• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେ଼ମୀର ପାସିଂ ଆଉଟ୍ ପ୍ୟାରେଡ

Proprietor Abhimanyu Maharana by Proprietor Abhimanyu Maharana
July 13, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେ଼ମୀର ପାସିଂ ଆଉଟ୍ ପ୍ୟାରେଡ
Share on FacebookShare on TwitterWhatsapp

୧୧୩ ଜଣ ସଶସ୍ତ୍ର ପୋଲିସ ସବ୍ ଇନ୍ସପେକ୍ଟରଙ୍କ ଟ୍ରେନିଂ ସମ୍ପୂର୍ଣ୍ଣ

କର୍ତ୍ତବ୍ୟନିଷ୍ଠା ସହିତ ଉତ୍ତମ ବ୍ୟବହାର ପୋଲିସର ଭାବମୂର୍ତ୍ତିକୁ ଉଜ୍ଜଳ କରିବାରେ ସହାୟକ ହୁଏ

ସତ୍ୟ ଓ ନ୍ୟାୟ ଆପଣମାନଙ୍କର ସମସ୍ତ କାର୍ଯ୍ୟରେ ମାର୍ଗଦର୍ଶକ ହେଉ

ୟୁନିଫର୍ମ ସର୍ଭିସକୁ ଜନସାଧାରଣଙ୍କ ଉତ୍ସର୍ଗୀକୃତ ସେବାର ଏକ ପ୍ରତୀକ ରୂପେ ପ୍ରତିଫଳିତ କରନ୍ତୁ- ପୋଲିସ ବାହିନୀକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

୧୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :->  ୟୁନିଫର୍ମ ସର୍ଭିସ୍‌ରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ | ସାଧାରଣ ନାଗରିକ, ଆମର ମା, ଭଉଣୀ ଏବଂ ପିଲାମାନଙ୍କର ସୁରକ୍ଷା ଆମ ଉପରେ ନିର୍ଭର କରେ | ଏ କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ସହିତ ଉତ୍ତମ ବ୍ୟବହାର ପୋଲିସର ଭାବମୂର୍ତ୍ତିକୁ ଉଜ୍ଜଳ କରିବାରେ ସହାୟକ ହୁଏ। ୟୁନିଫର୍ମ ସର୍ଭିସକୁ ଜନସାଧାରଣଙ୍କ ଉତ୍ସର୍ଗୀକୃତ ସେବାର ଏକ ପ୍ରତୀକ ଭାବେ ପ୍ରତିଫଳିତ କରିବା ପାଇଁ ଆପଣମାନଙ୍କୁ ସଦା ସର୍ବଦା ପ୍ରସ୍ତୁତ ରହିବାକୁ ପଡିବ |

