ରାଲିରେ ସେ ଦଳୀୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ଯୋଡ଼ି ଶଙ୍ଖରେ ଭୋଟ ଦେବାକୁ ଅନୁରୋଧ କରିଥିଲେ । ନିର୍ବାଚନ ପ୍ରଚାରର କୋଳାହଳ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ନିରାଡ଼ମ୍ୱର ଶୈଳୀର ପ୍ରଚାର ଲୋକଙ୍କ ହୃଦୟକୁ ଛୁଇଁଥିଲା । ଉଚ୍ଛସିତ ଜନତା ମୁଖ୍ୟମନ୍ତ୍ରୀଙ୍କ ସବୁ ପ୍ରଶ୍ନର ଉତ୍ତରରେ ସେମାନେ ‘ହଁ’ ଧ୍ୱନିରେ ସଭାସ୍ଥଳ ପ୍ରକମ୍ପିତ କରିଥିଲେ ।ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ମିଶନ ଶକ୍ତି, ଲକ୍ଷ୍ମୀ ବସ୍‍, କାଳିଆ ଯୋଜନା, ନୂଆ-ଓ ଛାତ୍ରବୃତ୍ତି ଯୋଜନା ଆଦି ସବୁ ଯୋଜନା ବିଷୟରେ ଲୋକ ଦେଇଥିଲେ ବିଶାଳ ସମ୍ମତି । ଶେଷରେ ମୁଖ୍ୟମନ୍ତ୍ରୀ ପଚାରିଥିଲେ ନବୀନ ପଟ୍ଟନାୟକ ଭଲ ତ ? ଏଥିରେ ଉପସ୍ଥିତ ସବୁ ଲୋକ ଠିଆ ହୋଇ କରତାଳି ଦେଇ ବହୁତ ଜୋର୍‍ରେ ‘ହଁ’ ମାରି ମୁଖ୍ୟମନ୍ତ୍ରୀଙ୍କୁ ସମର୍ଥନ ଜଣାଇଥିଲେ । ଏହାପରେ ମୁଖ୍ୟମନ୍ତ୍ରୀ କହିଥିଲେ ବିରୋଧୀ ଦଳ ମିଛ କହୁଛନ୍ତି ଓ ତାଙ୍କ ନେତାମାନେ ମଧ୍ୟ ଖାଲି କୁମ୍ଭୀରକାନ୍ଦଣା କାନ୍ଦୁଛନ୍ତି । ନିର୍ବାଚନରେ ଭଲ ପ୍ରାର୍ଥୀଙ୍କୁ ବାଛନ୍ତୁ, ଅପରାଧୀ ପ୍ରାର୍ଥୀଙ୍କୁ ବାଛନ୍ତୁ ନାହିଁ, ବିଜୁ ଜନତା ଦଳର ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ, ଶଙ୍ଖଚିହ୍ନରେ ଭୋଟ ଦିଅନ୍ତୁ ବୋଲି ସେ ନିବେଦନ କରିଥିଲେ ।ସଭାରେ ଯୋଗ ଦେଇ ବରିଷ୍ଠ ବିଜୁ ଜନତା ଦଳ ନେତା କହିଥିଲେ ଯେ ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଆମ ନିର୍ବାଚନ ଇସ୍ତାହାର ଘୋଷଣା କରିବେ । ସବୁବର୍ଗ ପାଇଁ, ବିଶେଷ କରି ଯୁବବର୍ଗ ପାଇଁ ଏହି ଇସ୍ତାହାର ଆଣିବ ଖୁସି ଖବର । ସାରା ଓଡ଼ିଶା ପାଇଁ ଖୁସି ଆଣିଦେବ । ସେ ଦଳୀୟ କର୍ମୀମାନଙ୍କୁ ଅନୁରୋଧ କରି କହିଥିଲେ ନିର୍ବାଚନ ଇସ୍ତାହାରରେ ସ୍ଥାନ ପାଇଥିବା ସମସ୍ତ ପ୍ରତିଶ୍ରୃତି ଓ ବିକାଶବାର୍ତ୍ତାକୁ ଘରେ ଘରେ ପହଞ୍ଚାଅ । ସମସ୍ତଙ୍କୁ ସଚେତନ କର ଓ ବିରୋଧୀ ଦଳର ମିଛକୁ, ସେମାନଙ୍କ ଅପପ୍ରଚାରକୁ ପ୍ରତିହତ କର । ସେ କହିଥିଲେ ଯେ ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀର ୭ଟି ବିଧାନସଭା ମଧ୍ୟରୁ ଆମର ୫ଜଣ ପ୍ରାର୍ଥୀ ହେଉଛନ୍ତି ମହିଳା । ଲୋକସଭା ପ୍ରାର୍ଥୀ ମଧ୍ୟ ଜଣେ ଯୁବ ମହିଳା । ଏଥିରୁ ଆପଣମାନେ ଜାଣନ୍ତୁ ମହିଳା ସଶକ୍ତିକରଣ ଉପରେ ମୁଖ୍ୟମନ୍ତ୍ରୀ ଯାହା କହନ୍ତି ତାହା କରନ୍ତି । କଂଗ୍ରେସ, ବିଜେପି କେବଳ କଥା କହନ୍ତି, ସେମାନେ କେବଳ ବଡ଼ ବଡ଼ କଥା କହନ୍ତି କିଛି କରନ୍ତି ନାହିଁ । ବିଜେପି ଇସ୍ତାହାର କେବଳ ମିଛର ଗନ୍ତାଘର ବୋଲି ସେ କହିଥିଲେ । ୨୦୧୪ ଓ ୨୦୧୯ରେ ମଧ୍ୟ ସେମାନେ ମିଛ କହିଥିଲେ । ୨୦୨୪ ଇସ୍ତାହାରରେ ମଧ୍ୟ ସେମାନେ ପ୍ରବଳ ମିଛ ପ୍ରତିଶ୍ରୃତି ଦେଇଛନ୍ତି, ସେମାନଙ୍କୁ ବିଶ୍ୱାସ କରନ୍ତୁ ନାହିଁ । ବିଜେପି ଦଳ ଉପରେ ଆକ୍ରମଣ କରି ସେ କହିଲେ ଯେ ବିଜେପି ଗତ ୨୪ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ମଧ୍ୟ ଠିକ୍ କରିପାରୁନାହାନ୍ତି ।