• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କନ୍ଧମାଳରୁ ମୋଦୀଙ୍କ ଦମ୍ଭୋକ୍ତି : ଓଡ଼ିଶାରେ ହେବ ଡବଲ ଇଞ୍ଜିନ୍‌‌ ସରକାର

Proprietor Abhimanyu Maharana by Proprietor Abhimanyu Maharana
May 11, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳରୁ ମୋଦୀଙ୍କ ଦମ୍ଭୋକ୍ତି : ଓଡ଼ିଶାରେ ହେବ ଡବଲ ଇଞ୍ଜିନ୍‌‌ ସରକାର
Share on FacebookShare on TwitterWhatsapp

୧୧ ମଇ ୨୦୨୪ , (ଓଡିଶା ତାଜ଼ା ନ୍ୟୁଜ) କନ୍ଧମାଳ :- କନ୍ଧମାଳରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କନ୍ଧମାଳ ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୋଦୀ। କନ୍ଧମାଳ ଆସି ଯେଉଁ ଆଶୀର୍ବାଦ ମିଳିଛି ତାହା ଜୀବନରେ କେବେ ଭୁଲି ପାରିବିନି ବୋଲି କହିଛନ୍ତି ମୋଦୀ। ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା ‘ ପାଟଖଣ୍ଡା ଓ ମା’ ନାରାୟଣୀଙ୍କୁ ପ୍ରଣାମ ଜଣାଇ ନିଜ ଅଭିଭାଷଣ ଆରମ୍ଭ କରିବା କ୍ରମରେ ମାତୃଶକ୍ତିର ପ୍ରଶଂସା କରିଛନ୍ତି । ଜନସଭା ଆରମ୍ଭରେ ସ୍ୱାଗତ ଓ ଶୁଭେଚ୍ଛା ଜଣାଇଥିବା ବୃଦ୍ଧା ତୁଳା ଦେବୀ ଓ ପଦ୍ମ ପୁରସ୍କାରପ୍ରାପ୍ତ ପୂର୍ଣ୍ଣମାସୀ ଜାନିଙ୍କ ପ୍ରଶଂସାରେ ଶତମୁଖ ହୋଇଥିଲେ ପ୍ରଧାନମନ୍ତ୍ରୀ। ଗତକାଲି ଭୁବନେଶ୍ୱରରେ ଭବ୍ୟ ରୋଡ ଶୋକୁ ସେ ଭୁରି ଭୁରି ପ୍ରଶଂସା କରିଛନ୍ତି। ବିଜେପି ପ୍ରତି ବିପୁଳ ମାତ୍ରାରେ ଲୋକଙ୍କ ସମର୍ଥନ ମିଳୁଥିବାରୁ ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ଆପଣ ମାନଙ୍କ ଭଲ ପାଇବା ଓ ଆଶୀର୍ବାଦ ମୋତେ ଋଣୀ କରିଛି। ଓଡ଼ିଶାକୁ ବିକଶିତ ରାଜ୍ୟ କରି ଏ ଋଣ ଫେରାଇବି ବୋଲି ମୋଦୀ କହିଛନ୍ତି।