ଆଜି ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀରେ ସଶସ୍ତ୍ର ପୋଲିସ ସବ୍‌ ଇନ୍‌ସପେକ୍ଟର ମାନଙ୍କ ପାସିଙ୍ଗ ଆଉଟ୍‌ ପ୍ୟାରେଡରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୋଲିସ ବାହିନୀକୁ ପରାମର୍ଶ ଦେଇଛନ୍ତି । ୧୧୩ ଜଣ ସଶସ୍ତ୍ର ପୋଲିସ ସବ୍‌ ଇନ୍‌ସପେକ୍ଟରଙ୍କ ପ୍ରଷିକ୍ଷଣ ସଂପୂର୍ଣ୍ଣ ହୋଇଛି ଏବଂ ସେମାନେ ଖୁବ ଶୀଘ୍ର କାର୍ଯ୍ୟରେ ଯୋଗ ଦେବେ । ଏହି ଅବସରରେ ନିଜର ଅଭିଭାଷଣ ରଖି ସେ ସମସ୍ତ ଶିକ୍ଷାନବିଶ ଓ ସମସ୍ତ ପୋଲିସ ଅଧିକାରୀଙ୍କୁ ଦେଶ, ସମାଜ ଏବଂ ସାଧାରଣ ଲୋକମାନଙ୍କୁ ସଚ୍ଚୋଟତା ସହିତ ନିସ୍ଵାର୍ଥପର ସେବା କରିଵାକୁ ଆହ୍ଵାନ ଦେଇଥିଲେ | ଆପଣମାନଙ୍କର ସମସ୍ତ କାର୍ଯ୍ୟରେ ସତ୍ୟ ଓ ନ୍ୟାୟ ମାର୍ଗଦର୍ଶକ ହୋଇ ରହିଥାଉ ବୋଲି ସେ କହିଥିଲେ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଇନଶୃଙ୍ଖଳା ରକ୍ଷା ଓ ମାଓ ମୁକାବିଲା କ୍ଷେତ୍ରରେ କର୍ତ୍ତବ୍ୟରତ ଶହୀଦ ପୋଲିସ୍ କର୍ମଚାରୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସେ କହିଥିଲେ ଯେ ଦୀର୍ଘଦିନର ଅବିଶ୍ରାନ୍ତ କଠିନ ପରିଶ୍ରମ ସହ ମୌଳିକ ତାଲିମ ସମ୍ପୂର୍ଣ୍ଣ କରି ୧୧୩ ଜଣ ସଶସ୍ତ୍ର ଶିକ୍ଷାନଵିଶ ପୋଲିସ୍ ସବ-ଇନସ୍ପେକ୍ଟର ଆଜି ପାସିଙ୍ଗ୍ ଆଉଟ କରୁଛନ୍ତି। ଏହି ଅବସରରେ ସେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ। ସେ କହିଥିଲେ ଯେ ଟ୍ରେନି ଅଫିସରମାନଙ୍କ ପିତାମାତା ଓ ପରିବାରର ସଦସ୍ୟମାନେ ସେମାନଙ୍କୁ ପୋଲିସ ସେବାରେ ଉତ୍ସର୍ଗୀକୃତ ହେବା କ୍ଷେତ୍ରରେ ନିରନ୍ତର ସମର୍ଥନ କରି ଆସିଛନ୍ତି । ସେଥିପାଇଁ ସେମାନେ ମଧ୍ୟ ଧନ୍ୟବାଦର ପାତ୍ର।

ଏକାଡେମୀର ମୌଳିକ ତାଲିମ ଜରିଆରେ ଏହି ଅଧିକାରୀମାନେ ଯଥେଷ୍ଟ ବୃତ୍ତିଗତ ଜ୍ଞାନ କୌଶଳ ଓ ଦକ୍ଷତା ହାସଲ କରିଥିବେ। ଏହା ଆପଣଙ୍କର ଦୈନନ୍ଦିନ ସେବା କାର୍ଯ୍ୟରେ ଖୁବ୍ ସହାୟକ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ। ବହୁ ସଂଖ୍ୟକ ସୁରକ୍ଷା ବଳଙ୍କ ସହଯୋଗରେ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଆପଣମାନଙ୍କୁ ଦୃଢ ନେତୃତ୍ୱ ଓ ପରିଚାଳନାଗତ ଦକ୍ଷତା ପ୍ରଦର୍ଶନ କରିବାକୁ ପଡ଼ିବ । ନିଜ ଅଧୀନରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ନିଜର ପରିବାର ସଦସ୍ୟ ଭାବରେ ବିବେଚନା କରିବା ସହିତ ସେମାନଙ୍କର କଲ୍ୟାଣ ପ୍ରତି ଯତ୍ନବାନ ହେବାକୁ ପଡିବ ବୋଲି ମଧ୍ୟ ସେ କହିଥିଲେ।

ଆଜିଠାରୁ, ଆପଣମାନଙ୍କୁ କଠିନରୁ କଠିନ ଆହ୍ଵାନ ପାଇଁ ପ୍ରସ୍ତୁତ ହେବା ଉଚିତ | ଓଡିଶାର ସ୍ପେଶାଲ ଅପରେସନ୍ ଗ୍ରୁପ୍ ହେଉଛି ଦେଶର ମାଓବାଦୀ ମୁକାବିଲା ନିମନ୍ତେ ସବୁଠାରୁ ଉତ୍ତମ ଓ ଉଚ୍ଚକୋଟୀର ସୁରକ୍ଷା ବଳ । ଏହି ଅଧିକାରୀ ମାନଙ୍କ ଦକ୍ଷତା ମାଓବାଦୀ ବିରୋଧୀ ଅଭିଯାନରେ ଓଡିଶା ପୋଲିସକୁ ଆହୁରି ଗୈାରବାନ୍ୱିତ କରିବ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଥିଲେ।

