ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ
ଡ଼ି. ଏମ. ଏଫ୍. ପାଣ୍ଠି ବିନିଯୋଗରେ ଖଣି ଜିଲ୍ଲା ଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶ
ସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶ
ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ ଗଠନ ପାଇଁ ଟାସ୍କ ଫୋର୍ସ କରାଯିବ

୨୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି ସେ ମତ ଦେବା ସହିତ ରାଜ୍ୟ ଯୋଜନା ବଜେଟ୍ ରେ ଏହା ପ୍ରତିଫଳିତ ହେବା ଆବଶ୍ୟକ ବୋଲି ସେ କହିଥିଲେ। ଯୋଜନା ଗୁଡିକ ଯେପରି ତୃଣମୂଳ ସ୍ତରରେ ଠିକ୍ ଭାବରେ ପହଞ୍ଚିବ ଓ ଲୋକ ଏହାର ସୁଫଳ ପାଇବେ ସେ ଉପରେ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।