ଫୁଲବାଣୀରେ କଂଗ୍ରେସକୁ କଡା ସମାଲୋଚନା କରି ପାକିସ୍ତାନ ନିକଟରେ ପରମାଣୁ ବୋମା ଥିବା ପ୍ରସଙ୍ଗ ଉଠାଇ ଟାର୍ଗେଟ କରିଛନ୍ତି। ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀ ପ୍ରସଙ୍ଗ ଏବଂ ୨୬/୧୧ ମୁମ୍ବଇ ଆକ୍ରମଣକୁ ନେଇ ସେ ତିବ୍ର ସମାଲୋଚନା କରିଛନ୍ତି। ଏହାସହିତ ଓଡ଼ିଶାରେ ଡବଲ ଇଞ୍ଜିନ୍‌‌ ସରକାର ଗଠନ ନେଇ ଦମ୍ଭୋକ୍ତି ଦେଖାଇଛନ୍ତି। ଆପଣଙ୍କ ଆଶୀର୍ବାଦରେ ଓଡ଼ିଶାରେ ପ୍ରଥମ ଥର ପାଇଁ ଡବଲ ଇଞ୍ଜିନ୍‌‌ ସରକାର ହେବ। ଏଥିପାଇଁ ଆପଣଙ୍କୁ ୨୧ ଲୋକସଭା ସାଂସଦ ପ୍ରାର୍ଥୀକୁ ସଂସଦ ପଠାଇବାକୁ ହେବ ଏବଂ ରାଜ୍ୟରେ ବିଜେପି ପ୍ରାର୍ଥୀ ଜିତାଇ ବିଧାନସଭା ପଠାଇବାକୁ ପଡିବ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ଆୟୁଷ୍ମାନ ଯୋଜନା କାହିଁକି ଲାଗୁ କରାଯାଉନାହିଁ ବୋଲି ପ୍ରଶ୍ନ କରିଛନ୍ତି।ଏହି ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସ ଏବଂ ବିଜେଡିକୁ ସିଧାସଳକ ଟାର୍ଗେଟ କରିଛନ୍ତି। ସେ ନିର୍ଦ୍ଦିଷ୍ଟ ଭାବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିନା କାଗଜରେ ଓଡ଼ିଶାର ଜିଲା ଗୁଡ଼ିକର ନାମ କହିବାକୁ ଆହ୍ବାନ କରିଛନ୍ତି।ପ୍ରଧାନମନ୍ତ୍ରୀ ସମାବେଶରେ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇ କହିଥିଲେ, ‘ମୁଁ ନବୀନ ବାବୁଙ୍କୁ ଚାଲେଞ୍ଜ କରୁଛି। ନବୀନ ବାବୁ ବିନା କାଗଜରେ ଓଡ଼ିଶାର ଜିଲା ଏବଂ ଜିଲା ମୁଖ୍ୟାଳୟମାନଙ୍କର ନାମ କୁହନ୍ତୁ। ଯେଉଁ ମୁଖ୍ୟମନ୍ତ୍ରୀ ନିଜ ରାଜ୍ୟର ଜିଲାଗୁଡ଼ିକ ନାମ ଜାଣିନାହାନ୍ତି, ସେଭଳି ମୁଖ୍ୟମନ୍ତ୍ରୀ ଆପଣଙ୍କ ଦୁଃଖ ବୁଝିପାରିବେ କି ? ଆମକୁ ୫ ବର୍ଷ ଦିଅନ୍ତୁ, ଆମେ ଓଡ଼ିଶାକୁ ୧ ନମ୍ବର କରିଦେବୁ’ ବୋଲି ମୋଦୀ କହିଥିଲେ।

କନ୍ଧମାଳ ର ଏହି ବିଜୟ ସଂକଳ୍ପ ସମାବେଶରେ ରାଜ୍ୟ ସରକାରଙ୍କୁ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ମଧ୍ୟ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କାହିଁକି ରତ୍ନଭଣ୍ଡାର ଚାବି ଖୋଲାଯାଉନାହିଁ ବୋଲି ପ୍ରଶ୍ନ କରିଛନ୍ତି। ଶ୍ରୀମନ୍ଦିର ରତ୍ନଭଣ୍ଡାରର ମୂଲ୍ୟାୟନ ୪୫ବର୍ଷ ତଳେ ହୋଇଥିଲା। ଗତ ୪୦ବର୍ଷ ହେଲାଣି ରତ୍ନଭଣ୍ଡାର ଖୋଲାଯାଇନାହିଁ। ରତ୍ନଭଣ୍ଡାର ଚାବି ଗତ ୬ବର୍ଷ ହେଲାଣୀ ମିଳୁନି। ଶ୍ରୀଜଗନ୍ନାଥଙ୍କ ଅମୂଲ୍ୟ ଭଣ୍ଡାରର ଚାବି ବି ସମ୍ଭାଳି ପାରୁନାହାଁନ୍ତି ରାଜ୍ୟ ସରକାର। ଚାବି ଗଲା କୁଆଡେ, କାହା ପାଖକୁ ଗଲା, ଡୁପ୍ଲିକେଟ ଚାବି କେଉଁଠୁ ଆସିଲା ଏସବୁ ସମ୍ପର୍କରେ ଲୋକଙ୍କର ଜାଣିବାର ଅଧିକାର ଅଛି। ଚାବି ହଜିବା ଠାରୁ ଡୁପ୍ଲିକେଟ ଚାବି ତିଆରି କରିବା ଗମ୍ଭୀର ବିଷୟ। ଏସମ୍ପର୍କରେ କମିଶନ ବସିଲା, ହେଲେ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ରାଜ୍ୟ ସରକାର ଏସମ୍ପର୍କରେ କାହିଁକି ଚୁପ୍‌‌। କାହା ପାପ ଘୋଡାଇବାକୁ ପ୍ରୟାସ କରାଯାଉଛି। ରାଜ୍ୟରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହି ବିଶାଳ ସମାବେଶରେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସମେତ ଫୁଲବାଣୀ, ଜି. ଉଦୟଗିରି ଓ ବାଲିଗୁଡାର ବିଧାୟକ ପ୍ରାର୍ଥୀଙ୍କ ସମେତ ସମସ୍ତ ସଦସ୍ୟ, କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସମାଗମ ହୋଇଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version