  ବାମପନ୍ଥୀ ଉଗ୍ରବାଦରେ ଓଡିଶାର ସଫଳତା ବିଷୟରେ ଆଲୋକପାତ କରି ସେ କହିଲେ ଯେ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଓ ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଜୀଙ୍କ ଦିଶା ନିର୍ଦ୍ଦେଶରେ ଓ ଭାରତ ସରକାରଙ୍କ ଅକୁଣ୍ଠ ସହଯୋଗରେ ବାମପନ୍ଥୀ ଉଗ୍ରବାଦ ମୁକାବିଲାରେ ଓଡିଶା ପୋଲିସ୍ ସଫଳତାର ସହ ଉତ୍ତମ ପ୍ରଦର୍ଶନ କରି ଆସୁଛି ।

ମାଓବାଦୀଙ୍କ ବିସ୍ତାର ଏବଂ ପ୍ରଭାବ ହ୍ରାସ ପାଇଛି । କିନ୍ତୁ ତଥାପି ଆହ୍ଵାନ ରହିଛି | ପୋଲିସ ବାହିନୀ ନିଜର କାର୍ଯ୍ୟ ଦକ୍ଷତା ବଳରେ ଏହି ମାଓ ମୁକାବିଲାର ନେତୃତ୍ୱ ନେଇ ଆମ ରାଜ୍ୟକୁ ମାଓମୁକ୍ତ କରିଵେ ବୋଲି ସେ ଦୃଢ ଆଶା ପ୍ରକାଶ କରିଥିଲେ |  ମାଓ ମୁକାବିଲା କ୍ଷେତ୍ରରେ ଆମ ସରକାରଙ୍କର ସମ୍ପୂର୍ଣ୍ଣ ସହଯୋଗ ରହିବ ବୋଲି ସେ କହିଥିଲେ।

ପୋଲିସ୍୍ର ଆଧୁନିକୀକରଣ ଓ ପୋଲିସ୍ ବ୍ୟବସ୍ଥାର ସଂସ୍କାର ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରକାଶ କରିବା ସହିତ ପୋଲିସ୍ କର୍ମଚାରୀଙ୍କ ବିଭିନ୍ନ ଅଭାବ ଅସୁବିଧା ସମ୍ପର୍କରେ ମୋ ସରକାର ଅବଗତ ଅଛନ୍ତି ବୋଲି ସେ କହିଥିଲେ। ପୋଲିସ୍ ପାଇଁ କଲ୍ୟାଣମୂଳକ ପଦକ୍ଷେପ ନେବାପାଇଁ ଓଡିଶା ସରକାର ଯତ୍ନବାନ ରହିବେ ।ଏହାସହିତ ଲୋକବଳ ଅଭାବ ଦୂର କରିବାପାଇଁ ଆମେ ଆବଶ୍ୟକ ପଦକ୍ଷେପ ନିଆଯିବ ।ପୋଲିସ୍ ପ୍ରଶିକ୍ଷଣକୁ ଆହୁରି ଗତିଶୀଳ ଓ ଲୋକାଭିମୁଖୀ କରିବା ପାଇଁ ସରକାର ଆଗାମୀ ଦିନରେ ବିଭିନ୍ନ ସାହାଯ୍ୟ ଓ ପ୍ରୋତ୍ସାହନ ଦେବେ ବୋଲି ସେ କହିଥିଲେ ।

ନୂତନ ଅପରାଧିକ ଆଇନ ଉପରେ ଆଲୋକପାତ କରି ସେ କହିଲେ ଯେ ଦେଢଶହ ବର୍ଷର ଔପନିବେଶବାଦର ମାନସିକତାକୁ ପ୍ରୋତ୍ସାହନ ଦେଉଥିବା ବ୍ରିଟିଶ ଅମଳର ଅପରାଧିକ ଆଇନକୁ ପରିବର୍ତ୍ତନକରି ମୋଦୀଜୀଙ୍କ ସରକାର ନୂତନ ଭାରତର ନୂତନ ଆଇନ୍, ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ ପ୍ରଚଳନ କରି ଅପରାଧିକ ଆଇନ୍ କ୍ଷେତ୍ରରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଛନ୍ତି ।

