• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରେସ୍ ବିଜ୍ଞପ୍ତି ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
June 28, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପ୍ରେସ୍ ବିଜ୍ଞପ୍ତି ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ ଓ ବିଭ୍ରାନ୍ତିକର: ବିଜେଡି
Share on FacebookShare on TwitterWhatsapp

 ଟ୍ରିପଲ ଇଞ୍ଜିନ୍ ସରକାରରେ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରୁ ବିଜେପି ସରକାର

 ତତ୍କାଳୀନ ବିଜେଡି ସରକାର ଓ ଶ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ୟମ ଯୋଗୁଁ ହିଁ ମହାନଦୀ ଟ୍ରିବ୍ୟୁନାଲ ଗଠନ ହୋଇପାରିଥିଲା

୨୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁୁବନେଶ୍ୱର :->  ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ଦେଇଥିବା ବକ୍ତବ୍ୟକୁ ବିଭ୍ରାନ୍ତିକର ଓ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ଦେବୀ ପ୍ରସାଦ ମିଶ୍ର । ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମିଶ୍ର କହିଛନ୍ତି ଯେ, ମହାନଦୀ ଓଡିଶାର ୧୬ ଜିଲ୍ଲାର ଲୋକଙ୍କ ଜୀବନଧାରା । ହେଲେ ଏହା ଉପରେ ଛତିଶଗଡ ମନମାନି କରିଆସୁଛି । ହୀରାକୁଦର ଉପମୁଣ୍ଡରେ ଛତିଶଗଡ ସରକାର ଓ ତଳମୁଣ୍ଡରେ ଓଡିଶା କେତେ ପାଣି ବ୍ୟବହାର କରିବ, ଏନେଇ ଉଲ୍ଲେଖ ରହିଛି । ତଥାପି ଛତିଶଗଡ ମହାନଦୀ ଉପରେ ଏକଚାଟିଆ ଅଧିକାର ସାବ୍ୟସ୍ତ କରି ବେଆଇନ ଭାବେ କାର୍ଯ୍ୟ କରିଚାଲିଛି ।

ଶ୍ରୀ ମିଶ୍ର ଆହୁରି ମଧ୍ୟ କହିଛନ୍ତି ଯେ, ଛତିଶଗଡର ବେଆଇନ କାମ ବିରୋଧରେ କେନ୍ଦ୍ର ସରକାର, ପ୍ରଧାନମନ୍ତ୍ରୀ ଓ ସିଡବ୍ଲ୍ୟୁସିଙ୍କ ନିକଟରେ ବାରମ୍ବାର ଓଡିଶା ସରକାର ଓ ଶ୍ରୀ ନବୀନ ପଟ୍ଟନାୟକ ଦୃଷ୍ଟି ଆକର୍ଷଣ କରିଥିଲେ । ଏପରିକି ତତ୍କାଳୀନ ଜଳସଂପଦ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୨୦୧୬ରେ ଦିଲ୍ଲୀରେ ବସିଥିବା ବୈଠକରେ ଛତିଶଗଡର ବେଆଇନ କାମକୁ ଅଟକାଇବା ପାଇଁ ଶ୍ରୀ ନବୀନ ପଟ୍ଟନାୟକ ସ୍ପଷ୍ଟ ଭାବେ ଦାବି ରଖିବା ସତ୍ତ୍ୱେ ମଧ୍ୟ କୈଣସି ନିର୍ଦ୍ଦେଶ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇନଥିଲା । ସେତେବେଳେ ଓଡିଶାର ସ୍ୱାର୍ଥକୁ ସଂପୂର୍ଣ୍ଣ ଅଣଦେଖା କରିଥିଲେ କେନ୍ଦ୍ର ସରକାର । ଛତିଶଗଡର ଅନଧିକାର ବ୍ୟାରେଜ୍ ନିର୍ମାଣ ବିରୋଧରେ ସମସ୍ତ ଫୋରମରେ ଆଲୋଚନା ପରେ ଯେତେବେଳେ ସୁଫଳ ମିଳିଲାନି, ସେତେବେଳେ ରାଜ୍ୟ ସରକାର ସମାଧାନ ପାଇଁ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ।