କାରଣ ସେମାନେ ଜାଣିଛନ୍ତି ଯେଉଁଦିନ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବେ ସେହିଦିନ ତାଙ୍କର ଆସନ ସଂଖ୍ୟା ୧୦ରୁ ବି କମିଯିବ । ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ଓ ୨୮ଟି ବିଧାନସଭା ପାଇଁ ନିର୍ବାଚନ ହେବାକୁ ଯାଉଛି, ଏଥିରେ ବିଜେଡ଼ିର ୯୦ ପ୍ରତିଶତ ଷ୍ଟ୍ରାଇକ୍‍ ରେଟ୍‍ ରହିଛି, ଏହାକୁ ଶତ ପ୍ରତିଶତ କରିବା ପାଇଁ ଆହ୍ୱାନ ଦେଇଥିଲେ । ଗୋପାଳପୁରରେ ସେ କହିଲେ ବିରୋଧୀ ଦଳରୁ ଚୋରମାନେ ଯିଏ ବି ପ୍ରାର୍ଥୀ ହୋଇଛନ୍ତି ସେମାନଙ୍କୁ ମୁହଁତୋଡ଼ ଜବାବ ଦିଆଯିବ । ସେ କହିଲେ ଯେ କିଛିଦିନ ତଳେ ବିରୋଧୀ ଦଳ ଏଠାରେ ପ୍ରୋଗ୍ରାମ କରିଥିଲେ, ସେ ପ୍ରୋଗ୍ରାମ ଏବଂ ଏଇ ପ୍ରୋଗ୍ରାମ ମଧ୍ୟରେ ଫରକ୍‍ ଅଛି, ମୁଖ୍ୟମନ୍ତ୍ରୀଙ୍କୁ ଏତେସଂଖ୍ୟାରେ ଆପଣଙ୍କ ଭଲପାଇବା ଏକ ଭଲ ବାର୍ତ୍ତା ଦଉଛି ।କନ୍ଧମାଳ ଲୋକସଭା ଆସନରେ ଅଭିଭାଷଣ ସମୟରେ ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଆଦିବାସୀ ଭାଇଭଉଣୀମାନଙ୍କୁ ବହୁତ ଭଲ ପାଆନ୍ତି । ଆପଣଙ୍କ ସୁଖଦୁଖର ସାଥି ହୋଇଅଛନ୍ତି । ଜନଜାତିଙ୍କ ସଂସ୍କୃତି ଓ ପରମ୍ପରାର ସୁରକ୍ଷା ପାଇଁ ସ୍ୱତନ୍ତ୍ର ଜନଜାତି ଉନ୍ନୟନ ପରିଷଦ ଗଠନ କରିଛନ୍ତି । ବିଭିନ୍ନ ଛୋଟ ବଡ଼ ଜଙ୍ଗଲ. ଅବକାରୀ ତଥା ପୋଲିସ କେସ୍‍ରେ ଛନ୍ଦି ହୋଇ ସେମାନେ ବହୁତ ସମସ୍ୟାର ସମ୍ମୁଖୀନ ହେଉଥିଲେ । ମୁଖ୍ୟମନ୍ତ୍ରୀ ତାକୁ ସହୃଦୟତାର ସହିତ ନେଇ ସେମାନଙ୍କ ଉପରୁ ୫୦,୦୦୦ ପୋଲିସ କେସ ରଦ୍ଦ କରିଛନ୍ତି । ଏହି ସଭାଗୁଡ଼ିକରେ ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଶ୍ରୀ ଭୃଗୁ ବକ୍‍ସିପାତ୍ର, ଆସ୍କା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ ଓ କନ୍ଧମାଳ ଲୋକସଭା ପ୍ରାର୍ଥୀ ଡଃ ଅଚ୍ୟୁତ ସାମନ୍ତଙ୍କ ସହିତ ସବୁ ବିଧାନସଭା ମଣ୍ଡଳୀର ପ୍ରାର୍ଥୀମାନେ ନିଜର ଅଭିଭାଷଣ ରଖି ଯୋଡ଼ିଶଙ୍ଖରେ ଭୋଟ ଦେଇ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବାକୁ ନିବେଦନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 29, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 29, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version