ନ୍ୟାୟ ଓ ନାଗରିକକୁ ପ୍ରାଧାନ୍ୟ ଦିଆଯାଇ ଏହି ନୂତନ ଆଇନ୍ ଆଗାମୀ ଦିନରେ ଲୋକଙ୍କୁ ନ୍ୟାୟ ଦେବାରେ ସହାୟକ ହେବ । ପୋଲିସ୍ ଟ୍ରେନିଂ ଆପଣଙ୍କୁ ନୈତିକତା, ଅଖଣ୍ଡତା, ପ୍ରତିବଦ୍ଧତା ଏବଂ ମାନବ ସମାଜ ପ୍ରତି ଦୟା ଓ ସମ୍ବେଦନଶୀଳତାର ଶିକ୍ଷା ପ୍ରଦାନ କରେ। ଏହାସହିତ ଆପଣଙ୍କୁ ଜଣେ କଠିନ ଏବଂ ବୃତ୍ତିଗତ ପୋଲିସ୍ ଅଧିକାରୀ ଭାବରେ ବିକଶିତ କରିବା ମଧ୍ୟ ନିହାତି ଆବଶ୍ୟକ ବୋଲି ସେ ମତ ଦେଇଥିଲେ | ୨୦୨୧-୨୨ ମସିହାରେ ଦେଶର ସର୍ବଶ୍ରେଷ୍ଠ ପୋଲିସ୍ ପ୍ରଶିକ୍ଷଣ ପ୍ରତିଷ୍ଠାନ ଭାବରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଟ୍ରଫି ହାସଲ କରି ଏହି ଏକାଡେମୀ ଜାତୀୟ ସ୍ତରରେ ଗୌରବ ଅର୍ଜନ କରିଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ ।

ଏହାସହିତ ତିନି ଗୋଟି ନୂଆ ଆଇନର ପ୍ରଚଳନ ଓ କାର୍ଯ୍ୟକାରିତା ଦିଗରେ ରାଜ୍ୟ ପୋଲିସ ଏକାଡେମୀ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିଥିବାରୁ ସେ ଗଭୀର ଖୁସି ପ୍ରକାଶ କରିବା ସହିତ ଏକାଡେମୀର ସମସ୍ତ ପ୍ରଶିକ୍ଷକ ମାନଙ୍କୁ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇ ପୋଲିସ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଢ଼ଙ୍ଗୀ ଟ୍ରେନି ଅଫିସର ମାନଙ୍କ ଉଚ୍ଚପ୍ରଶଂସା କରିଥିଲେ। ପୁରୀ ରଥଯାତ୍ରା, ଭଦ୍ରକ ହନୁମାନ ଜୟନ୍ତୀ, ନିର୍ବାଚନ ଦାୟିତ୍ବ ଏବଂ ଆଉ ଅନେକ ସମୟର ପ୍ରାକ୍ଟିକାଲ ଟ୍ରେନିଂ ସମୟରେ ସେମାନେ ଯେଉଁ ନିଷ୍ଠା ଓ ଅନୁଶାସନ ଦେଖାଇଥିଲେ,

ଶ୍ରୀ ଷଡଙ୍ଗୀ ତାର ଭୂୟସୀ ପ୍ରଶଂସା କରିବା ସହିତ ଆଗାମୀ ଦିନରେ ସେମାନେ ଜଣେ ଜଣେ ଭଲ ଅଫିସର ହୋଇ ସୁନାମ କରିବେ ବୋଲି ଆଶାପ୍ରକାଶ କରିଥିଲେ । ନୂଆ ସରକାରଙ୍କ ଭାବଧାରା ଓ କାର୍ଯ୍ୟ ପ୍ରଣାଳୀକୁ ଲୋକଙ୍କ ପାଖରେ ପହଞ୍ଚାଇବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଉପଦେଶ ପୋଲିସ ବାହିନୀ ନିଷ୍ଠାର ସହ ପାଳନ କରିବ ବୋଲି ସେ ପ୍ରତିଶୃତି ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଆରକ୍ଷୀ ମହାନିରୀକ୍ଷକ, ତାଲିମ, ଶ୍ରୀମତୀ ସାଇନି ଏସ୍, ଏକାଡେମୀର ପ୍ରଶିକ୍ଷକ ଏବଂ ଅନେକ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version