ଟ୍ରିବ୍ୟୁନାଲ ଗଠନରେ ମଧ୍ୟ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା । ଶେଷରେ ମହାନଦୀ ଟ୍ରିବ୍ୟୁନାଲ ଗଠନ ହେଲା । ଏଥିରେ ଓଡିଶା ପକ୍ଷରୁ ସମସ୍ତ ଦଲିଲ୍ ଉପସ୍ଥାପନ କରାଯାଇ ପକ୍ଷ ରଖାଯାଇଛି । ଟ୍‌ିବ୍ୟୁନାଲର ଅବଧି ଏବେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ବଢାଯାଇଛି । ମହାନଦୀ ପାଇଁ ଓଡିଶା ନ୍ୟାୟିକ ଲଢେଇ ଲଢିଛି, ରାଜରାସ୍ତାରେ ସଂଗ୍ରାମ କରିଛି, ଆଲୋଚନା ମଧ୍ୟରେ ସମାଧାନ ପାଇଁ ଉଦ୍ୟମ କରିଛି । ହେଲେ କେନ୍ଦ୍ର ନୀରବଦ୍ରଷ୍ଟା ସାଜି ସେତେବେଳେ ଛତିଶଗଡରେ ଥିବା ବିଜେପି ସରକାରକୁ ସୁହାଇଲା ଭଳି କାର୍ଯ୍ୟ କରିଥିଲା । ତେଣୁ ମହାନଦୀକୁ ନେଇ ଓଡିଶା ସରକାର କିଛି କରିନଥିଲେ । ଏଭଳି ବିଭ୍ରାନ୍ତିକର ତଥ୍ୟ ଉପସ୍ଥାପନ କରିବା ବଦଳରେ ସମସ୍ୟାର ସମାଧାନ ପାଇଁ ବିଜେପି ସରକାର ଉଦ୍ୟମ କରିବା ଦରକାର । ମହାନଦୀ ପ୍ରସଙ୍ଗରେ ବିଜେଡି ସଂପୂର୍ଣ୍ଣ ସଚେତନ ରହିଛି ।

ଆଉ ମହାନଦୀ ଅବବାହିକା ଅଧିବାସୀଙ୍କ ସ୍ୱାର୍ଥ ହାସଲ ପାଇଁ ବିଜେଡି ସଂପୂର୍ଣ୍ଣ ସଜାଗ ରହିଛି ବୋଲି ଶ୍ରୀ ମିଶ୍ର କହିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଆଳିର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଥିଲେ, ମହାନଦୀ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ବକ୍ତବ୍ୟ ଦୁର୍ଭାଗ୍ୟଜନକ । ଡବଲ ଇଂଜିନ ସରକାରରେ ପ୍ରଗତି ଦୁଇଗୁଣ ହେବ ବୋଲି ନିର୍ବାଚନ ସମୟରେ ବିଜେପି ନେତା କହିଥିଲେ । ଏବେ ମହାନଦୀ ପ୍ରସଙ୍ଗରେ ଟ୍ରିପଲ ଇଂଜିନ୍ ସରକାର ରହିଛି । କେନ୍ଦ୍ରରେ, ଛତିଶଗଡରେ, ଓଡିଶାରେ ସବୁଠି ବିଜେପିର ସରକାର । ଏବେ ଆଉ ବାହାନା ଖୋଜିବା ବଦଳରେ ମହାନଦୀ ସମସ୍ୟାର ସମାଧାନ କରାଯାଉ । ରାଜସ୍ୱମନ୍ତ୍ରୀଙ୍କୁ ମଧ୍ୟ ନିଜ ନିର୍ବାଚନ ମଣ୍ଡଳୀ ଲୋକଙ୍କୁ ଉତ୍ତର ଦେବାକୁ ପଡିବ, କାରଣ ମହାନଦୀରେ ପାଣି ନଆସିବା ଦ୍ୱାରା ସେମାନେ ବି ପ୍ରଭାବିତ ହେଉଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ରଜ ଉଚ୍ଛବ ପାଳିତ

ବିରିଡିରେ ରଜ ଉଚ୍ଛବ ପାଳିତ

June 13, 2026
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version